ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଧର୍ମୀୟ ସଂସ୍କୃତି

ଆଜି ପବିତ୍ର ଶ୍ରୀରାମ ନବମୀ , ଚଳଚଞ୍ଚଳ ଦେଶର ରାମ ମନ୍ଦିର

ଆଜି ପବିତ୍ର ଶ୍ରୀରାମ ନବମୀ

ଚଳଚଞ୍ଚଳ ଦେଶର ରାମ ମନ୍ଦିର

ଆଜି ପବିତ୍ର ରାମ ନବମୀ । ମର୍ଯ୍ୟାଦା ପୁରୁଷ ଶ୍ରୀରାମଙ୍କ ଜନ୍ମତିଥି । ଚୈତ୍ର ଶୁକ୍ଳପକ୍ଷର ନବମୀ ଦିନକୁ ରାମ ନବମୀ ଭାବେ ପାଳନ କରାଯାଏ । ରାମ ନବମୀକୁ ନେଇ ଆଜି ସାରା ଦେଶ ଉତ୍ସବ ମୁଖର । ହିନ୍ଦୁମାନଙ୍କର ଏହା ଏକ ବଡ ପର୍ବ । ରାଜ୍ୟ ତଥା ଦେଶର ରାମ ମନ୍ଦିର, ହନୁମାନ ମନ୍ଦିର ଓ ଧାର୍ମିକ ପୀଠରେ ଶ୍ରଦ୍ଧାଳୁଙ୍କର ଭଡି ଜମିବ ।

ଆଜିର ଦିନରେ ପବିତ୍ର ନଦୀ ଜଳରେ ସ୍ନାନ କରି ପୁଣ୍ୟଲାଭ କରନ୍ତି । ଏହାପରେ ଭଗବାନ ରାମଙ୍କୁ ପୂଜା କରନ୍ତି । ଅନେକ ବ୍ରତ-ଉପବାସ ରଖନ୍ତି । ଶାସ୍ତ୍ର ଅନୁଯାୟୀ, ଭଗବାନ ରାମ ଆଜିର ଦିନ ଜନ୍ମ ହୋଇଥିଲେ । ତେଣୁ ଆଜିର ଦିନକୁ ରାମ ନବମୀ ଭାବରେ ପାଳନ କରାଯାଉଛି । ଭଗବାନ ଶ୍ରୀରାମ ଚନ୍ଦ୍ର ଭଗବାନ ବିଷ୍ଣୁଙ୍କ ସପ୍ତମ ଅବତାର ବୋଲି କୁହାଯାଏ । ଭଗବାନ ରାମ ଅଯୋଧ୍ୟାର ରାଜା ଦାଶରଥ ଏବଂ ରାଣୀ କୌଶଲ୍ୟାଙ୍କ ସୁପୁତ୍ର ଥିଲେ ।

ରାମନବମୀ ବ୍ରତର ମହତ୍ତ୍ବ….

ଭଗବାନ ବିଷ୍ଣୁଙ୍କ ସପ୍ତମ ଅବତାରକୁ ଭଗବାନ ରାମଙ୍କ ଜନ୍ମ ଦିବସ ଭାବରେ ପାଳନ କରାଯାଏ।ଏହି ପବିତ୍ର ମୂହୁର୍ତ୍ତକୁ ଭକ୍ତମାନେ ରାମନବମୀ ରୂପେ ପାଳନ କରନ୍ତି । ପ୍ରଭାତରୁ ସମସ୍ତ ପୀଠ ମନ୍ଦିରେ ପ୍ରଭୁ ଶ୍ରୀରାମଙ୍କୁ ଦର୍ଶନ କରିଛନ୍ତି । ରାମ ଧ୍ବନିରେ ପ୍ରକମ୍ପିତ ହୋଇଛି ମନ୍ଦିର । ଏହି ପବିତ୍ର ପର୍ବକୁ ଭକ୍ତମାନେ ଉପବାସ ରହି ପାଳନ କରିଛନ୍ତି । ରାମନବମୀ ଦିନ ଭଗବାନ ରାମ ଓ ମା’ ଭଗବତୀଙ୍କ ବିଧିବଦ୍ଧ ପୂଜାର୍ଚ୍ଚନା କରିବା ଦ୍ବାରା ମନୋବଞ୍ଛା ପୂରଣ ହୁଏ ବୋଲି ବିଶ୍ବାସ ରହିଛି ।

ରାମ ନବମୀ….

