ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଏଜେଓ ହାଇସ୍କୁଲ ଠାରେ ଜିଲ୍ଲା ସ୍ତରୀୟ ଜୁନିଅର ରେଡ଼କ୍ରସ ଦୁଇ ଦିନିଆ ଶିକ୍ଷା ଓ ତାଲିମ ଶିବିର ଉଦଘାଟିତ

ଫୁଲବାଣୀ ର ଏ ଜେ ଓ ଉଚ୍ଚ ବିଦ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ଜୁନିଅର ରେଡକ୍ରସ ର ଦୁଇ ଦିନିଆ ଶିକ୍ଷା ଓ ତାଲିମ୍ ଶିବିର ଉଦଘାଟନ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ପରିଷଦର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ତଥା ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ବିଶ୍ୱରଞ୍ଜନ ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ଉଦଘାଟନ କରିଥିଲେ। ମୁଖ୍ୟ ବକ୍ତା ଭାବେ ରାଜ୍ୟ ରେଡକ୍ରସ ଶାଖା ରୁ ଶ୍ରୀ ସରୋଜ କାନ୍ତ ରଥ ,ସମ୍ମାନୀତ ଅତିଥି ଭାବେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଖଜୁରୀପଡା ଶ୍ରୀ ବିନୋଦ ବିହାରୀ ଦିଗାଲ, ଗୋଷ୍ଠୀ ଶିକ୍ଷା ଅଧିକାରୀ,ଫିରିଙ୍ଗିଆ ଶ୍ରୀ ଅଶୋକ କୁମାର ମିଶ୍ର, ଗୋଷ୍ଠୀ ଶିକ୍ଷା ଅଧିକାରୀ ଫୁଲବାଣୀ ଶ୍ରୀ ରଞ୍ଜନ କୁମାର କଁହର, ଏ ଜେ ଓ ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀ ଦିଲ୍ଲୀପ କୁମାର ପ୍ରଧାନ, ଜିଲ୍ଲା ଶାରୀରିକ ଶିକ୍ଷା ନିରୀକ୍ଷକ ଶ୍ରୀ ରଙ୍କନିଧି ବେହେରା ଆଦି ଯୋଗଦାନ କରିଥିଲେ। ଜିଲ୍ଳାର ବିଭିନ୍ନ ବିଦ୍ୟାଳୟର ୧୫୦ ଜଣ ଶିକ୍ଷାର୍ଥୀ ଓ ଶିକ୍ଷକ ଶିକ୍ଷୟିତ୍ରୀ ଏହି କାର୍ଯ୍ୟକ୍ରମ ରେ ଯୋଗଦାନ କରିଥିଲେ। ଏହି କାର୍ଯ୍ୟକ୍ରମ କୁ ଶିକ୍ଷକ ଶ୍ରୀ ବିନୋଦ ଚନ୍ଦ୍ର ସାହୁ ସଂଯୋଜନା କରିଥିଲେ। ଏହି କାର୍ଯ୍ୟକ୍ରମ ମାର୍ଚ୍ଚ ୨୨ ରୁ ୨୩ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିରେ ଶିକ୍ଷାର୍ଥୀ ମାନଙ୍କୁ ସ୍ୱାସ୍ଥ୍ୟ, ସେବା ଓ ବନ୍ଧୁତା ସମ୍ପର୍କିତ ଅନେକ ତାଲିମ୍ ପ୍ରଦାନ କରାଯିବ। ଏହା ସହ ଶିକ୍ଷାର୍ଥୀ ମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗୀତା, ଖେଳ ଓ ମନୋରଞ୍ଜନ କାର୍ଯ୍ୟକ୍ରମ ମଧ୍ୟ ଅନୁଷ୍ଠିତ ହେବ। ଏ ଜେ ଓ ଉଚ୍ଚ ବିଦ୍ୟାଳୟ ର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଏହି କାର୍ଯ୍ୟକ୍ରମ ଆୟୋଜନ ରେ ସହଯୋଗ କରିଥିଲେ।

ଫୁଲବାଣୀ ରୁ ବୈଦ୍ୟ ନାଥ ନାୟକ ଙ୍କ ରିପୋର୍ଟ 

Related posts

ଅଲ୍ ଓଡ଼ିଶା ସିଡୁଲ୍ଡ କାଷ୍ଟ ଫେଡରେସନ ତରଫରୁ ବୁଦ୍ଧ ଜୟନ୍ତୀ

masiha

ଗଠନ ହେଲା ପଞ୍ଚାୟତ ସ୍ତରୀୟ ଶାଖା କମିଟି

masiha

ଜଳିଲା ସୋଲାର ଷ୍ଟ୍ରିଟ ଲାଇଟ

Sunil Chandra Nayak

Leave a Comment

error: Content is protected !!