ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ସ୍ଵାସ୍ଥ୍ୟ

ପୁଣି କରୋନା ଭୟ…. ଡାକ୍ତରଖାନା ଗୁଡିକରେ ମାସ୍କ ବାଧ୍ୟତାମୂଳକ କରିଛନ୍ତି ରାଜ୍ୟ ସରକାର

ରାଜ୍ୟରେ କ୍ରମାଗତ ଭାବେ କୋରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ବର୍ଦ୍ଧିତ ସଂକ୍ରମଣକୁ ଦୃଷ୍ଟିରେ ରଖି ଡାକ୍ତରଖାନା ଗୁଡିକରେ ମାସ୍କ ବାଧ୍ୟତାମୂଳକ କରିଛନ୍ତି ରାଜ୍ୟ ସରକାର । ରାଜ୍ୟର ସମସ୍ତ ସ୍ୱାସ୍ଥ୍ୟ କେନ୍ଦ୍ର ଗୁଡିକରେ ମାସ୍କ ବ୍ୟବହାରକୁ କାର୍ଯ୍ୟକାରୀ କରିବାକୁ ନିଷ୍ପତ୍ତି ନେଇଛି ସ୍ୱାସ୍ଥ୍ୟ ବିଭାଗ । ସମସ୍ତ ସ୍ୱାସ୍ଥ୍ୟ ସେବା ପ୍ରଦାନକାରୀ, ସ୍ଵାସ୍ଥ୍ୟ ଅଧିକାରୀ, ଲାବୋରେଟୋରୀ ସେବା ପ୍ରଦାନ କରୁଥିବା ବ୍ୟକ୍ତିଙ୍କ ସହ ହସ୍ପିଟାଲରେ ସମସ୍ତ ବିଭାଗର କାମ କରୁଥିବା ସ୍ୱାସ୍ଥ୍ୟ କର୍ମୀମାନେ ମାସ୍କ ବ୍ୟବହାର କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ଦିଆଯାଇଛି।

ରାଜ୍ୟରେ ପୁଣି ଉପରମୁହାଁ ହୋଇଛି କୋରୋନା ଗ୍ରାଫ । ଗତ କିଛି ଦିନର ବ୍ୟବଧାନ ପରେ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ବିଶେଷ ଭାବେ ରାଜ୍ୟର ସୀମାବର୍ତ୍ତି ଅଞ୍ଚଳ ଗୁଡିକରେ ଥିବା ଜିଲ୍ଲାରେ ସଂକ୍ରମଣ ଅଧିକ ଦେଖିବାକୁ ମିଳୁଛି । ନବରଙ୍ଗପୁର, ସମ୍ବଲପୁର, ନୂଆପଡାରେ କୋଭିଡ ସଂକ୍ରମଣ ଅଧିକ ମାତ୍ରାରେ ବୃଦ୍ଧି ପାଇଛି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆଗୁଆ ପଦକ୍ଷେପ ଗ୍ରହଣ କରିଛନ୍ତି । ବାହାରୁ ଆସୁଥିବା ଲୋକଙ୍କ ଉପରେ ନଜର ରଖାଯାଉଛି । ହୋମ ଆଇସୋଲେସନରେ ଥିବା ସଂକ୍ରମିତଙ୍କୁ ମନିଟରିଂ କରାଯାଉଛି । ଯାହା ଫଳରେ ରାଜ୍ୟରେ ଆକ୍ଟିଭ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ସେଥିମଧ୍ୟରୁ ଅଧିକାଂଶ ହୋମ ଆଇସୋଲେସନରେ ରହିଛନ୍ତି । ପ୍ରାୟ ୩୦ରୁ ଅଧିକ ସଂକ୍ରମିତ ହସ୍ପିଟାଲରେ ରହିଛନ୍ତି ।

ତେବେ ଅନ୍ୟ ରାଜ୍ୟ ଅପେକ୍ଷା ଓଡ଼ିଶାର ସ୍ଥିତି ଭଲ ରହିଛି । ଲକ୍ଷଣ ଦେଖାଗଲେ ତୁରନ୍ତ ଚିକିତ୍ସା କରିବାକୁ ପରାମର୍ଶ ଦେଇଛି ସ୍ୱାସ୍ଥ୍ୟ ବିଭାଗ । ହସ୍ପିଟାଲରେ ବେଡ଼ ପ୍ରସ୍ତୁତ ରଖିବା, ଭେଣ୍ଟିଲେଟର, ଅକ୍ସିଜେନ, ଆଇସିୟୁ ବେଡ଼ , ଟେଷ୍ଟ କୀଟ, ଆଦି ସ୍ଥିତି ଅନୁଧ୍ୟାନ କରାଯାଇଛି । ସମସ୍ତ ଜିଲ୍ଲାରେ ଜିଲ୍ଲପାଳଙ୍କ ତତ୍ତ୍ଵାବଧାନରେ ଏହା ସମସ୍ତ ସମୀକ୍ଷା କରାଯାଇଛି । ଟେଷ୍ଟ, ଟ୍ରାକିଂ, ଟୀକାକରଣ, ଚିକିତ୍ସା ଉପରେ ବିଶେଷ ଗୁରୁତ୍ବ ଦିଆଯାଉଛି । ତେବେ ରାଜ୍ୟରେ କମ ରୋଗୀ ହସ୍ପିଟାଲରେ ଭର୍ତ୍ତି ହେଉଛନ୍ତି । ଯେଉଁମାନଙ୍କର ଲକ୍ଷଣ ଦେଖାଯାଉଛି ସେମାନେ ତୁରନ୍ତ ଆଇସୋଲେଟ ରହିବାକୁ ସ୍ବାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି । ଯିଏ ସଂକ୍ରମିତ ଚିହ୍ନଟ ହେଉଛନ୍ତି ସେମାନଙ୍କ ସହ ଯେଉଁମାନେ ମିଳାମିଶା କରୁଛନ୍ତି ସେମାନେ ମଧ୍ୟ ପରୀକ୍ଷା କରିବା ଆବଶ୍ୟକ ବୋଲି କୁହାଯାଇଛି ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ଏମ-ରାଇଟ ଏଚଏଲଏଫପିପିଟି ର ଜିଲ୍ଲା ସ୍ତରୀୟ କର୍ମଶାଳା ଅନୁଷ୍ଠିତ

Sunil Chandra Nayak

ଚଢେଇପାହାଡିରେ ଶ୍ରୁଶ୍ରୂଷା ହେଲଥ ରିସର୍ଚ ଫାଉଣ୍ଡେସନ ଆନୁକୁଲ୍ୟରେ ମାଗଣାରେ ଇଲେକ୍ଟ୍ରୋ ହୋମିଓ ଚିକିତ୍ସା ଶିବିର

ଫାଇଲେରିଆ ନିରାକରଣ ନିମନ୍ତେ ଔଷଧ ସେବନ କାର୍ଯ୍ୟକ୍ରମ ଶୁବାରମ୍ଭ କଲେ ଜିଲ୍ଲାପାଳ

Sunil Chandra Nayak

Leave a Comment

error: Content is protected !!