ଚୈତ୍ର ଶୁକ୍ଳ ନବମୀ ରାମ ନବମୀ ରୂପେ ପରିଚିତ।ଏହି ଦିନ ରାମଚନ୍ଦ୍ରଙ୍କ ଜନ୍ମୋତ୍ସବ ପାଳନ କରାଯାଏ । ତ୍ରେତୟା ଯୁଗରେ ଅଯୋଧ୍ୟାର ରାଜା ଥିଲେ ଦଶରଥ । ତାଙ୍କର ତିନିରାଣୀ କୌଶଲ୍ୟା, କୈକେୟୀ ଓ ସୁମିତ୍ରା । ରାଜାଙ୍କର ବଡଦୁଃଖ ଥିଲା ଯେ ତାଙ୍କର କୌଣସି ସନ୍ତାନ ନ ଥିଲେ ମହାନ ଇକ୍ଷାକୁ କୁଳରେ ଉତ୍ତରାଧିକାରୀ ହେବାକୁ । କୁଳଗୁରୁ ବଶିଷ୍ଠ ପ୍ରାର୍ଥିତ ସନ୍ତାନ ପ୍ରାପ୍ତି ନିମନ୍ତେ ଋଷିଶୃଙ୍ଗଙ୍କଦ୍ୱାରା ପୁତ୍ରେଷ୍ଟି ଯଜ୍ଞ କରିବାକୁ ଦଶରଥଙ୍କୁ ଉପଦେଶ ଦେଲେ । ରାଜା କୁଳଗୁରୁ ଉପଦେଶ ଅନୁସାରେ ମହାନ୍ ଋଷି ଋଷିଶୃଙ୍ଗଙ୍କୁ ଅଯୋଧ୍ୟାରେ ଯଜ୍ଞ କରିବାକୁ ତାଙ୍କ ଆଶ୍ରମକୁ ଯାଇ ପ୍ରାର୍ଥନା କଲେ । ବଶିଷ୍ଠ ଓ ଋଷିଶୃଙ୍ଗଦ୍ୱାରା ପୁତ୍ରେଷ୍ଟି ଯଜ୍ଞ ସମାପନ ପରେ ଯଜ୍ଞେଶ୍ୱର ଯଜ୍ଞକୁଣ୍ଡରୁ ଆବିର୍ଭୁତ ହୋଇ ଦଶରଥଙ୍କୁ ଏକ ଚରୁଅନ୍ନପୂର୍ଣ୍ଣ ପାତ୍ର ପ୍ରଦାନ କରି ରାଣୀମାନଙ୍କୁ ସେବନ କରିବାକୁ କହିଲେ । ଦଶରଥ ଅଧା ଚରୁଅନ୍ନ କୌଶଲ୍ୟାଙ୍କୁ ଓ ଅନ୍ୟଅଧା ଭାଗକୁ କୈକେଇଙ୍କୁ ପ୍ରଦାନ କଲେ । କୌଶଲ୍ୟା ଓ କୈକେୟୀ ନିଜନିଜର ଚରୁଅନ୍ନର ଅଧାଭାଗରୁ କନିଷ୍ଠା ରାଣୀ ସୁମିତ୍ରାଙ୍କୁ ସେବନ କରିବାକୁ ଦେଲେ । ଏହାର କିଛିଦିନ ପରେ ତିନିରାଣୀ ଅନ୍ତଃସତ୍ତ୍ୱା ହେଲେ । ପବିତ୍ର ଚୈତ୍ର ନବମୀଦିନ ଦ୍ୱିପ୍ରହରରେ କୌଶଲ୍ୟା ପ୍ରଭୁ ରାମଚନ୍ଦ୍ରଙ୍କୁ, କୈକେୟୀ ଭରତଙ୍କୁ ଓ ସୁମିତ୍ରା ଯମଜ ସନ୍ତାନ ଲକ୍ଷ୍ମଣ ଓ ଶତ୍ରୁଘ୍ନଙ୍କୁ ଜନ୍ମ ଦେଲେ।