ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ତେରେସିଂହାରେ ଆର୍ଥିକ ସାକ୍ଷରତା ଶିବିର ଅନୁଷ୍ଠିତ 

କର୍ଲାମୁଣ୍ଡା: କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହା ଗ୍ରାମର ମିଶନ ଶକ୍ତି ଗୃହ ଠାରେ ଆର୍ଥିକ ସାକ୍ଷରତା ସଚେତନତା ଶିବିର ଶନିବାର ଅନୁଷ୍ଠିତ ହୋଇଯାଇଛି l ଉତ୍କଳ ଗ୍ରାମୀଣ ବ୍ୟାଙ୍କ ତେରେସିଂହା ଶାଖା ପକ୍ଷରୁ ଆୟୋଜିତ ଏହି ଶିବିରରେ ଶାଖା ପରିଚାଳକ ଦିନମଣି ନାଏକ ଉପସ୍ଥିତ ରହି ବ୍ୟାଙ୍କର ବିଭିନ୍ନ ଯୋଜନା ଯଥା- ପ୍ରଧାନମନ୍ତ୍ରୀ ଜୀବନ ଜ୍ୟୋତି ବୀମା ଯୋଜନା, ପ୍ରଧାନମନ୍ତ୍ରୀ ସୁରକ୍ଷା ବୀମା ଯୋଜନା, ଅଟଳ ପେନସନ ଇତ୍ୟାଦି ଯୋଜନା ସମ୍ପର୍କରେ ଉପସ୍ଥିତ ସଦସ୍ୟାମାନଙ୍କୁ ଅବଗତ କରାଇଥିଲେ l ଉକ୍ତ ଶିବିରରେ ତେରେସିଂହା ଗ୍ରାମ ପଞ୍ଚାୟତ ସ୍ତରୀୟ ସଂଘ ସଭାନେତ୍ରୀ ପଦ୍ମିନୀ ବାଗ, ସିଆରପି ଜମ୍ବୁବତୀ ନାଏକ, ତେରେସିଂହା ଆଞ୍ଚଳିକ ମଞ୍ଚ(ଚ) ସମ୍ପାଦିକା ଭାଗ୍ୟବତୀ ବାଗଙ୍କ ସମେତ ସ୍ଵୟଂ ସହାୟିକା ଗୋଷ୍ଠୀର ସଦସ୍ୟା ମାନେ ଯୋଗ ଦେଇଥିଲେ l ଏଥିରେ ବ୍ୟାଙ୍କ କ୍ୟାସିୟର ରବିନ୍ଦ୍ର ବାର୍ଲା, ସୁଶାନ୍ତ ରଣା ପ୍ରମୁଖ ବିଭିନ୍ନ କାର୍ଯ୍ୟରେ ସହଯୋଗ କରିଥିଲେ l

କର୍ଲାମୁଣ୍ଡାରୁ ସୁଶାନ୍ତ ରଣାଙ୍କ ରିପୋର୍ଟ, ମସୀହା

Related posts

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର, ଖଡ଼ିଆଳ ଠାରେ ଗୁରୁ ଦିବସ ପାଳନ

masiha

ରାସ୍ତା ଉପରେ ଠିଆ ନକରି କାରଖାନା ଭିତରେ ଟ୍ରକ ପାର୍କିଂ ବ୍ୟବସ୍ଥା କରିବା ପାଇଁ ଏନ ଏସ ପି ସି ଏଲକୁ ଚିଠି ଲେଖିଲେ ବିଧାୟକ ଶ୍ରୀ ତନ୍ତୀ.

Sunil Chandra Nayak

ସନ୍ୟାସୀ କୁଣ୍ଡାମାଲ ପଂଚାୟତରେ ଆମ ଓଡ଼ିଶା ନବୀନ ଓଡିଶା ସଚେତନତା କାର୍ଯ୍ୟକ୍ରମ, କୁନିକଳାକାରଙ୍କ ଗହଣରେ ନାଚିଲେ ଜୁନାଗଡ଼ ବିଧାୟକ

masiha

Leave a Comment

error: Content is protected !!