ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆମ ଓଡ଼ିଶା

ଆସନ୍ତାକାଲି ଠାରୁ ପୁରୀରୁ ହାୱଡା ଅଭିମୁଖେ ଗଡ଼ିବ ବନ୍ଦେ ଭାରତ ଏକ୍ସପ୍ରେସ୍

ଭର୍ଚୁଆଲ ମୋଡରେ ଏହି ସେମି ହାଇସ୍ପିଡ୍ ଟ୍ରେନର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି….

ଆସନ୍ତାକାଲି ଠାରୁ ପୁରୀରୁ ହାୱଡା ଅଭିମୁଖେ ଗଡ଼ିବ ବନ୍ଦେ ଭାରତ ଏକ୍ସପ୍ରେସ୍। ଭର୍ଚୁଆଲ ମୋଡରେ ଏହି ସେମି ହାଇସ୍ପିଡ୍ ଟ୍ରେନର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

ମେ ୧୮ ତାରିଖ ଦିନ ହାୱଡ଼ା-ପୁରୀ-ହାଓଡ଼ା ‘‌ବନ୍ଦେ ଭାରତ ଏକ୍ସପ୍ରେସ୍‌’ ଉଦ୍‌ଘାଟନ କରାଯିବ ବୋଲି ମଙ୍ଗଳବାର ଦିନ ଦକ୍ଷିଣପୂର୍ବ ରେଳବାଇ ଜାରି କରିଥିବା ‘ପ୍ରେସ୍‌ ରିଲିଜ୍‌’ରେ ଉଲ୍ଲେଖ କରାଯାଇଛି।

କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ପୁରୀ ବିଧାୟକ ଓ ସାଂସଦ ଉପସ୍ଥିତ ରହିବେ। ବନ୍ଦେ ଭାରତ ଏକ୍ସପ୍ରେସ ଗୁରୁବାରକୁ ଛାଡ଼ି ସପ୍ତାହର ବାକି ଅନ୍ୟ ସବୁ ଦିନ ଚାଲିବ।

ପୁରୀରୁ ଏହି ଟ୍ରେନ୍ ଦିନ ଗୋଟାଏ ୫୦ରେ ଛାଡ଼ିବ ଓ ସେହି ଦିନ ସନ୍ଧ୍ୟା ସାଢ଼େ ୮ଟାରେ ହାୱଡାରେ ପହଞ୍ଚିବ। ସେହିଭଳି ହାୱଡ଼ାରୁ ସକାଳ ୬ଟା ୧୦ରେ ହାୱଡା ଷ୍ଟେସନରୁ ବାହାରି ୧୨ଟା ୩୫ରେ ପୁରୀରେ ପହଞ୍ଚିବ। ପୁରୀରୁ ଟ୍ରେନ୍ ଛାଡ଼ିଲେ ଖୋର୍ଦ୍ଧା ରୋଡ୍, ଭୁବନେଶ୍ବର, କଟକ, ଯାଜପୁର ରୋଡ୍, ଭଦ୍ରକ, ବାଲେଶ୍ବର ଓ ଖଡ଼ଗପୁର ଷ୍ଟେସନରେ ରହିବ। ଚେନ୍ନାଇ ପେରାମ୍ବୁର ଇଣ୍ଟିଗ୍ରାଲ୍ କୋଚ୍ ଫ୍ୟାକ୍ଟ୍ରିରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମତ ଏହି ବନ୍ଦେ ଭାରତ ଏକ୍ସପ୍ରେସରେ ରହିଛି ୧୬ଟି କୋଚ୍। ଏହା ଘଣ୍ଟାପ୍ରତି ୧୮୦ କିମି ବେଗରେ ଚାଲିବ।

 ବନ୍ଦେ ଭାରତ ଏକ୍ସପ୍ରେସର ଲୋକାର୍ପଣ ପାଇଁ ସଜେଇ ହୋଇଛି ପୁରୀ ରେଲଓ୍ବେ ଷ୍ଟେସନ । 

୨୨୮୯୫ ହାୱଡ଼ା-ପୁରୀ ବନ୍ଦେ ଭାରତ ଏକ୍ସ୍‌ପ୍ରେସ୍‌’ ସକାଳ ୬.୧୦ରେ ହାୱଡ଼ାରୁ ବାହାରି ସେହିଦିନ ଅପରାହ୍ଣ ୧୨.୩୫ରେ ପୁରୀରେ ପହଞ୍ଚିବ। ପ୍ରତ୍ୟାବର୍ତ୍ତନ ସମୟରେ ‘୨୨୮୯୬ ପୁରୀ-ହାୱଡ଼ା ବନ୍ଦେ ଭାରତ ଏକ୍ସପ୍ରେସ୍‌’ ଭାବେ ଏହା ଅପରାହ୍ଣ ୧.୫୦ରେ ପୁରୀରୁ ଯାତ୍ରା ଆରମ୍ଭ କରି ସେହିଦିନ ରାତି ୮.୩୦ରେ ହାୱଡ଼ାରେ ପହଞ୍ଚିବ।

 ପୁରୀରୁ ଟ୍ରେନ୍ ଛାଡ଼ିଲେ ଖୋର୍ଦ୍ଧା ରୋଡ୍, ଭୁବନେଶ୍ବର, କଟକ,ଯାଜପୁର ରୋଡ୍, ଭଦ୍ରକ, ବାଲେଶ୍ବର, ଖଡ଼ଗପୁର ଷ୍ଟେସନରେ ରହିବ। ଚେନ୍ନାଇ ପେରାମ୍ବୁର ଇଣ୍ଟିଗ୍ରାଲ୍ କୋଚ୍ ଫ୍ୟାକ୍ଟ୍ରିରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମତ ଏହି ବନ୍ଦେ ଭାରତ ଏକ୍ସପ୍ରେସରେ ରହିଛି ୧୬ଟି କୋଚ୍। ଏହା ଘଣ୍ଟାପ୍ରତି ୧୮୦ କିମି ବେଗରେ ଚାଲିବ।

ସୂଚନା ଅନୁଯାୟୀ ଚେନ୍ନାଇ ପେରାମ୍ବୁର ଇଣ୍ଟିଗ୍ରାଲ୍ କୋଚ୍ ଫ୍ୟାକ୍ଟ୍ରିରେ ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମତ ଏହି ବନ୍ଦେ ଭାରତ ଏକ୍ସପ୍ରେସରେ ରହିଛି ୧୬ଟି କୋଚ୍ । ଏହା ଘଣ୍ଟାପ୍ରତି ୧୮୦ କିମି ବେଗରେ ଗତି କରିପାରିବ। ଫଳରେ ହାୱଡାରୁ ପୁରୀ ଯାତ୍ରା ସମୟ ୨ ଘଣ୍ଟା କମିଯିବ। ଟ୍ରେନ୍ ଚାଲୁଥିବା ଯାଏଁ ଡୋର୍ ଖୋଲିବ ନାହିଁ କିମ୍ବା ବନ୍ଦ ନ ହେବା ଯାଏଁ ଚାଲିବ ନାହିଁ। ଯାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ଏଥିରେ ଲାଗିଛି ଅଟୋମେଟେଡ୍ କ୍ଲୋଜିଂ ଡୋର୍। ପ୍ରତି କୋଚ୍‌ରେ ୪ଟି ଲେଖାଏଁ ଏମର୍ଜେନ୍ସି ୱିଣ୍ଡୋ ଓ ୪ଟି ଲେଖାଏଁ ସିସିଟିଭି କ୍ୟାମେରା ଖଞ୍ଜାଯାଇଛି ।ବନ୍ଦେ ଭାରତ ଏକ୍ସପ୍ରେସ ଚାଲିଲେ ଓଡ଼ିଶାର ପର୍ଯ୍ୟଟନ କ୍ଷେତ୍ର ପାଇଁ ନୂଆ ସୁଯୋଗ ସୃଷ୍ଟି ହେବ ବୋଲି କୁହାଯାଉଛି । ବନ୍ଦେ ଭାରତ ଏକ୍ସପ୍ରେସରେ ଯାତ୍ରୀମାନଙ୍କ ପାଇଁ ସମସ୍ତ ପ୍ରକାର ଅତ୍ୟାଧୁନିକ ସୁବିଧା ରହିଛି । ଯାହାଦ୍ୱାରା ଯାତ୍ରା ଆରାମଦାୟକ ହେବା ସହ କମ୍ ସମୟ ମଧ୍ୟରେ ଯାତ୍ରୀମାନେ ଗନ୍ତବ୍ୟ ସ୍ଥଳରେ ପହଞ୍ଚିପାରିବେ । ଗତ ଏପ୍ରିଲ ୨୮ ଓ ମେ’ ୭ ତାରିଖରେ ପୁରୀ-ହାୱଡା ବନ୍ଦେ ଭାରତ ଏକ୍ସପ୍ରେସର ଦୁଇ ଦୁଇ ଥର ସଫଳ ଟ୍ରାଏଲ ରନ୍ ହୋଇସାରିଛି । 

