ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜିଲ୍ଲା ସ୍ତରୀୟ ଅମଲା ଙ୍କ ପ୍ରତି ରାଜ୍ଯ ସରକାର ଙ୍କ ବୈମାତୃକ ମନୋଭାବ ପ୍ରତିବାଦରେ କଳା ବ୍ୟାଜ୍ ପରିଧାନ

ନବରଙ୍ଗପୁର.(ମସିହା ନବରଙ୍ଗପୁର: ଜିଲ୍ଲା ସ୍ତରୀୟ କାର୍ଯ୍ୟରତ ଅମଲା ମାନଙ୍କ ଦାବି ପୂରଣ କରିବାରେ ରାଜ୍ୟ ସରକାରଙ୍କ କ୍ରମାଗତ ଉଦାସୀନତା ପ୍ରତିବାଦରେ ବାଧ୍ୟ ହୋଇ ନବରଙ୍ଗପୁର ଜିଲ୍ଲାରେ କାର୍ଯ୍ୟରତ ଓଡିଶା ଅମଲା ସଂଘ, ଓଡିଶା ରାଜସ୍ୱ ଅମଲା ସଂଘ, ଓଡିଶା ଟ୍ରେଜରି ଅମଲା ସଂଘ ଓ ସବରେଜିଷ୍ଟର ଅମଲା ସଂଘର ସମସ୍ତ ଜିଲ୍ଲା ସ୍ତରୀୟ ଅମଲା ମାନେ ଗୋଟିଏ ଛାତ ତଳେ ଏକତ୍ରୀତ ହୋଇ କଳା ବ୍ୟାଜ୍ ପରିଧାନ କରି ନବରଙ୍ଗପୁର ଜିଲ୍ଲାପାଳ ଡଃ କମଲଲୋଚନ ମିଶ୍ରଙ୍କ ଅବଗତି ନିମନ୍ତେ ଏକ ସ୍ମାରକ ପତ୍ର ପ୍ରଦାନ କରିଛନ୍ତି l ପୂର୍ବ ନିର୍ଧାରିତ ନିଷ୍ପତ୍ତି କ୍ରମେ ଗତ ଏପ୍ରିଲ ମାସ ୨୧ ତାରିଖରେ ଜିଲ୍ଲା ସ୍ତରୀୟ ମିଳିତ ଅମଲା ମଞ୍ଚ ପକ୍ଷରୁ ରାଜ୍ୟର ୩୦ ଗୋଟି ଜିଲ୍ଲାର ଜିଲ୍ଲାପାଳଙ୍କ ମାଧ୍ୟମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କୁ ଦାବି ପୂରଣ ନେଇ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଥିଲା l ଏଥିରେ ଏପ୍ରିଲ ୩୦ ତାରିଖ ମଧ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ କୌଣସି ପ୍ରତିକ୍ରିୟା ପ୍ରକାଶ ନ ପାଇବାରୁ ମଇ ମାସ ୧ ତାରିଖ ଦିନ ଜିଲ୍ଲା ସ୍ତରୀୟ ମିଳିତ ମଞ୍ଚ ରାଜ୍ୟ ଶାଖା ପକ୍ଷରୁ ଏକ ଚରମ ପତ୍ର ମୁଖ୍ୟ ଶାସନ ସଚିବ ଙ୍କୁ ପ୍ରଦାନ କରାଯାଇଥିଲା l ପୂର୍ବ ନିର୍ଦ୍ଧାରିତ ନିଷ୍ପତ୍ତି ଅନୁଯାୟୀ ରାଜ୍ୟ ସରକାରଙ୍କୁ ମେ ମାସ ୨୧ ତାରିଖ ସୁଦ୍ଧା ଜିଲ୍ଲା ସ୍ତରୀୟ ଅମଲା ଙ୍କ ଦାବି ପୂରଣ କରିବା ପାଇଁ ଅନୁରୋଧ କରାଯାଇଥିଲା l ଧାର୍ଯ୍ୟ ସମୟ ସୀମା ମଧ୍ୟରେ ରାଜ୍ଯ ସରକାର ଜିଲ୍ଲା ସ୍ତରୀୟ ଅମଲା ମାନଙ୍କ ଦାବି ପୂରଣ ନେଇ କୌଣସି ପଦକ୍ଷେପ ଗ୍ରହଣ ନ କରିବାରୁ ମେ ମାସ ୨୨ ତାରିଖ ଠାରୁ ମେ ମାସ ୩୧ ତାରିଖ ପର୍ଯ୍ୟନ୍ତ କଳା ବ୍ୟାଜ୍ ପରିଧାନ କରି କାର୍ଯ୍ୟ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି, ଏବଂ ଏହାସତ୍ବେ ଯଦି ସରକାର କୌଣସି ନିଷ୍ପତ୍ତି ଗ୍ରହଣ ନ କରନ୍ତି ତେବେ ଆସନ୍ତା ଜୁନ ଏକ ତାରିଖ ଠାରୁ ଜିଲ୍ଲାରେ କାର୍ଯ୍ୟରତ ସମସ୍ତ ଜିଲ୍ଲା ସ୍ତରୀୟ ଅମଲା ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଅନିର୍ଦ୍ଦିଷ୍ଟ କାଳ ପାଇଁ ସମୁହ ଛୁଟି ରେ ଯିବେ ବୋଲି ଜିଲ୍ଲା ସ୍ତରୀୟ ମିଳିତ ଅମଲା ମଞ୍ଚର ଅଧ୍ୟକ୍ଷ କୈଲାଶ ଦାସ ଏବଂ ଆବାହକ ଏମ. ବାଳକ୍ରୀଷ୍ଣା ରାଓ ପ୍ରକାଶ କରିଛନ୍ତି l ପ୍ରକାଶ ଥାଉକି, ଦୀର୍ଘ ବର୍ଷ ହେଲା ଜିଲ୍ଲା ସ୍ତରୀୟ ଅମଲା ମାନଙ୍କର ବେତନରେ ଥିବା ଅସଙ୍ଗତି କୁ ଦୂର କରିବାରେ ରାଜ୍ୟ ସରକାର ଜାଣିଶୁଣି ଅଣଦେଖା ଓ ଅବହେଳା କରି ଚାଲିଛନ୍ତି l ଏହା ଦ୍ଵାରା ଜିଲ୍ଲା ସ୍ତରୀୟ ଅମଲା ମାନଙ୍କ ମନରେ ବହୁତ ନୈରାଶ୍ୟ ଓ ଅସନ୍ତୋଷ ଦେଖାଦେଇଛି ĺ ଯାହାର ଫଳ ସ୍ୱରୂପ ଆଗାମୀ ଦିନରେ ଏକ ବିଶାଳକାୟ ଅମଲା ଆନ୍ଦୋଳନ ମୁଣ୍ଡ ଟେକିବାକୁ ଯାଉଛି l ଏହାର ପରିଣାମ ନିଶ୍ଚିତ ଭାବରେ ସରକାରଙ୍କ କ୍ଷତି କରିବା ସହିତ ଜନସାଧାରଣ ମଧ୍ୟ ଘୋର ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି l ଏଥିପାଇଁ ରାଜ୍ଯ ସରକାର ହିଁ ଦାୟୀ ରହିବେ ବୋଲି ଶ୍ରୀ ଦାସ ପ୍ରକାଶ କରିଛନ୍ତି l ଏଠାରେ ପ୍ରକାଶ କରା ଯାଇ ପାରେ ଯେ, ରାଜ୍ୟ ସରକାର ୨୦୧୭ ମସିହା ଠାରୁ ଜିଲ୍ଲା ସ୍ତରୀୟ ଅମଲା ମାନଙ୍କ ପ୍ରବେଶିକା ଶିକ୍ଷାଗତ ଯୋଗ୍ୟତା ସ୍ନାତକ ସହିତ କମ୍ପ୍ୟୁଟର ଜ୍ଞାନ କରିଥିଲେ ଏବଂ ସେହି ଅନୁପାତରେ କାର୍ଯ୍ୟଭାର ବୃଦ୍ଧି ହୋଇଥିଲେ ମଧ୍ୟ ବେତନରେ କୌଣସି ପ୍ରକାର ଅଭିବୃଦ୍ଧି କରି ନାହାଁନ୍ତି l ଏଠାରେ ପୁନର୍ବାର ପ୍ରକାଶ କରାଯାଇ ପାରେ ଯେ, ଜିଲ୍ଲା ସ୍ତରୀୟ ଅମଲା ମାନେ ତୃଣମୂଳ ସ୍ତରରେ କାର୍ଯ୍ୟ କରି ଜିଲ୍ଲା ସ୍ତରରେ ବିଭିନ୍ନ ବିଭାଗ ମାଧ୍ୟମରେ ରାଜ୍ଯ ସରକାର ତଥା କେନ୍ଦ୍ର ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ଗୁଡିକରେ ସଫଳ ରୂପାୟନ କରିଥାନ୍ତି l ତୃଣମୂଳ ସ୍ତରରେ କାର୍ଯ୍ୟରତ ପରିଶ୍ରମର ଶ୍ରେୟ ରାଜ୍ଯ ତଥା କେନ୍ଦ୍ର ସରକାର ଙ୍କୁ ମିଳିଥାଏ l ଅମଲା ମାନଙ୍କୁ ମିଳିଥାଏ ଅବହେଳା ଏବଂ ପ୍ରତାରଣା l ଏହି ଅବସରରେ ଜିଲ୍ଲା ସ୍ତରୀୟ ଅମଲା ମଞ୍ଚ ଦ୍ଵାରା ଓଡିଶାର ମାନ୍ଯବର ମୁଖ୍ୟମନ୍ତ୍ରୀ ତଥା ରାଜ୍ୟ ସରକାରଙ୍କୁ ଅନୁରୋଧ କରିଛନ୍ତି କି, ଯଦି ଧାର୍ଯ୍ୟ ସମୟସୀମା ମଧ୍ୟରେ ଜିଲ୍ଲା ସ୍ତରୀୟ ଅମଲା ମାନଙ୍କ ଦାବି ପୂରଣ ପାଇଁ କୌଣସି ପଦକ୍ଷେପ ଗ୍ରହଣ ନ କରନ୍ତି, ତେବେ ଉପରୋକ୍ତ କାର୍ଯ୍ୟସୂଚୀ ଅନୁଯାଇ ଆନ୍ଦୋଳନ ନିଶ୍ଚିତ ଏବଂ ରାଜ୍ୟ ସରକାର ଏଥିପାଇଁ ଦାୟୀ ରହିବେ l

ନବରଙ୍ଗପୁର ଜିଲ୍ଲା ରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିଉଜ୍ 

Related posts

ସମ୍ଭାବ୍ୟ ବନ୍ୟା ଓ ବାତ୍ୟାକୁ ନେଇ ଅଗ୍ନିଶମ ବିଭାଗର ମକଡ୍ରିଲ

Sunil Chandra Nayak

ଜିଲ୍ଲାପାଳଙ୍କ ତେନ୍ତୁଳିଖୁଣ୍ଟି ଗସ୍ତ : ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା ଯୋଜନାରେ ଚାଲିଥିରେ କାର୍ଯ୍ୟ ର ସମୀକ୍ଷା

Sunil Chandra Nayak

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ରେ 59 ଟି ଅଭିଯୋଗ 

masiha

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort