ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆମ ଓଡ଼ିଶା

ମେ’ ୧୮ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ

ଆସନ୍ତା ମେ’ ୧୮ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ। ଷ୍ଟେଟ ଓପନ୍‌ ସ୍କୁଲ ଓ ମଧ୍ୟମା ରେଜଲ୍ଟ ମଧ୍ୟ ୧୮ରେ ପ୍ରକାଶ ପାଇବ। ୧୮ ତାରିଖ ଦିନ ୧୦ଟା ବେଳେ ପ୍ରକାଶ ପାଇବ ରେଜଲ୍ଟ। ଦିନ ୧୦ଟା ରେ ବୋର୍ଡ କାର୍ଯ୍ୟାଳୟରେ ଗଣଶିକ୍ଷା ମନ୍ତ୍ରୀ ରେଜଲ୍ଟ ଘୋଷଣା କରିବେ। ଦିନ ୧୨ଟା ସୁଦ୍ଧା ଛାତ୍ରଛାତ୍ରୀ ସେମାନଙ୍କର ରେଜଲ୍ଟ ଜାଣିପାରିବେ। ଛାତ୍ରଛାତ୍ରୀମାନେ ୱେବସାଇଟ ଓ ମ୍ୟାସେଜ୍ ମାଧ୍ୟମରେ ମଧ୍ୟ ରେଜଲ୍ଟ ଜାଣି ପାରିବେ। ରେଜଲ୍ଟ www.bseodisha.ac.in ୱେବସାଇଟ୍ ରେ ଉପଲବ୍ଧ ହେବ। ଏନେଇ ଆଜି ବୋର୍ଡ ସଭାପତି ରମାଶିଷ ହାଜରା ଓ ବୋର୍ଡର ଉପସଭାପତି ଡକ୍ଟର ନିହାର ରଞ୍ଜନ ମହାନ୍ତି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ,ଚଳିତ ବର୍ଷ ୫ ଲକ୍ଷ ୪୧ ହଜାର ୨୪୭ ଜଣ ପିଲା ମାଟ୍ରିକ୍ ପରୀକ୍ଷା ଦେଇଛନ୍ତି । ୩ ହଜାର ୨୧୮ଟି କେନ୍ଦ୍ରରେ ମାଟ୍ରିକ୍ ପରୀକ୍ଷା ହୋଇଥିଲା । ରାଜ୍ୟରେ ୫୫ଟି ମୂଲ୍ୟାୟନ କେନ୍ଦ୍ରରେ ପରୀକ୍ଷାର୍ଥୀଙ୍କ ଉତର ଖାତାର ମୂଲ୍ୟାୟନ ଏପ୍ରିଲ ୩ ତାରିଖରୁ ଆରମ୍ଭ ହୋଇ ୧୨ ଦିନ ପର୍ଯ୍ୟନ୍ତ ଚାଲିଥିଲା।ଗତ ବର୍ଷ ପାସ୍ ହାର ଥିଲା ୯୦ ଦଶମିକ ପାଞ୍ଚ ପାଞ୍ଚ ପ୍ରତିଶତ ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ…

Related posts

ପ୍ରଦୀପ ଜେନା ହେଲେ ମୁଖ୍ୟ ଶାସନ ସଚିବ, ମାର୍ଚ୍ଚ ୧ରୁ ଦାୟିତ୍ୱ ଗ୍ରହଣ କରିବେ

Sunil Chandra Nayak

ପଣ୍ଡିତ ଅନ୍ତର୍ଯ୍ୟାମୀ ମିଶ୍ର ଙ୍କୁ ମିଳିଲା ପଦ୍ମଶ୍ରୀ ପୁରସ୍କାର

Sunil Chandra Nayak

ରେଳ ଦୁର୍ଘଟଣାରେ ଆସିଲା ମୃତାହତଙ୍କ ସଂଖ୍ୟା, ଅପରାହ୍ନ ୨ଟା ସୁଦ୍ଧା ୨୮୮ ଜଣଙ୍କ ମୃତ୍ୟୁ ହୋଇଛି। ୭୪୭ ଜଣ ଆହାତ, ୫୬ ଜଣ ସଙ୍କଟାପନ୍ନ ଅଛନ୍ତି । ଏନେଇ ରେଳ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି

Leave a Comment

error: Content is protected !!