ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବାଣପୁର ସାନ ହନ୍ତୁଆଡ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜୀବନ କୌଶଳ ଶିକ୍ଷା କାର୍ଯ୍ୟକ୍ରମ ଅନୁଷ୍ଠିତ

ବାଣପୁର:- ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ସାନ ହନ୍ତୁଆଡ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଜୀବନ କୌଶଳ ଶିକ୍ଷା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଯାଇଅଛି।ଏହି ଅବସରରେ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଗଙ୍ଗାଧର ମହାପାତ୍ର ଉକ୍ତ କାର୍ଯ୍ୟକ୍ରମକୁ ସଂଯୋଜନା କରିବା ସହ ମୁଖ୍ୟ ଅତିଥି ଭାବରେ ପୂର୍ବତନ ପ୍ରଧାନ ଶିକ୍ଷକ ସୂର୍ଯ୍ୟ ନାରାୟଣ ଷଡ଼ଙ୍ଗୀ ଯୋଗଦେଇ ଜୀବନ କୌଶଳ ର ବିଭିନ୍ନ ଦିଗ ଉପରେ ଆଲୋକପାତ କରିଥିଲେ। ବିଦ୍ୟାଳୟର ବରିଷ୍ଠ ଶିକ୍ଷୟିତ୍ରୀ ସୁଷମା ଦେଇ ଏସ ଆଇ ଟି , ଆର ଟି ଆଇ, ଏଚ ଆଇ ଭି, ଋତୁସ୍ରାବ ସମୟରେ ପରିଚ୍ଛନ୍ନତା ଉପରେ ବାଳିକା ମାନଙ୍କୁ ଧାରଣା ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର କୃତୀ ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା। କାର୍ଯ୍ୟକ୍ରମରେ ବିଦ୍ୟାଳୟର ପରିଚାଳନା କମିଟି ସଭାପତି ସନ୍ତୋଷ ସ୍ବାଇଁ , ଭଗବତୀ ମିଶ୍ର ,ଅପରାଜିତା ମିଶ୍ର ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମ କୁ ସଫଳ କରିଥିଲେ।ଶେଷରେ ବିଦ୍ୟାଳୟର ଶିକ୍ଷୟିତ୍ରୀ ପ୍ରମିଳା ଦେଇ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

ବାଣପୁର ରୁ ରାକେଶ ସାହୁଙ୍କ ରିପୋର୍ଟ ମସୀହା ନିୟୁଜ

Related posts

ଖଇରା ସାହିତ୍ୟ ସଂସଦର ବର୍ଷା ଆସର

Sunil Chandra Nayak

ବଣ ପାହାଡ଼ ଘେରା ଦୁର୍ଗମ ଅଞ୍ଚଳୁ ପାଦରେ ଚାଲି ଚାଲି ଯାଇ ଲୋକଙ୍କ ସମସ୍ୟା ବୁଝିଲେ ଲକ୍ଷ୍ମୀପୁର ବିଡ଼ିଓ ପ୍ରୀତି ରଞ୍ଜନ ରଥ

Sunil Chandra Nayak

କଣ୍ଟାବାଞ୍ଜି ସହରରେ ଡ୍ରେନ୍ ମାନଙ୍କରେ ଭର୍ତ୍ତି ହୋଇଛି ଆବର୍ଜନା 

masiha

Leave a Comment

error: Content is protected !!