ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରାମନାଗୁଡ଼ାରେ ଯୁଗ୍ମ ଅଭିଯୋଗ ଶୁଣାଣି

ରାମନାଗୁଡ଼ା /ରାୟଗଡ:- ତା, 15/05/2023 // ଆଜି ରାମନାଗୁଡ଼ା ବ୍ଲକ କାର୍ଯ୍ୟାଳୟ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଥିଲା । ଅତିରିକ୍ତ ଜିଲ୍ଲାପାଳ ସୋମନାଥ ପ୍ରଧାନ ଯୋଗଦେଇ ମୋଟ 13ଟି ଅଭିଯୋଗ ଗ୍ରହଣ କରି ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଅଭିଯୋଗ ଗୁଡିକର ତୁରନ୍ତ ଫଇସଲା କରିବା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ । ଆଜିର 13ଟି ଅଭିଯୋଗ ମଧ୍ୟରୁ 10ଟି ବ୍ୟକ୍ତିଗତ ଓ 3ସାମୁହିକ ଅଭିଯୋଗ ଦାଖଲ ହୋଇଥିଲା ।

ଏହି ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପରିଷଦର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ରବିନାରାୟଣ ତ୍ରିପାଠୀ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ସ୍ୱାସ୍ତ୍ୟ ଅଧିକାରୀ ଡାକ୍ତର ଲାଲ ମୋହନ ରାଉତ ରାୟ, ଗୁଣପୁର ଉପ ଜିଲ୍ଲାପାଳ ଲଳିତ କୁମାର କହଁର,ପ୍ରକଳ୍ପ ନିର୍ଦ୍ଦେଶକ ଜାଳବିଭାଜିକା ମିଶନ ଡ଼ଃ ଦୟାନିଧି ବାଗ,ପ୍ରମୁଖ ଅଭିଯୋଗ ଗୁଡିକ ଶୁଣାଣି କରିଥିଲେ । ଆଜିର ଏହି ଅଭିଯୋଗ ଶୁଣାଣୀରେ,ରାମନାଗୁଡ଼ା ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁଶ୍ରୀ ପ୍ରଭାତୀ ଝଡ଼ିଆ, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ଅଶୋକ ଶତପଥି, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ପୂର୍ଣ୍ଣଚନ୍ଦ୍ର ବରିହା, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ସୁରେନ୍ଦ୍ର ଗମାଙ୍ଗ , ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ରମେଶ ଚନ୍ଦ୍ର ନାୟକ,ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ଯାଜ୍ଞସେନି ବେହେରା,ଉପଖଣ୍ଡ ଆରକ୍ଷୀ ଅଧିକାରୀ ଶ୍ରୀ ବିକାଶ ରଂଜନ ଦେହୁରୀ, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ଏଲ ସନ୍ତୋଷ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ ।

ରାୟଗଡା ରୁ ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ଆଦିବାସୀ ଙ୍କ ଉପରେ ମକଦ୍ଦମା ପ୍ରତ୍ୟାହାର ଆଦେଶ ଦେଲେ ମୁଖ୍ୟମନ୍ତ୍ରୀ.. ସରକାର ଙ୍କ ନିଷ୍ପତ୍ତି କୁ ସ୍ୱାଗତ ଜଣାଇଲା ଓଡିଶା ଆଦିବାସୀ କଲ୍ୟାଣ ମହାସଂଘ 

masiha

ହିମାଦ୍ରୀଙ୍କୁ ମିଳିଲା ପତଞ୍ଜଳି ଯୋଗ ସମିତିର ସୋସିଆଲ ମିଡ଼ିଆ ପ୍ରଭାରୀ ଦାୟିତ୍ୱ

masiha

କଳାହାଣ୍ଡି : ଥୁଆମୂଳ ରାମପୁର ବ୍ଲକ ରେ କଫି ଚାଷ । ଆଦିବାସୀ ମହିଳା ଙ୍କୁ ନୂଆ ପରିଚୟ ଦେବ କଫି ଚାଷ…

masiha

Leave a Comment

error: Content is protected !!