ବିଷ୍ଣୁଙ୍କ ସପ୍ତମ ଅବତାର ପ୍ରଭୁ ରାମଚନ୍ଦ୍ର ସ୍ୱଇଚ୍ଛାରେ ଅଧର୍ମର ବିଲୋପ ଓ ରାବଣ ଆଦି ରାକ୍ଷାସମାନଙ୍କୁ ସଂହାର କରିବାକୁ ପୃଥିବୀପୃଷ୍ଟରେ ଅବତରଣ କରିଥିଲେ । ବୟଃପ୍ରାପ୍ତ ହେବାପରେ ପ୍ରଭୁ ରାମଚନ୍ଦ୍ର ମିଥିଳା ନରେଶ ରାଜର୍ଷି ଜନକଙ୍କ ଦୁହିତା ଦେବୀ ସୀତାଙ୍କ ସହିତ ବିବାହ ହୋଇଥିଲା । ବାଲ୍ମିକୀ ରାମାୟଣ ମତେ ମାର୍ଗଶିର ଶୁକ୍ଳପଞ୍ଚମୀ ଦିନ ସେହି ବିବାହ ଅନୁଷ୍ଠିତ ହୋଇଥିଲା । ରାଜସୁଖକୁ ପରିହାର ପୂର୍ବକ ପିତୃସତ୍ୟ ପାଳନ କରି ଚଉଦ ବର୍ଷ ରାମଚନ୍ଦ୍ର ଦେବୀସୀତା ଓ ଅନୁଜ ଲକ୍ଷ୍ମଣଙ୍କୁ ସାଙ୍ଗରେ ଧରି ବନବାସ ଯାଇଥିଲେ । ଅରଣ୍ୟରୁ ଅରଣ୍ୟ ଘୂରିବୁଲୁଥିଲେ ଦୁଃଖ ଯନ୍ତ୍ରଣାକୁ ପାଥେୟ କରି । ଦଣ୍ଡକାରଣ୍ୟରେ ଅବସ୍ଥାନ କାଳରେ ଶ୍ରୀରାମ ଓ ଅନୁଜ ଲକ୍ଷ୍ମଣଙ୍କ ଅନୁପସ୍ଥିତିରେ ଦୁରାଚାରୀ ରାବଣ ମାତା ସୀତାଙ୍କୁ ଏକାକିନୀ ଦେଖି ଅପହରଣ କରିନେଲା । ରାବଣ ଓ ସମସ୍ତ ରାକ୍ଷାସମାନଙ୍କୁ ନିଧନ କରି ସୀତାଙ୍କୁ ଉଦ୍ଧାର ବେଳକୁ ଚଉଦ ବର୍ଷର ବନବାସ ପୂରିଯାଇଥିଲା।ଅଯୋଧ୍ୟା ପ୍ରତ୍ୟାବର୍ତ୍ତନ କରି ରାଜସିଂହାସନରେ ଅଭିସିକ୍ତ ହୋଇ ରାଜଧର୍ମ ପାଳନ ଅବସରରେ ପ୍ରଜାକୁଳକୁ ସମ୍ମାନ ଜଣାଇବାକୁ ଯାଇ ଲଙ୍କାରୁ ଉଦ୍ଧାର ସମୟରେ ସୀତା ଅଗ୍ନିପରୀକ୍ଷା ଦେଇଥିଲେ ମଧ୍ୟ ତାଙ୍କୁ ନିର୍ବାସନ ଦଣ୍ଡ ଦେଇଥିଲେ । ଶ୍ରୀରାମଙ୍କ ତାଙ୍କ ଅବତାରରେ ସଂପୂର୍ଣ୍ଣ ମାନବଜୀବନ ଯାପନ କରିଥିଲେ । ରାମନବମୀ ଉପଲକ୍ଷେ ନଅଦିନ ବ୍ୟାପୀ ଭଜନ କୀର୍ତ୍ତନ, ଅଖଣ୍ଡ ପାଠ ଆଦି ଚାଲେ ବିଶେଷ ଭାବରେ ରାମଚରିତ ମାନସ ପାଠ କରାଯାଏ ।

