ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କେନ୍ଦୁପତ୍ର ତୋଳିବାକୁ ଯାଇ ଭାଲୁ ଆକ୍ରମଣରେ ଯୁବକ ଗୁରୁତର

କୋକସରା,୨୪/୦୪ କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ ହୋଇ ରବିବାର ସନ୍ଧ୍ୟାରେ ଗୁରୁତର ଅବସ୍ଥାରେ କୋକସରା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଧର୍ମଗଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଭାଲୁ ଆକ୍ରମଣରେ ଗୁରୁତର ଯୁବକ ହେଲେ କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡା ପଞ୍ଚାୟତ ସର୍ଗିଗୁଡା ଗ୍ରାମର ବଳରାମ ମାଝୀ(୪୩)।ଗତକାଲି ସେ ଗାଁ ନିକଟରେ ଥିବା ସାହାଜଖୋଲ ଜଙ୍ଗଲକୁ କେନ୍ଦୁପତ୍ର ତୋଳି ଯାଇଥିବା ବେଳେ ଭାଲୁ ଆକ୍ରମଣର ଶିକାର ହୋଇଥିଲେ।।ଭାଲୁ କବଲ ରୁ କୌଣସି ମତେ ଖସି ଘରକୁ ଆସିବା ପରେ ତାଙ୍କୁ ଉଦ୍ଧାର କରି ପରିବାର ଗତକାଲି ରାତିରେ କୋକସରା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ସ୍ଥିର ରହିଛି। ଏନେଇ ଆମପାଣି ଫରେଷ୍ଟର ମନୀଷା ପଟ୍ଟନାୟକଙ୍କ ପ୍ରତିକ୍ରିୟା ନେବାରୁ ସରକାରୀ ନିୟମ ମୁତାବକ ଯେଉଁ ସବୁ ସହାୟତା ରହିଛି ତାହା ତଦନ୍ତ ପରେ ଯୋଗାଇ ଦିଆଯିବ ବୋଲି କହିଛନ୍ତି।

ମସିହା ନିୟୁଜ୍ ସର୍ଭିସ୍ 

Related posts

ନିଖିଳ ଓଡିଶା 662 ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ସଂଘ ତରଫରୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ

Sunil Chandra Nayak

ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଙ୍କ ୧୫୦ ତମ ଜନ୍ମ ଜୟନ୍ତୀ ଉପଲକ୍ଷେ ଜିଲ୍ଲା ସ୍ତରୀୟ ଏକତା ପଦଯାତ୍ରା ନିମନ୍ତେ ପ୍ରସ୍ତୁତି ବୈଠକ 

Sunil Chandra Nayak

ବାରମ୍ବାର ଅଭିଯୋଗ ସତ୍ୱେ କଙ୍କାଳୁ ଗ୍ରାମରେ ପାନୀୟ ଜଳ ସମସ୍ୟା ପାଇଁ ଜିଲ୍ଲାପାଳ ଜଣଶୁଣାଣି ରେ ଅଭିଯୋଗ

Leave a Comment

error: Content is protected !!