ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଅପରାଧ

ମାଓବାଦୀ ଓ ସୁରକ୍ଷାକର୍ମୀ ମୁହାଁମୁହିଁ: ଉଭୟଙ୍କ ମଧ୍ୟରେ ଗୁଳିବିନିମୟ : ସର୍ଚ୍ଚ ଅପରେସନ ଜୋରଦାର 

କନ୍ଧମାଳ:24/05.(ମନିସ): କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ କୁର୍ତ୍ତମଗଡ଼ ନିକଟସ୍ଥ ସିନ୍ଧିପଙ୍ଖାଲ ଜଙ୍ଗଲରେ ସୁରକ୍ଷାକର୍ମୀ -ମାଓବାଦୀ ମଧ୍ୟରେ ଗୁଳିବିନିମୟ ହୋଇଛି।ସମ୍ପୃକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନକୁ ଜୋରଦାର କରିଛି ପୋଲିସ୍ । ସୂଚନା ପ୍ରକାରେ ଗୁଇନ୍ଦା ସୂଚନା ଆଧାରରେ ସମ୍ପୃକ୍ତ ଅଞ୍ଚଳରେ ଏସ୍ଓଜି ଜବାନ ମାନେ କୁମ୍ବିଂ ଅପରେସନ୍ ଚଳାଇଥିଲେ । ଆଜି ସକାଳ ପ୍ରାୟ ୫ଟା ୪୦ମିନିଟ୍ ସମୟରେ ସିନ୍ଧିପଙ୍ଖାଲ ଜଙ୍ଗଲରେ ସୁରକ୍ଷାକର୍ମୀ ଓ ମାଓବାଦୀ ମୁହାଁମୁହିଁ ହୋଇଥିଲେ । କିଛି ସମୟ ଧରି ଉଭୟଙ୍କ ମଧ୍ୟରେ ଗୁଳିବିନିମୟ ଘଟିବା ପରେ ମାଓବାଦୀ ମାନେ ଘଟଣା ସ୍ଥଳରୁ ଛତ୍ରଭଙ୍ଗ ଦେଇଥିବା ଜଣାପଡ଼ିଛି । ଘଟଣା ସ୍ଥଳରୁ ବିଭିନ୍ନ ମାଓ ସାମଗ୍ରୀ ଜବତ ହୋଇଥିବା ବେଳେ କିଛି ମାଓବାଦୀ ସୁରକ୍ଷାକର୍ମୀଙ୍କ ଗୁଳିରେ ଗୁରୁତର ଆହତ ହୋଇଥିବା ବିଶ୍ବସ୍ତ ସୂତ୍ରରୁ ଜଣାପଡ଼ିଛି । ତେବେ ଏଯାବତ୍ କାହାର ମୃତାହତ ଖବର ସ୍ପଷ୍ଟ ହୋଇପାରିନାହିଁ । ସେପଟେ କିଛିଦିନର ନିରବତା ପରେ କନ୍ଧମାଳରେ ଲାଲ୍ ବାହିନୀ ପୁଣିଥରେ ନିଜର ସ୍ଥିତି ଜାହିର କରୁଛି । ଅନ୍ୟପଟେ ଏହି ଗୁଳିବିନିମୟ ଘଟଣାକୁ ନେଇ ଅଞ୍ଚଳବାସୀଙ୍କ ମନରେ କୋକୁଆ ଭୟ ସୃଷ୍ଟି ହୋଇଛି ।

କନ୍ଧମାଳ ଜିଲ୍ଲାରୁ ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ

Related posts

ଭିଜିଲାନ୍ସ ଚଢ଼ଉ: ଧର୍ମଗଡ଼ ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀଙ୍କ ପାଖରୁ ମିଳିଲା ବିପୁଳ ସମ୍ପତ୍ତି, ଚଢାଉ ଜାରି

ଘାସ ମରା କୀଟନାଶକ ଔଷଧ ହେଲା କାଳ ୧୫ ଏକର ଧାନ ନଷ୍ଟ। କ୍ଷତି ପୂରଣ ଦାବି କରି ଥାନାରେ ଏତଲା ଦେଲେ ଚାଷୀ

Sunil Chandra Nayak

ଅନ୍ଧ ବିଶ୍ବାସର କରୁଣ ପରିଣତି! ବୃଦ୍ଧା ହତ୍ୟା ମାମଲାରେ ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡ 

Sunil Chandra Nayak

Leave a Comment

error: Content is protected !!