ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆମ ଓଡ଼ିଶା

ବିଜ୍ଞାନ ଓ ବାଣିଜ୍ୟ ଛାତ୍ର ଛାତ୍ରୀ ମାନଙ୍କ ପାଇଁ ବଡ଼ ଖବର – ମେ ୨୮ରେ +୨ ରେଜଲ୍ଟ ତାରିଖ ଘୋଷଣା, ପ୍ରଥମେ ପ୍ରକାଶ ପାଇବ ବିଜ୍ଞାନ ଓ ବାଣିଜ୍ୟର ଫଳ

ଆସନ୍ତା ମେ’ ୨୮ ତାରିଖରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ବାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଫଳ ତାରିଖ ଘୋଷଣା ହେବ। ସୂଚନା ଅନୁଯାୟୀ, ପ୍ରଥମେ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ତାରିଖ ଘୋଷଣା ହେବ। ଏହାପରେ ପରେ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶିତ ହେବ। ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ଫଳ ମେ’ ୩୦ କିମ୍ବା ୩୧ତାରିଖରେ ପ୍ରକାଶ ପାଇବାର ସମ୍ଭାବନା ରହିଛି। ସେପଟେ ଜୁନ ୮ ସୁଦ୍ଧା ଯୁକ୍ତ ୨ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି କୁହାଯାଉଛି।

ସୂଚନାଯୋଗ୍ୟ, ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ବାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଖାତା ମୂଲ୍ୟାୟନ ଗତ ଏପ୍ରିଲ୍ ୧୦ ତାରିଖରୁ ଆରମ୍ଭ ହୋ‌ଇଥିଲା। ପ୍ରଥମ ପର୍ଯ୍ୟାୟ ମୂଲ୍ୟାୟନର ଅନ୍‌ଲାଇନ୍‌ ଖାତା ଦେଖାରେ ପ୍ରାୟ ୩ ହଜାର ଓ ଅଫ୍‌ଲାଇନ୍‌ରେ ୫ ହଜାର ମୂଲ୍ୟାୟନକାରୀ ନିୟୋଜିତ ହୋଇଥିଲେ। ବିଜ୍ଞାନ ଓ ବାଣିଜ୍ୟ ବିଭାଗ ବିଷୟଗୁଡ଼ିକର ଇ-ମୂଲ୍ୟାୟନ ଲାଗି ୩୯ଟି ଓ ମାନୁଆଲ୍‌ ମୂଲ୍ୟାୟନ ହେବାକୁ ଥିବା କଳା ଓ ଧନ୍ଦାମୂଳକ ବିଷୟଗୁଡ଼ିକ ଲାଗି ୬୫ଟି କେନ୍ଦ୍ର ହୋଇଥିଲା। ପରବର୍ତ୍ତୀ ପର୍ଯ୍ୟାୟରେ ଉଭୟ ଅନଲାଇନ୍ ଓ ଅଫଲାଇନ୍ ଖାତା ଦେଖା ହୋଇଥିଲା। ତାପରେ ଅନ୍ୟାନ୍ୟ ଆନୁସଙ୍ଗିକ କାର୍ଯ୍ୟ ଶେଷ ହୋଇଥିଲା। ଏବେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶ କରିବାକୁ ସଂପୂର୍ଣ୍ଣ ପ୍ରସ୍ତୁତ ଥିବା ଜଣାଯାଇଛି।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ଖୋର୍ଦ୍ଧାରୋଡ-ବଲାଙ୍ଗୀର ରେଳ ପ୍ରକଳ୍ପ,ମିଳିଲା ୬୮ କିମି ଜଙ୍ଗଲ ଜମିକୁ ଅନୁମତି

Sunil Chandra Nayak

ଡାକ୍ତର ସୁନ୍ଦର ଅକ୍ଷରରେ ପ୍ରେସ୍‌କ୍ରିପ୍‌ସନ୍‌ ଲେଖିବାକୁ ନିର୍ଦ୍ଦେଶ

Sunil Chandra Nayak

ଭାରତର ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କର ଓଡିଶା ଗସ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ

Sunil Chandra Nayak

Leave a Comment

error: Content is protected !!