ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବିଶ୍ବନାଥପୁରଠାରେ ପଞ୍ଚାୟତ ସମିତିର ପଞ୍ଚମ ବୈଠକ ଅନୁଷ୍ଠିତ

ଲାଞ୍ଜିଗଡ଼,୦୬/୦୫(ମନିସ)-ଲାଞ୍ଜିଗଡ଼ ବ୍ଲକ ମୁଖ୍ୟାଳୟ ବିଶ୍ବନାଥପୁରସ୍ଥିତ ବ୍ଲକ ସମ୍ମିଳନୀ କକ୍ଷ ପରିସରରେ ଆଜି ଲାଞ୍ଜିଗଡ଼ ପଞ୍ଚାୟତ ସମିତିର ପଞ୍ଚମ ବୈଠକ ଅନୁଷ୍ଠିତ ହୋଇଯାଇଛି ! ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା କମଳା ପାତ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ଲାଞ୍ଜିଗଡ଼ ବ୍ଲକ ଉପାଧ୍ୟକ୍ଷ ସଞ୍ଜୀବ କୁମାର ନାୟକ, କଳାହାଣ୍ଡି ଲୋକସଭା ସାଂସଦଙ୍କ ପ୍ରତିନିଧି ଲକ୍ଷ୍ମୀଧର ସନ୍ତୋଷରାୟ, ଲାଞ୍ଜିଗଡ଼ ବିଡିଓ ଜିତେନ୍ଦ୍ର କୁମାର ମିଶ୍ର, ଜିଲ୍ଲା ପରିଷଦ ସଭ୍ୟ ପରୀକ୍ଷିତ ନାଏକ, ସହକାରୀ ଯନ୍ତ୍ରୀ ସାଲଖୁ ହେମ୍ବ୍ରମ, ପଞ୍ଚାୟତ ସଂପ୍ରସାରଣ ଅଧିକାରୀ ସରୋଜ କୁମାର ପ୍ରଧାନ ପ୍ରମୁଖ ମଞ୍ଚାସୀନ ଥିଲେ ! ଏଇ ଅବସରରେ ଗ୍ରାମ୍ୟ ଜଳଯୋଗାଣ ବିଭାଗର ସହକାରୀ ଯନ୍ତ୍ରୀ ଦଶମତ ମାଝୀ, ବିଶ୍ବନାଥପୁର ବନାଞ୍ଚଳ ଅଧିକାରୀ ନରୋତ୍ତମ ମାଝୀ, କ୍ରୁଷି ବିଭାଗ ଅଧିକାରୀ ଚନ୍ଦ୍ରମୋହନ ଚାନ୍ଦ, ମତ୍ସ୍ୟ ବିଭାଗ ଅଧିକାରୀ ଦେବବ୍ରତ ନାୟକ, ଶିକ୍ଷା ବିଭାଗର ଏବିଇଓ ସୁଢ଼ଳଦେବ ମୁଣ୍ଡ, ପଦ୍ମଲୋଚନ ସୁନା, ବ୍ଲକ ମଙ୍ଗଳ ଅଧିକାରୀ ପଙ୍କଜ କୁମାର ବଳୀୟାରସିଂହ, ସାମାଜିକ ସଂପ୍ରସାରଣ ଅଧିକାରୀ ଅରବିନ୍ଦ ମହାପାତ୍ର, ମନରେଗା ଏପିଓ ସଞ୍ଜିତ କୁମାର ପରିଡ଼ାଙ୍କ ସମେତ ବ୍ଲକର ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମଚାରୀ ଏଥିରେ ଉପସ୍ଥିତ ଥିଲେ ! ପୂର୍ବତନ ବ୍ଲକ ଉପାଧ୍ୟକ୍ଷ ତଥା ବର୍ତ୍ତମାନର ପାହାଡ଼ପଦର ସମିତିସଭ୍ୟ ଜଗଦୀଶ ବେନିଆଁ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ବର୍ତ୍ତମାନର କାନକୁଟ୍ରୁ ସମିତିସଭ୍ୟ ମନୋହର ହରପାଲ, ବସନ୍ତପଡ଼ା ସରପଞ୍ଚ ଚାଞ୍ଚେର ମାଝୀ, ଲାଞ୍ଜି ସରପଞ୍ଚ ଯମୁନା ମାଝୀ, ଲାଞ୍ଜିଗଡ଼ରୋଡ଼ ସରପଞ୍ଚ ସୁଶ୍ରୀ ମମତା ଶବର, ଗୋବର୍ଦ୍ଧନପୁର ସରପଞ୍ଚ ବୈଦେହୀ ମାଝୀ, ଭଟାଙ୍ଗପଦର ସମିତିସଭ୍ୟ ରୂପେନ୍ଦ୍ର ଛତ୍ରିଆଙ୍କ ସମେତ ବ୍ଲକର ୨୬ଟି ପଞ୍ଚାୟତରୁ ସରପଞ୍ଚ ଓ ସମିତିସଭ୍ୟମାନେ ଉପସ୍ଥିତ ଥିଲେ ! ଏଥିରେ ବ୍ଲକର ବିଭିନ୍ନ ପଞ୍ଚାୟତର ସମସ୍ୟାଗୁଡ଼ିକ ଉପସ୍ଥାପନ ସହିତ ସେଗୁଡ଼ିକର ସମାଧାନ ପାଇଁ ସରପଞ୍ଚ ଓ ସମିତିସଭ୍ୟମାନେ ପ୍ରସ୍ତାବ ଆଗତ କରିଥିଲେ ! ବୈଠକ ପୂର୍ବରୁ ବ୍ଲକ ପରିସରରେ ନବନିର୍ମିତ ଗୋଷ୍ଠୀ ଶୌଚାଳୟକୁ ଅଧ୍ୟକ୍ଷା ଏବଂ ସମସ୍ତ ଅତିଥି ଉଦଘାଟନ କରିଥିଲେ !

ଲାଞ୍ଜିଗଡ଼ ବ୍ଲକରୁ ସୁଶୀଲ କୁମାର ବାଗଙ୍କ ରିପୋର୍ଟ୍

Related posts

କିଞ୍ଜିରକେଲା ରେ ଅଷ୍ଟ ପ୍ରହର ନାମଯଜ୍ଞ ଉଦଯାପିତ 

ରାଇରଙ୍ଗପୁର ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ୯ ମାସ ହେଲା ଡେପୁଟେସନରେ ; ତୁରନ୍ତ ତାଙ୍କ କାର୍ଯ୍ଯାସ୍ଥଳୀକୁ ଫେରାଇବା ପାଇଁ ସାମ୍ବାଦିକଙ୍କ ଦାବି

Sunil Chandra Nayak

ଅଲ୍ ଓଡିଶା ଇପିଏଫ୍ ପେନସନରସ୍ ଆସୋସିଏସନ୍ ବୈଠକ ଅନୁଷ୍ଠିତ 

masiha

Leave a Comment

error: Content is protected !!