ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବିଶ୍ଵ ଜଳ ଦିବସ ପାଳିତ

ଢେଙ୍କାନାଳ ମୁନିସିପଳିଟି ର ୨ ନମ୍ବର ୱାର୍ଡରେ ଅବସ୍ଥିତ ଡଃ ଦାଶରଥି ମିଶ୍ର ଉଚ୍ଚ ବିଦ୍ୟାଳୟ ପରିସରରେ ଅଦ୍ଯ ତା୨୨.୦୩.୨୦୨୩ରିଖ ବୁଧବାର ରେ ବିଶ୍ଵ ଜଳ ଦିବସ ପାଳିତ ହୋଇଯାଇଛି। ଏହି ଦିବସ ଉପଲକ୍ଷେ ଏକ ସଭାର ଆୟୋଜନ କରାଯାଇଥିଲା। ଏହି ସଭାରେ ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ଅଞ୍ଜନା ମିଶ୍ର ପୌରହିତ୍ୟ କରି ଜଳହି଼ ଜୀବନ ଉପରେ ନିଜର ଚିନ୍ତାଧାରା ବ୍ୟକ୍ତ କରି ଜଳ ସମ୍ପଦ ର ସଂରକ୍ଷଣ କରିବା ପାଇଁ ପରାମର୍ଶ ଦେଇଥିଲେ। ବିଜ୍ଞାନ ଶିକ୍ଷୟିତ୍ରୀ ସରଳା ସାହୁ ଜଳର ଉପଯୁକ୍ତ ବିନିଯୋଗ କିପରି ହୋଇପାରିବ ତା ଉପରେ ଆଲୋଚନା କରିଥିଲେ। ଶିକ୍ଷକ ଶ୍ରୀ ଅଶୋକ କୁମାର ପ୍ରଧାନ ପ୍ରଦୂଷିତଜଳ କୁ କିପରି ବିଶୁଦ୍ଧ କରି ବିଭିନ୍ନ କାର୍ଯ୍ୟରେ ବ୍ୟବହୃତ ହୋଇପାରିବ ତା ଉପରେ ନିଜର ବକ୍ତବ୍ୟ ରଖି ଥିଲେ। ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ବିଜ୍ଞାନ କୁଇଜ୍ ପ୍ରତିଯୋଗିତା କରାଯାଇଥିଲା। ଏଥିରେ ବଳରାମ ସାହୁ, ମାମୁନି ମିଶ୍ର, ଦଶରଥ ପଧାନ, ଗୋବିନ୍ଦ ପୂର୍ତ୍ତି ପ୍ରଭୃତି ଭାଗ ନେଇ ପୁରସ୍କୃତ ହୋଇଥିଲେ । ଏହାକୁ ଶିକ୍ଷକ ଶ୍ରୀ ସୁଶୀଳ କୁମାର ସାହୁ ପରିଚାଳନା କରିଥିଲେ।ଶେଷରେ ଶିକ୍ଷୟିତ୍ରୀ ଶ୍ରୀମତୀ କବିତା ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗ ଦେଇଥିଲେ।

ଶୁଭମ ପାଣି ଙ୍କ ରିପୋର୍ଟ 

Related posts

କେସିଙ୍ଗା ଠାରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜନଶୁଣାଣି ଶିବିର ଅନୁଷ୍ଠିତ

Sunil Chandra Nayak

ନର୍ଲା ତହସିଲ କାର୍ଯ୍ୟଳୟରେ କର୍ମଚାରୀ ଙ୍କ ଅଭାବ, କାର୍ଯ୍ୟ ବାଧା ପ୍ରାପ୍ତ, ସାଧାରଣ ଜନତା ହନ୍ତସନ୍ତ

masiha

ଚେମ୍ୱର ଅଫ କମର୍ସ ପକ୍ଷରୁ  ନୂତନ ଉପଖଣ୍ଡ ପୋଲିସ ଅଧିକାରୀ (ଡିଏସପି) ଙ୍କୁ ସ୍ୱାଗତ ଓ ବିଦାୟୀ ଡିଏସପି ଙ୍କୁ ବିଦାୟ ସମ୍ବର୍ଧନା 

masiha

Leave a Comment

error: Content is protected !!