ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କେନ୍ଦୁପତ୍ର ତୋଳାଳୀ, ବନ୍ଧାଳୀ,ଅସ୍ଥାୟୀ କର୍ମଚାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ୧୧୧ କୋଟି ସହାୟତା ଘୋଷଣା,ମୁଖ୍ୟମନ୍ତ୍ରୀ ଙ୍କୁ କୃତଜ୍ଞତା ଜ୍ଞାପନ କଲେ ରାଜ୍ୟସଭା ସାଂସଦ

ବଲାଙ୍ଗିର ତା 08.05 // .କେନ୍ଦୁପତ୍ର ହିତାଧିକାରୀ ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଦ୍ବିତୀୟ ପର୍ଯ୍ୟାୟରେ ୧୧୧ କୋଟି ଟଙ୍କାର ସହାୟତା ଘୋଷଣା କରିଛନ୍ତି । ୨୦୨୨ ଫସଲ ବର୍ଷ ପାଇଁ ଏହି ସହାୟତା ମିଳିବ। ପୂର୍ବରୁ ପ୍ରଥମ ପର୍ଯ୍ୟାୟରେ ୮୩ କୋଟି ଟଙ୍କାର ସହାୟତା ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ ସିଧାସଳଖ ଜମା କରାଯାଇଛି ।ଦୁଇଟି ପର୍ଯ୍ୟାୟକୁ ମିଶାଇ କେନ୍ଦୁପତ୍ର ହିତାଧିକାରୀମାନେ ୧୯୪ କୋଟି ଟଙ୍କାର ସହାୟତା ପାଇବେ, ଯାହା କି ଗୋଟିଏ ଫସଲ ବର୍ଷରେ ଏକ ସର୍ବକାଳୀନ ରେକର୍ଡ। ରାଜ୍ୟ ସରକାରଙ୍କ ଏହି ଘୋଷଣା ଦ୍ବାରା ୮ ଲକ୍ଷରୁ ଅଧିକ କେନ୍ଦୁପତ୍ର ହିତାଧିକାରୀ ଉପକୃତ ହେବେ। ୭.୭୫ ଲକ୍ଷ କେନ୍ଦୁପତ୍ର ତୋଳାଳୀ ଏବଂ ୪୦ ହଜାର ବନ୍ଧାଳୀ ଓ ସିଜିନାଲ ଷ୍ଟାଫଙ୍କୁ ଏହି ସହାୟତା ମିଳିବ।ପ୍ରତ୍ୟେକ ତୋଳାଳୀଙ୍କୁ ଏକ ହଜାର ଟଙ୍କାର ଆର୍ଥିକ ସହାୟତା ସହିତ ପାଣିବୋତଲ ଓ ଚପଲ ପାଇଁ ଯଥାକ୍ରମେ ୨୦୦ ଓ ୧୬୦ ଟଙ୍କା ମିଳିବ। ସେହିପରି ପ୍ରତ୍ୟେକ ବନ୍ଧାଳୀ ଓ ସିଜିନାଲ ଷ୍ଟାଫଙ୍କୁ ଆର୍ଥିକ ସହାୟତା ଭାବରେ ୧୫୦୦ ଟଙ୍କା ଦିଆଯିବ।କେନ୍ଦୁପତ୍ର ସଂଗ୍ରହ ହେଉଥିବା ରାଜ୍ୟର ୨୨ଟି ଜିଲ୍ଲା ମଧ୍ୟରୁ ଝାରସୁଗୁଡା ବ୍ୟତୀତ ଅନ୍ୟ ସମସ୍ତ ଜିଲ୍ଲାର ହିତାଧିକାରୀମାନେ ଏହି ସହାୟତା ପାଇବେ । ନିର୍ବାଚନ ଆଚରଣ ବିଧି ଉଠିବା ପରେ ଝାରସୁଗୁଡାର ହିତାଧିକାରୀମାନଙ୍କୁ ଏହି ସହାୟତା ମିଳିବ. ସୂଚନାଯୋଗ୍ୟ ଯେ ପ୍ରଥମ ପର୍ଯ୍ୟାୟରେ ହିତାଧିକାରୀ ମାନଙ୍କୁ ୮୩ କୋଟି ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। କେନ୍ଦୁପତ୍ର ହିତାଧିକାରୀ ମାନେ, ଯେଉଁମାନେ କି ମୁଖ୍ୟତଃ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ଅଟନ୍ତି, ସେମାନଙ୍କ ଜୀବନଧାରଣ ମାନର ଉନ୍ନତିରେ ଏହି ଘୋଷଣା ସହାୟକ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ଏଭଳିଆ ଲୋକମଙ୍ଗଳକାରି ଯୋଜନା, ଶ୍ରମିକ କଲ୍ୟାଣକାରି କାର୍ଯ୍ୟକ୍ରମ ବିଶେଷକରି ଗରିବ ଖଟିଖିଆ ଆଦିବାସୀ ଦଳିତ ବର୍ଗ ର ଦୃଢ଼ ସଶକ୍ତିକରଣ ଯୋଜନା କୁ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ସ୍ୱାଗତ କରିବା ସହିତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କୁ କୃତଜ୍ଞତା ଜଣାଇଛନ୍ତି l

ବଲାଙ୍ଗିର ରୁ ଦୁର୍ଯ୍ୟୋଧନ ବର୍ଗେ ଙ୍କ ରିପୋର୍ଟ 

Related posts

କୋଇଡା ୟୂନିୟନ ଅଫ୍ ଜୋର୍ଣାଲିଷ୍ଟ( କେୟୂଜେ) ଆନୁକୁଲ୍ୟରେ ତ୍ରୀଦିଵସୀୟ” ଦ୍ଵିବାର୍ଷିକ “ଝରଣା ମହୋତ୍ସବ “ଶୁଭ ଉଦଘାଟିତ 

masiha

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଭବ୍ୟ ପ୍ରତିଷ୍ଠା ପୂଜା ଓ ଲୋକାର୍ପଣ ଉତ୍ସବ ନିମିତ୍ତ ନିମନ୍ତ୍ରଣ

masiha

ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ଭବାନୀପାଟଣା ଠାରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ 

masiha

Leave a Comment

error: Content is protected !!