ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ତେରେସିଂହାରେ ଆର୍ଥିକ ସାକ୍ଷରତା ଶିବିର ଅନୁଷ୍ଠିତ 

କର୍ଲାମୁଣ୍ଡା: କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହା ଗ୍ରାମର ନରସିଂହପୁର ମଣ୍ଡପ ଠାରେ ଆର୍ଥିକ ସାକ୍ଷରତା ସଚେତନତା ଶିବିର ଶନିବାର ଅନୁଷ୍ଠିତ ହୋଇଯାଇଛି l ଉତ୍କଳ ଗ୍ରାମୀଣ ବ୍ୟାଙ୍କ ତେରେସିଂହା ଶାଖା ପକ୍ଷରୁ ଆୟୋଜିତ ଏହି ଶିବିରରେ ଶାଖା ପରିଚାଳକ ଦିନମଣି ନାଏକ ଉପସ୍ଥିତ ରହି ବ୍ୟାଙ୍କର ବିଭିନ୍ନ ଯୋଜନା ଯଥା- ପ୍ରଧାନମନ୍ତ୍ରୀ ଜୀବନ ଜ୍ୟୋତି ବୀମା ଯୋଜନା, ପ୍ରଧାନମନ୍ତ୍ରୀ ସୁରକ୍ଷା ବୀମା ଯୋଜନା, ଅଟଳ ପେନସନ ଇତ୍ୟାଦି ଯୋଜନା ସମ୍ପର୍କରେ ଉପସ୍ଥିତ ସଦସ୍ୟାମାନଙ୍କୁ ଅବଗତ କରାଇଥିଲେ l ଏଥିରେ ନରସିଂହପୁର ସିଆରପି ରୀନା ରଣା, ୱାଡ ସଭ୍ୟା ଜାନକୀ ରଣାଙ୍କ ସମେତ ସ୍ଵୟଂ ସହାୟିକା ଗୋଷ୍ଠୀର ସଦସ୍ୟା ମାନେ ବହୁ ସଂଖ୍ୟାରେ ଯୋଗ ଦେଇଥିଲେ l ଏଥିରେ ବ୍ୟାଙ୍କ କ୍ୟାସିୟର ରବିନ୍ଦ୍ର ବାର୍ଲା, ସୁଶାନ୍ତ ରଣା ପ୍ରମୁଖ ବିଭିନ୍ନ କାର୍ଯ୍ୟରେ ସହଯୋଗ କରିଥିଲେ l

  କର୍ଲାମୁଣ୍ଡାରୁ ସୁଶାନ୍ତ ରଣାଙ୍କ ରିପୋର୍ଟ, ମସୀହା

Related posts

33 ତମ ବାର୍ଷିକ ଉତ୍ସବ ରେ ଶାନ୍ତନୁଆଚାର୍ଯ୍ୟ ଙ୍କୁ ବାଲିଘର ସାହିତ୍ୟ ସମ୍ମାନ  

Sunil Chandra Nayak

ଜାମଦାରେ କୃଷକ ରେଜିଷ୍ଟର ସଚେତନତା ରଥର ଶୁଭାରମ୍ଭ

masiha

ନବରଙ୍ଗପୁର ମହାବିଦ୍ୟାଳୟ ବିଜ୍ଞାନ ବିଭାଗରେ ରେ ସଦୀପ ହେଲେ ପ୍ରଥମ

Sunil Chandra Nayak

Leave a Comment

error: Content is protected !!