ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଚିଲିକା ତରାପି ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟର ଶତବାର୍ଷିକୀ ପାଳନରେ ମୁଖ୍ୟ ଅତିଥି ଭାବେ ଯୋଗଦେଲେ ଓଡିଶା ମହାମହିମ ରାଜ୍ୟପାଳ ପ୍ରଫେସର ଶ୍ରୀ ଗଣେଶୀ ଲାଲ

ଚିଲିକା:- ଆଜି ସଂଧ୍ୟାରେ ଖୋର୍ଦ୍ଧା ଜିଲ୍ଲା ଚିଲିକା ବ୍ଲକ ତରାପି ଗ୍ରାମର ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟର ଶତବାର୍ଷିକୀ ଉତ୍ସବ ମହା ଆଡ଼ମ୍ବରରେ ପାଳିତ ହୋଇଯାଇଛି । ରାଜ୍ୟପାଳଙ୍କୁ ପ୍ରଥମେ ଜିଲ୍ଲା ପୋଲିସ୍ ପକ୍ଷରୁ ରାତ୍ରିୟ ମର୍ଯ୍ୟାଦା ପ୍ରଦାନ କରି ସଭା ମଞ୍ଚ କୁ କମିଟି ପକ୍ଷରୁ ପାଛୋଟି ନିଆଗଲା । ଏହି ଅବସରରେ ଆୟୋଜିତ ସଭାରେ ପ୍ରଥମେ ଶତ ବାର୍ଷିକୀ କମିଟି ଉପସଭାପତି ପ୍ରଫେସର ରବି ନାରାୟଣ ସୁବୁଦ୍ଧି ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିଲେ । ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ଓଡିଶା ରାଜ୍ୟପାଳ ପ୍ରଫେସର ଶ୍ରୀ ଗଣେଶୀ ଲାଲ, ସମ୍ମାନିତ ଅତିଥି ଭାବେ କଲିକତା ସ୍ଥିତ ସତ୍ୟଜିତ୍ ରାୟ ଫିଲ୍ମ ଆଣ୍ଡ ଟେଲିଭିଜନ ଇଣ୍ଡଟ୍ରିର ନିର୍ଦ୍ଦେଶକ ହିମାଂଶୁ ଖଟୁଆ, ସାମନ୍ତ ଓ ମୁଖ୍ୟ ବକ୍ତା ଭାବେ ମାନ୍ୟବର ଖଣ୍ଡପଡ଼ା ବିଧାୟକ ତଥା ସମ୍ବାଦ ସଂପାଦକ ଶ୍ରୀଯୁକ୍ତ ସୌମ୍ୟରଞ୍ଜନ ପଟ୍ଟନାୟକ ଉପସ୍ଥିତ ଥିଲେ । ଏହି ପରିପରକ୍ଷୀରେ ଏକ ଡାକ ଟିକଟ ଉନ୍ମୋଚନ ସହ ବିଦ୍ୟାଳୟ ସ୍ମରଣିକା ଉନ୍ମୋଚନ ହୋଇଥିଲା। ପରି ଶେଷରେ ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା । ସଭା ସମାପନ ପରେ ସଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

ରାକେଶ ସାହୁ ଙ୍କ ରିପୋର୍ଟ 

Related posts

ପ୍ରତିଶୃତି ଭତ୍ତା ୩୦୦୦ଟଙ୍କା ପୂରଣ ପାଇଁ ବିଭାଗୀୟ ମନ୍ତୀଙ୍କୁ ଦାବି ପତ୍ର

Sunil Chandra Nayak

କୋଇଡ଼ା ମଣ୍ଡଳ ଟିପ୍ପର ଆଣ୍ଡଟ୍ରକଓନର୍ସ ନବଗଠିତ ଆସୋସେସନ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ଙ୍କ ଦ୍ୱାରା ଉଦଘାଟିତ 

Sunil Chandra Nayak

ରାଇଘର ଦେଓଭରଣ୍ଡି ଠାରେ ଦୁର୍ଘଟଣା ଘଟି ୬ ଗୋଟି ଗାଈ ସହ ଜଣେ ମୃତ

Sunil Chandra Nayak

Leave a Comment

error: Content is protected !!