ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରାୟଗଡାରେ ଦିତୀୟ ରାଷ୍ଟ୍ରିୟ ଲୋକଅଦାଲତ ଅନୁଷ୍ଠିତ

ରାୟାଗଡ:-ତା 13/05/23-ଜିଲ୍ଲା ଆଇନ ସେବା ପ୍ରାଧିକରଣ ରାୟଗଡା ତତ୍ତ୍ବାବଧାନରେ ରାୟଗଡା ଜିଲ୍ଲା ସିଭିଲକୋର୍ଟ ପରିସରରେ ଆଜି ଦିତୀୟ ରାଷ୍ଟ୍ରିୟ ଲୋକଅଦାଲତ ଅନୁଷ୍ଠିତ ହୋଇଯାଇଛି l ଏହି ଲୋକ ଅଦାଲତରେ ରାୟଗଡା ମୂଖ୍ୟ କୋର୍ଟ ସମେତ ଗୁଣୁପୁର, ବିଷମକଟକ, କାଶିପୁର ରେ ଦୀର୍ଘ ଦିନ ଧରି ପଡିରହିଥିବା ୧୮୫ ଟି ମାମଲାର ଫଇସଲା ହୋଇ ଜରିମାନା ବାବଦକୁ ଟ. ୫୭୭୨୫୫୫ (ସତାବନ ଲକ୍ଷ ବାସ୍ତରୀ ହଜାର ପାଞ୍ଛ ସହ ପଞ୍ଛାବନ) ଟଙ୍କା, ରାଜସ୍ବ ସମ୍ବନ୍ଧିତ ୩୧୧୩ ଟି ମାମଲାର ଫଇସଲା ହୋଇ ଜରିମାନା ବାବଦକୁ ଟ. ୨୨୧୫୬ (ବାଇସ ହଜାର ଶହେ ଛପନ) ଟଙ୍କା ଓ ପ୍ରିଲିଟିଗେସନ ସମ୍ବନ୍ଧିତ ୨୫ ଟି ମାମଲାର ଫଇସଲା ହୋଇ ଜରିମାନା ବାବଦକୁ ଟ.୮୯୪୦୦୦/-( ଆଠ ଲକ୍ଷ ଚଉରାନବେ ହଜାର) ଟଙ୍କା ଆଦାୟ ହୋଇଛି l ଏହି ଲୋକ ଅଦାଲତ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ତଥା ଜିଲ୍ଲା ଦୌରା ଜଜ୍ ଶ୍ରୀ ବିକ୍ରମ କେଶରୀ ପଟ୍ଟନାୟକ ଙ୍କ ତତ୍ତ୍ବାବଧାନରେ ଅନୁଷ୍ଠିତ ହୋଇଥିବା ଏହି ଲୋକ ଅଦାଲତ କୁ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସମ୍ପାଦିକା ଶ୍ରୀମତି ନିବେଦିତା ପଣ୍ଡା ପରିଚାଳନା କରିଥିଲେ I ଏଥିରେ ପରିବାର ଅଦାଲତ ର ବିଚାରପତି ଶ୍ରୀ ଅମରୂତ ରଞ୍ଜନ ନନ୍ଦ, ସ୍ଥାୟୀ ଲୋକଅଦାଲତର ଅଧ୍ୟକ୍ଷ ଶ୍ରୀ ଏସ.ଏ.କେ ଜାହିରା ଅହମଦ, ଅତିରିକ୍ତ ଜିଲ୍ଲା ଦୌରା ଜଜ୍ ଶ୍ରୀମତି ରିନା ଚୌଧୁରୀ, ମହିଳା କୋର୍ଟ ର ବିଚାରପତି ଶ୍ରୀମତି ସୋନଲ ଶର୍ମା, ବରିଷ୍ଠ ଦେୱାନୀ ବିଚାରପତି ଶ୍ରୀ ସୌମ୍ୟରୂପ ସାହୁ, ଅନୁବିଭାଗୀୟ ଦଣ୍ଡାଧିକାରୀ ଶ୍ରୀ ଗୁରୁଚରଣ ଜେନାମଣୀ, ଗ୍ରାମ୍ୟ ନ୍ୟାୟାଧିକାରୀ ଶ୍ରୀମତି ସୁଭାସିନୀ ବେହେରା, ପ୍ରଥମ ଶ୍ରେଣୀ ବିଚାରପତି ଶ୍ରୀ ଚନ୍ଦନ ଦେହୁରୀ ପ୍ରମୁଖ ଯୋଗଦେଇଥିଲେ l ଜିଲ୍ଲା ଆଇନ ସେବା ପ୍ରାଧିକରଣ ତଥା ଜିଲ୍ଲା ଅଦାଲତ ର କର୍ମଚାରୀ ମାନେ ଏଥିରେ ସହଯୋଗ କରିଥିଲେ l

ରାୟଗଡ଼ା ରୁ ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଙ୍କ ୭୫ ଜନ୍ମ ବର୍ଷ ପୂର୍ତ୍ତି ପାଳନ ଉପଲକ୍ଷେ ଧର୍ମଗଡ଼ ଉପଖଣ୍ଡ ଡ଼ାକ୍ତରଖାନା ରକ୍ତ ଭଣ୍ଡାର ଠାରେ ରକ୍ତଦାନ ଶିବିର

Sunil Chandra Nayak

ମନେରଗା ରାସ୍ତା କାମରେ ଦୁର୍ନୀତି ନିମ୍ନ ମାନର ରାସ୍ତା ରେ ଧାନ ଲଗେଇ ପ୍ରତିବାଦ କଲେ ଗ୍ରାମବାସୀ

Sunil Chandra Nayak

ତୁମକୁ ପାରୁନି ତ ଭୁଲି : ସଙ୍ଗୀତର ଅନ୍ଯନ୍ଯ କାର୍ଯ୍ୟକ୍ରମ ଆସନ୍ତା ମଇ ୨୪ରେ …..

Leave a Comment

error: Content is protected !!