ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରାଇରଙ୍ଗପୁରରେ ବାମନଘାଟୀ ଉପଖଣ୍ଡ ସ୍ତରୀୟ ଯୁଗ୍ମ ଶୁଣାଣି ଶିବିରରେ ୧୦୬ ଟି ଅଭିଯୋଗରୁ ୨ ଫଇସଲା

ମୟୂରଭଞ୍ଜ- : ୮/୫ (ମସିହା). ଆଜି ବାମନଘାଟି ଉପଖଣ୍ଡ ସଦର ମହକୁମା ରାଇରଙ୍ଗପୁର ଠାରେ ବାମନଘାଟୀ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଯୁଗ୍ମ ଜନ ଶୁଣାଣି ଅଭିଯୋଗ ଶିବିର ଅନୁଷ୍ଠିତ ହୋଇ ଯାଇଛି । ବାମନଘାଟି ଉପଜିଲ୍ଲାପାଳ ଶ୍ରୀଯୁକ୍ତ ସରୋଜ କୁମାର ଦାଶଙ୍କ ପ୍ରତ୍ୟକ୍ଷ ତତ୍ତ୍ୱlବଧାନରେ ଆୟୋଜିତ ତଥା ମୟୁରଭଞ୍ଜ ଜିଲ୍ଲାପାଳ ଶ୍ରୀଯୁକ୍ତ ବିନୀତ ଭରଦ୍ୱାଜଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ଶିବିରରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଋଷିକେଶ ଦ୍ୟାନ ଦେଓ ଖିଲାରୀ , ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ହେମନ୍ତ କୁମାର ସିଂ , ରାଇରଙ୍ଗପୁର ଉପଖଣ୍ଡ ଆରକ୍ଷୀ ଅଧିକାରୀ ଶ୍ରୀ ଗୋକୁଳା ନନ୍ଦ ସାହୁ ଓ ଉପଖଣ୍ଡ ଚିକିତ୍ସା ଅଧିକାରୀ ଡ଼ା. ପ୍ରମୋଦ କୁମାର ସାହୁ ପ୍ରମୁଖ ଯୋଗ ଦେଇଥିଲେ । .ପ୍ରାରମ୍ଭ ରେ ଜିଲ୍ଲାପାଳ ଜନସାଧାରଣଙ୍କ ଠାରୁ ଆସୁଥିବା ସମସ୍ତ ଆପତ୍ତି ଅଭିଯୋଗ ଗୁଡିକର ସମାଧାନ ତ୍ୱରିତ ପ୍ରକ୍ରିୟା ରେ ସମ୍ପନ୍ନ କରିବା ପାଇଁ ଉପସ୍ଥିତ ସମସ୍ତ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ. ।ଆଜିର ଏହି ଶିବିର ରେ ଜନସାଧାରଣ ଙ୍କ ଠାରୁ ମୋଟ ୧୦୬ ଟି ଅଭିଯୋଗ ପତ୍ର ଗ୍ରହଣ ହୋଇଥିବା ବେଳେ ୯୩ ଟି ବ୍ୟକ୍ତିଗତ ସମସ୍ୟା ଭିତ୍ତିକ ଏବଂ ୧୩ ଟି ଗ୍ରାମବାସୀ ଙ୍କ ବିଭିନ୍ନ ସମସ୍ୟା ଭିତ୍ତିକ ସାମୁହିକ ଅଭିଯୋଗ ଥିଲା.। ଗ୍ରହଣ ହୋଇଥିବା ଆପତ୍ତି ଅଭିଯୋଗ ମଧ୍ୟରୁ ୨ ଟି ଅଭିଯୋଗ ର ତତ୍କାଳ ସମାଧାନ କରାଯାଇଥିଲା ଏବଂ ସହାୟତା ରାଶି ପ୍ରଦାନ ପାଇଁ ଆସିଥିବା 02 ଟି ଅଭିଯୋଗ ର ଗୁରୁତ୍ୱ ଓ ପରିସ୍ଥିତି କୁ ବିଚାର କରି ଆବେଦନକାରି ପ୍ରତ୍ୟେକ ଙ୍କୁ ଟ.୫000/- ଲେଖାଏଁ ମୋଟ ଟ.୧0000/-(ଦଶ ହଜାର ) ସହାୟତା ରାଶି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ରୁ ଜିଲ୍ଲାପାଳ ମଂଜୁର କରିଛନ୍ତିି । ଅନ୍ୟାନ୍ୟ ଆପତ୍ତି ଅଭିଯୋଗ ଗୁଡିକର ବିଷୟ ପ୍ରସଙ୍ଗ ଉପରେ ସବିଶେଷ ତଦନ୍ତ କରି ଅନୁଧ୍ୟାନ ପୂର୍ବକ ବିହିତ କାର୍ଯ୍ୟାନୁଷ୍ଠାନ ନେବା ସହ ତ୍ୱରିତ ପ୍ରକ୍ରିୟା ରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦେଶ ଦେଇଥିଲେ ।. ଅନୁଷ୍ଠିତ ଉକ୍ତ ବୈଠକ ରେ ବାମନଘାଟି ଉପଖଣ୍ଡ ଅଧିନସ୍ଥ ସମସ୍ତ ଉପଖଣ୍ଡ ସ୍ତରୀୟ ବିଭାଗୀୟ ଅଧିକାରୀ, ରାଇରଙ୍ଗପୁର ପୌରପାଳିକା ର କାର୍ଯ୍ୟନିର୍ବାହୀ ଅଧିକାରୀ,ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର,ଗୋଷ୍ଠୀ ଶିକ୍ଷା ଅଧିକାରୀ, ବିଭିନ୍ନ ଲାଇନ ବିଭାଗ ର ଅଧିକାରୀ ପ୍ରମୁଖ ଉପସ୍ଥିତ ଥିବା ବେଳେ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ର କର୍ମଚାରୀ ମାନଙ୍କ ଦ୍ୱାରା ଶିବିର କାର୍ଯ୍ୟକ୍ରମ ପରିଚାଳନା କରାଯାଇଥିଲା ।

 ମୟୂରଭଞ୍ଜ ରୁ ଅକ୍ଷୟ ବିଶ୍ବାଳ ଙ୍କ ରିପୋର୍ଟ 

Related posts

ରାଉରକେଲା କଲେଜରେ ଗାନ୍ଧୀ ଜୟନ୍ତୀ ଅବସରରେ ଆଲୋଚନାଚକ୍ର

masiha

ଗୋଲାମୁଣ୍ଡା: ବିଜୁ ଫୋର ୱେ ରେ ମର୍ମନ୍ତୁଦ ସଡକ ଦୁର୍ଘଟଣା।ଘଟଣା ସ୍ଥଳରେ ଜଣେ ମୃତ ଦୁଇ ଗୁରୁତର 

masiha

ଜୁନାଗଡ଼ ସାମ୍ବାଦିକ ସଂଘର ନୂତନ କର୍ମକର୍ତା ଚୟନ

masiha

Leave a Comment

error: Content is protected !!