ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ତାଜା ଖବର

ନୂଆ ସଂସଦ ଭବନ ଉଦଘାଟନୀରେ ୭୫ ଟଙ୍କିଆ କଏନ୍ ଜାରି କରିବେ ପ୍ରଧାନମନ୍ତ୍ରୀ, ୪ ଧାତୁରେ ନିର୍ମିତ ଏହି ମୁଦ୍ରା

ନୂଆଦିଲ୍ଲୀ ୨୬/୦୫: ନୂଆ ସଂସଦ ଭବନ ଉଦ୍ ଘାଟନ ଅବସରରେ କେନ୍ଦ୍ର ସରକାର ୭୫ ଟଙ୍କିଆ ସ୍ମାରକୀ କଏନ୍ ଜାରି କରିବେ। ଏନେଇ ଅର୍ଥ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି। ମେ’ ୨୫ରେ ଜାରି କରାଯାଇଥିବା ‘ଗେଜେଟ୍ ’ ବିଜ୍ଞପ୍ତିରେ ଅର୍ଥ ମନ୍ତ୍ରାଳୟ କହିଛି ଯେ, ‘କଏନେଜ୍ ରୁଲ୍ ସ୍ , ୨୦୨୩’ ଅନୁଯାୟୀ ଏହି ସ୍ମାରକୀ ମୁଦ୍ରା ଜାରି କରାଯିବ।

ନୂଆ ସଂସଦ ଭବନ ଉଦଘାଟନ ଉତ୍ସବ ଅବସରରେ ଜାରି ହେବାକୁ ଥିବା ଏହି ୭୫ ଟଙ୍କିଆ ଧାତବ ମୁଦ୍ରା ଟଙ୍କା ଶାଳରେ ନିର୍ମାଣ କରାଯିବ। ୫୦% ରୁପା, ୪୦% ତମ୍ବା, ୫% ନିକେଲ୍ ଏବଂ ୫% ଦସ୍ତା ଧାତୁ ସମ୍ମିଶ୍ରଣରେ ଏହି ୭୫ ଟଙ୍କିଆ ମୁଦ୍ରା ନିର୍ମାଣ କରାଯିବ। ୪୪ ମିଲିମିଟର୍ ଗୋଲେଇ ବିଶିଷ୍ଟ ଏହି ଧାତବ ମୁଦ୍ରାରେ ରହିବ ୨୦୦ଟି ଦାନ୍ତି।

ଏହାର ସମ୍ମୁଖ ପାର୍ଶ୍ବରେ ରହିବ ଅଶୋକ ସ୍ତମ୍ଭରେ ଥିବା ଜାତୀୟ ସଙ୍କେତ ସିଂହ। ତା’ ତଳକୁ ଥିବ ଦେବନାଗରