ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ନର୍ଲା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନାର କାର୍ଯ୍ୟକ୍ରମ

ନର୍ଲା (ମନିସ) ଜାତୀୟ ସେବା ଯୋଜନା ଆନୁକୁଲ୍ୟରେ କଳାହାଣ୍ଡି ଜିଲ୍ଲା ଅନ୍ତର୍ଗତ ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ, ନର୍ଲା ପରିସରରେ Y20 Consultation କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଶ୍ରୀଯୁକ୍ତ ମୋହନ ପୁଟେଲ ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ, କର୍ଲାପଡା ଉପସ୍ଥିତ ରହିଥିଲେ। ସେ ସଂକ୍ଷିପ୍ତରେ ଉକ୍ତ କାର୍ଯ୍ୟକ୍ରମ ବିଷୟରେ ଆଲୋକପାତ କରିଥିଲେ। କଲେଜ ଅଧ୍ୟକ୍ଷ ନାରାୟଣ ପ୍ରସାଦ ନାଏକ, ଅଧ୍ୟାପକ ସୁଶାନ୍ତ କୁମାର ସାହୁ, ଅଧ୍ୟାପିକା ବାସନ୍ତୀ ସାହୁ ଉପସ୍ଥିତ ଥିଲେ । ସ୍ବେଚ୍ଛାସେବୀ ମାନଙ୍କ ମଧ୍ୟରେ କୁନି ନାଏକ, କ୍ଷମା ପ୍ରସାଦ ସିଂଦେଓ, ଚିତ୍ତରଞ୍ଜନ ବାରିକ ନିକିତା ସାହୁ , ତୁଷାର ଭୋଇ, ଭୀମ ଗଉଡ, ପୂଜା ରାଣୀ ପାତ୍ର ସମୂହ ସହ ମହାବିଦ୍ୟାଳୟର ଶତାଧିକ ଛାତ୍ର ଛାତ୍ରୀ ମଧ୍ଯ ଉପସ୍ଥିତ ରହିଥିଲେ। ଶେଷରେ ଶ୍ରୀଯୁକ୍ତ ସାହୁ ଧନ୍ୟବାଦ୍ ଦେଇ କାର୍ଯ୍ୟକ୍ରମର ପରିସମାପ୍ତି କରିଥିଲେ ।

ଦୀପକ ଠାକୁର/ପ୍ରଦୀପ କୁମାର ଗଉଡ ନର୍ଲା ମସୀହା ପ୍ରତିନିଧି

Related posts

ଖାତିଗୁଡ଼ା ସ୍ଥିତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବାର୍ଷିକ ଉତ୍ସବ

Sunil Chandra Nayak

ଆଇନଶୃଙ୍ଖଳା ଓ ନାରୀ ନିର୍ଯାତନା ପ୍ରସଙ୍ଗକୁ ନେଇ ଆନ୍ଦୋଳନକୁ ଓହ୍ଲାଇଲା ବିଜେଡି

Sunil Chandra Nayak

ଛାତ୍ରୀ ମାନଙ୍କ ଆତ୍ମ ସୁରକ୍ଷା ତାଲିମ ଶିବିର ଅନୁଷ୍ଠିତ

masiha

Leave a Comment

error: Content is protected !!