ସୂଚନାଯୋଗ୍ୟ, ‘୨୨୮୯୫/୨୨୮୯୬’ ହାଓଡ଼ା-ପୁରୀ-ହାୱଡ଼ା ‘‌ବନ୍ଦେ ଭାରତ ଏକ୍ସପ୍ରେସ୍‌’ ହେବ ପଶ୍ଚିମବଙ୍ଗର ଦ୍ବିତୀୟ ‘‌ବନ୍ଦେ ଭାରତ ଏକ୍ସପ୍ରେସ୍‌’। ପ୍ରଥମ କରି ଓଡ଼ିଶାକୁ ଯିବା ପାଇଁ ନିର୍ଦ୍ଧାରିତ ଏହି ‘‌ବନ୍ଦେ ଭାରତ ଏକ୍ସପ୍ରେସ୍‌’ ରେଳବାଇର ଦିକ୍ଷିଣପୂର୍ବ ଡିଭିଜନ୍‌ ଅଧୀନରେ ଚଳାଚଳ କରିବ।

‘ଆଇଆର୍‌ସିଟିସି ଆପ୍‌’ରେ ଯାତ୍ରୀ ମାସୁଲ ସଂକ୍ରାନ୍ତରେ କୌଣସି ସଦ୍ୟତମ ସୂଚନା ପ୍ରଦାନ କରାଯାଇ ନ ଥିବା କଥା ରେଳବାଇ ସୂତ୍ରରୁ ପ୍ରକାଶ। କିନ୍ତୁ, ଗୁରୁବାର ଦିନ ଉଦ୍‌ଘାଟନ ପରେ ‘ଆପ୍‌’ ଅଥବା ‘ୱେବ୍‌ସାଇଟ୍‌’ ମାଧ୍ୟମରେ ଟିକେଟ୍‌ କିଣାଯାଇ ପାରିବ। ଏଥିରେ ଥିବା ‘ଚେୟାର୍‌କାର୍‌’ ଟିକେଟ୍‌ର ମୂଲ୍ୟ ୧୫୯୦ ଟଙ୍କା ଏବଂ ‘ଏକ୍ଜିକ୍ୟୁଟିଭ୍‌ ଚେୟାର୍‌’ ଟିକେଟ୍‌ର ମୂଲ୍ୟ ୨୯୦୦ ଟଙ୍କା ରଖାଯାଇଛି।

ଗୁରୁବାର ବ୍ୟତୀତ, ଉଭୟ ହାୱଡ଼ା ଓ ପୁରୀରୁ ମେ ୨୦ ତାରିଖ ଦିନଠାରୁ ସପ୍ତାହକୁ ୬ ଦିନ ଏହି ‘‌ବନ୍ଦେ ଭାରତ ଏକ୍ସପ୍ରେସ୍‌’ ନିୟମିତ ଚଳାଚଳ କରିବ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ପ୍ରତି ଜିଲ୍ଲାରେ ଏସଏଚଜି ମହିଳାଙ୍କୁ ଦିଆଯିବ ଡ୍ରାଇଭିଂ ଟ୍ରେନିଂ

Sunil Chandra Nayak

ମେ ତୃତୀୟ ସପ୍ତାହରେ ମାଟ୍ରିକ୍ ରେଜଲ୍ଟ ! 

ଦୁବାଇକୁ ଉଡାଣ ଭରିଲା ଇଣ୍ଡିଗୋ ବିମାନ , ବିମାନ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

Leave a Comment

error: Content is protected !!