ଶ୍ରୀ ମନ୍ଦିରରେ ରାମନବମୀ…..

ପବିତ୍ର ଶ୍ରୀରାମ ନବମୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀରାମଙ୍କଙ୍କ ଜନ୍ମନୀତି ଅନୁଷ୍ଠିତ ହୋଇଥାଏ । ସ୍ୱୟଂ ପ୍ରଭୁ ଶୀଜଗନ୍ନାଥ ମାତା ରୂପରେ ବିଳମ୍ବିତ ରାତ୍ରରେ ଶ୍ରୀରାମଙ୍କୁ ଜନ୍ମଦେବେ, ତେଣୁ ପ୍ରସବ ବେଦନାକୁ ଲାଘବ କରିବା ନିମନ୍ତେ ଅଷ୍ଟମୀ ଦିନ ସନ୍ଧ୍ୟାଧୂପ ପରେ ମହାପ୍ରଭୁଙ୍କୁ ଯେଉଡ଼ ଭୋଗ କରାଯିବା ସଙ୍ଗେ ସଙ୍ଗେ ଗର୍ଭଉଦକ ଦିଆଯାଏ । ନବମୀ ଦିନ ଠାକୁରମାନଙ୍କର ମଧ୍ୟାହ୍ନ ଧୂପ ନୀତି ଶେଷ ହେବା ପରେ ଜନ୍ମନୀତି ଅନୁଷ୍ଠିତ ହୋଇଥାଏ । ଦୁଇଜଣ ମହାଜନ ସେବକ ଦଶରଥ ଓ କୌଶଲ୍ୟା ହୋଇ ଜନ୍ମବିଧି ପାଳନ ହୋଇଥାଏ । ଏହି ଗୁପ୍ତନୀତିକୁ କେହି ଯେପରି ଦେଖି ନ ପାରିବେ ସେଥିଲାଗି ଗର୍ଭଗୃହରେ ଥିବା ଜୟବିଜୟ ଦ୍ୱାରକୁ ବନ୍ଦକରାଯାଇଥାଏ । ଶ୍ରୀରାମ ଜନ୍ମ ହେବା ପରେ କର୍ପୁର ଆଳତି ବନ୍ଦାପନା ହୋଇ ମହାସୁଆର ଗଣ୍ଡୁସ ମସଲା, କ୍ଷୀର ମଣୋହୀ କରାଯାଏ । ଏହା ପରେ ପଣ୍ଡା ଶୀତଳଭୋଗ କରାଇବା ସହ ମହାସୁଆର ଜୟବିଜୟ ଦ୍ୱାରଠାରେ ଚରୁଭାତ ମଣୋହୀ କରାଇଥାନ୍ତି।

ବିଦ୍ୟାଧର ସାହୁଙ୍କ ଉପସ୍ଥାପନା…..

Related posts

ଲମ୍ବସରୀ ରେ ମାଁ ଚକରାପଥର ଦେବୀ ଙ୍କ ନିଶି ପୂଜା

Sunil Chandra Nayak

ପରମ ପ୍ରେମମୟ ଶ୍ରୀ ଶ୍ରୀ ଠାକୁର ଅନୁକୂଳ ଚନ୍ଦ୍ରଙ୍କ ସତସଙ୍ଗ     

ବସ୍ତରେନ ମାଉଲିଙ୍କ ଆଷାଢ କେନା ମଣ୍ଡେଇ ଯାତ୍ରା, ଲାଠିଯାତ୍ରା ଓ କଣ୍ଟା ଦୋଳିରେ ଝୁଲିଲେ କାଲିସି

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort