ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା କୃଷି ସମୀକ୍ଷା କେନ୍ଦ୍ର, ମିଲେଟ ଶକ୍ତି କାଫେ ଓ ଶିଶୁ ସନ୍ତାନ ମାନଂକ ପାଇଁ ଏକ creche ‘କଳିକାର ଉଦଘାଟନ

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଅକ୍ଷୟ ତୃତୀୟା କୃଷକ ଦିବସ ଅବସରରେ ଅନେକ ଲୋକାଭିମୁଖୀ କାର୍ଯ୍ୟକ୍ରମର ଉଦଘାଟନ କରିଛନ୍ତି। ମୁଖ୍ୟମନ୍ତ୍ରୀ ପ୍ରଥମେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ଵବିଦ୍ୟାଳୟ ଯାଇ ସେଠାରେ ଅକ୍ଷୀ ମୁଠି ଅନୁକୂଳ କରି ରାଜ୍ୟର କୃଷକ ଭାଇ ଭଉଣୀ ମାନଙ୍କୁ ଶୁଭେଛା ଜଣାଇ ଥିଲେ।

ଏହାପରେ ସେ ଲୋକ ସେବା ଭବନ ଆସି ସେଠାରେ ମିଲଟ ଶକ୍ତି କାଫେ ଲୋକାର୍ପିତ କରିଥିଲେ। ପୁଷ୍ଟି ହୀନତା ନିୟନ୍ତ୍ରଣରେ ମାଣ୍ଡିଆ ଓ ଅନ୍ୟାନ୍ୟ ମିଲେଟ୍ ଖାଦ୍ୟ ଶସ୍ୟ ର ଗୁରୁତ୍ଵ ଅନୁଭବ କରି ରାଜ୍ୟ ସରକାର ମିଲେଟ୍ ମିଶନ କାର୍ଯ୍ୟକାରୀ କରିଛନ୍ତି। ରାଜ୍ୟରେ ବର୍ତମାନ ସୁଦ୍ଧା ୧୪୨ ଟି ମିଲେଟ୍ ଆଉଟଲେଟ୍ ଖୋଲା ଯାଇ ସାରିଲାଣି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ‘କୃଷି ସମୀକ୍ଷା କେନ୍ଦ୍ର’ର ଉଦଘାଟନ ମଧ୍ୟ କରିଥଲେ। କମ୍ପ୍ୟୁଟର ଓ ସୂଚନା ପ୍ରଯୁକ୍ତିର ପ୍ରୟୋଗରେ ଏଠାରେ ଏହା କ୍ଷେତ୍ର ସ୍ତରରୁ ରିୟଲ ଟାଇମ୍ ସୂଚନା ହାସଲ କରି ନିଷ୍ପତ୍ତି ନେବାରେ ସହାୟତା କରି ପାରିବ। ବିଭିନ୍ନ ଯୋଜନାର ସଫଳ ରୂପାୟନରେ ଏବଂ ଚାଷୀଙ୍କୁ ସହାୟତା କରିବାରେ ଏହି କେନ୍ଦ୍ର ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ।

ଏହା ସହିତ ଲୋକ ସେବା ଭବନ ରେ କାର୍ଯ୍ୟରତ କର୍ମଚାରୀ ମାନଙ୍କ ଶିଶୁ ସନ୍ତାନ ମାନଂକ ପାଇଁ ଏକ creche ‘କଳିକା’ ମଧ୍ୟ ମୁଖ୍ୟମନ୍ତ୍ରୀ ଉଦ୍ଘାଟନ କରିଥିଲେ। ଏଥିରେ ପ୍ରାରମ୍ଭିକ ପର୍ଯ୍ୟାୟରେ ବର୍ତମାନ ୨୦ ଜଣ ଶିଶୁ ରହିବାର ବ୍ୟବସ୍ଥା କର ଯାଇଛି।

ବିଦ୍ୟାଧର ସାହୁଙ୍କ ରିପୋର୍ଟ…..

Related posts

ଉପଭୋକ୍ତା ଅଧିକ ସଚେତନ ହେବାର ଆବଶ୍ୟକତା ରହିଛି : ଶ୍ରୀ ପ୍ରସାଦ 

Sunil Chandra Nayak

ପଣ୍ଡକୁଲରେନୃତନ ଭୋଟ ବୁଥ୍ ଉଦ୍ଘାଟନ କଲେ ବିଏଲଓ 

masiha

ମୁନିସିପାଲ ମହାବିଦ୍ୟାଳୟରେ “ନବସୃଜନ ଏବଂ ନୂତନ ଉଦ୍ୟମ ପ୍ରତିଯୋଗିତା” ଅନୁଷ୍ଠିତ 

Sunil Chandra Nayak

Leave a Comment

error: Content is protected !!