ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଛତାମହୁଲ ସ୍କୁଲରେ ପଞ୍ଚମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

ନର୍ଲା (ମନିସ): କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ୍ ଅନ୍ତର୍ଗତ ଛତାମହୁଲ ପ୍ରାଥମିକ ବିଦ୍ୟାଳୟରେ ପଞ୍ଚମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ଭବ୍ୟ ବିଦାୟ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ବିଦ୍ୟାଳୟର ପ୍ରଧାନଶିକ୍ଷକ ଟୁକୁଲାଲ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସମାରୋହରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁଦର୍ଶନ ମହାନ୍ତି, ସମ୍ମାନିତ ଅତିଥି ଭାବେ ରାକ୍ସି ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ସତ୍ୟରଞ୍ଜନ ସ୍ୱାଇଁ, ଶିକ୍ଷୟିତ୍ରୀ ସ୍ୱପ୍ନା ନାଏକ, ଅବସରପ୍ରାପ୍ତ ଶିକ୍ଷକ ଗୌରଚନ୍ଦ୍ର ବ୍ରହ୍ମା, ବିଦ୍ୟାଳୟ ପରିଚାଳନା କମିଟିର ଅଧ୍ୟକ୍ଷ ରାଜେଶ କରୁଆଁ, ବରିଷ୍ଠ ସାମ୍ବାଦିକ ଦୀପକ ମହାନ୍ତି, ମନୋଜ ଷଡ଼ଙ୍ଗୀ, ଦୀପକ ଠାକୁର, ଅନୀଲ ଅଗ୍ରୱାଲ, ସୁମିତ ଶର୍ମା, ସୁଶାନ୍ତ ଚାନ୍ଦ, ତ୍ରିଲୋଚନ ଗଉଡ଼ ପ୍ରମୁଖ ଯୋଗଦେଇଥିଲେ। ଏହି ଅବସରରେ ବିଦାୟୀ ପଞ୍ଚମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ତଳ ଶ୍ରେଣୀର ଛାତ୍ରଛାତ୍ରୀମାନେ ଉପହାର ପ୍ରଦାନ କରିଥିଲେ। ପିଲାମାନେ ବିଦାୟକାଳୀନ ବକ୍ତବ୍ୟ ଉପସ୍ଥାପନ କରିଥିଲେ। ସହକାରୀ ଶିକ୍ଷକ ପଙ୍କଜ ସାହୁଙ୍କ ତତ୍ତ୍ୱାବଧାନରେ ସମଗ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ସରିଆଁ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ସୁଧୀର କୁମାର ଧଙ୍ଗଡ଼ାମାଝୀ ସଭା ସଂଯୋଜନା କରିଥିଲେ।

ନର୍ଲାରୁ ଦୀପକ ଠାକୁରଙ୍କ ରିପୋର୍ଟ

Related posts

୭୮ତମ ରାଜଧାନୀ ପ୍ରତିଷ୍ଠା ଦିବସ ପାଳିତ ରାଜଧାନୀର ବିକାଶ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ବାଚସ୍ପତିଙ୍କ ଆହ୍ୱାନ

Sunil Chandra Nayak

ଜାତୀୟ ସେବା ଯୋଜନା ଆନୁକୂଲ୍ୟରେ ରକ୍ତଦାନ ଶିବିର ଆୟୋଜନ : ୩୦ ୟୁନିଟ୍ ରକ୍ତ ସଂଗୃହିତ 

masiha

ସଚେତନ ନାଗରିକ ମଞ୍ଚର ବଂଧୁମିଳନ ଓ ସାଧାରଣ ପରିଷଦ ବୈଠକ

Sunil Chandra Nayak

Leave a Comment

error: Content is protected !!