ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆମ ଓଡ଼ିଶା

ମୁଖ୍ୟମନ୍ତ୍ରି ଙ୍କ ଜାପାନ ଗସ୍ତ

ଭୁବନେଶ୍ୱର।୦୩୦୪/୨୦୨୩ // ରାଜ୍ୟର ବିକାଶ ତଥା ଉନ୍ନତି ନିମନ୍ତେ ମୁଖ୍ୟମନ୍ତ୍ରୀ ଅବିରତ ଉଦ୍ୟମ ଜାରି ରଖିଛନ୍ତି । ତେବେ ରାଜ୍ୟବାସୀଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜିଠୁ ସାତ ଦିନିଆ ଜାପାନ ଗସ୍ତରେ ଯାଇଛନ୍ତି । ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ସହ ମୁଖ୍ୟମନ୍ତ୍ରୀଙ୍କ ଜାପାନ ଗସ୍ତ କରିଛନ୍ତି । ଆସନ୍ତା ୯ ତାରିଖ ଯାଏଁ ମୁଖ୍ୟମନ୍ତ୍ରୀ ଜାପାନରେ ରହିବେ । ଏହି ଗସ୍ତ ଭିତରେ ମୁଖ୍ୟମନ୍ତ୍ରୀ ଟୋକିଓ,କ୍ୱୋଟୋ ଓ ଓସାକା ଆଦି ସ୍ଥାନରେ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମରେ ଭାଗନେବେ ବୋଲି ସୂଚନା ମିଳିଛି । ମୁଖ୍ୟମନ୍ତ୍ରୀଙ୍କ ସହିତ ଶିଳ୍ପ ମନ୍ତ୍ରୀ ପ୍ରତାପ କେଶରୀ ଦେବ, ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫ଟି ସଚିବ ଭି.କେ ପାଣ୍ଡିଆନ, ଶିଳ୍ପ ସଚିବ ହେମନ୍ତ କୁମାର ଶର୍ମା ଓ ଆଉ କିଛି ଅଧିକାରୀ ଜାପାନ ଯାଇଛନ୍ତି । ମୁଖ୍ୟମନ୍ତ୍ରୀ ତାଙ୍କ ଗସ୍ତ କାଳରେ ଜାପାନର ପ୍ରମୁଖ ଶିଳ୍ପପତିମାନଙ୍କୁ ଭେଟି ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ଅନୁରୋଧ କରିବେ । ଓଡ଼ିଶାରେ ବିଶେଷକରି ଫୁଡ୍ ପ୍ରୋସେସିଂ, ପ୍ଲାଷ୍ଟିକ, ପେଟ୍ରୋ କେମିକାଲସ, ଟେକ୍ସଟାଇଲ, କେମିକାଲସ ଓ ପର୍ଯ୍ୟଟନ ଆଦି କ୍ଷେତ୍ରରେ ନିବେଶର ବିପୁଳ ସମ୍ଭାବନାର ଫାଇଦା ନେବାକୁ ଆହ୍ୱାନ କରିବେ । ୨୦୨୨ ମେକ୍ ଇନ୍ ଓଡ଼ିଶା କନକ୍ଲେଭରେ ‘ଜାପାନ’ କଣ୍ଟ୍ରି ପାଟର୍ନର ଭାବେ ସାମିଲ ହୋଇଥିଲା । ୨୦୧୮ ଓ ୨୦୨୨ ମେକ୍ ଇନ୍ ଓଡ଼ିଶା କନକ୍ଲେଭରେ ଜାପାନ ପ୍ରମୁଖ ଭୂମିକା ଗ୍ରହଣ କରିଥିଲା ।ତେବେ ମୁଖ୍ୟମନ୍ତ୍ରୀଙ୍କ ଜାପାନ ଗସ୍ତ ରାଜ୍ୟର ବିକାଶ ଦିଗରେ ବେଶ ସହାୟକ ହେବ ବୋଲି ବିଭିନ୍ନ ମହଲରେ ଆଲୋଚନା ହେଉଛି ।

ସୁକାନ୍ତ ମହାପାତ୍ରଙ୍କ ରିପୋର୍ଟ

Related posts

ୱାର୍ଲ୍ଡ ହୋମ୍ ଇଣ୍ଟରନ୍ୟାସନାଲ୍ ପକ୍ଷରୁ’ପରିକଳ୍ପିତ ଓଡ଼ିଶା-୨0୩୬’ ଶୀର୍ଷକ ପାଠଚକ୍ର 

masiha

କେନ୍ଦୁପତ୍ର ହିତାଧିକାରୀଙ୍କୁ ଦ୍ବିତୀୟ ପର୍ଯ୍ୟାୟରେ ୧୧୧ କୋଟି ଟଙ୍କାର ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ

ଭାରତର ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କର ଓଡିଶା ଗସ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ

Sunil Chandra Nayak

Leave a Comment

error: Content is protected !!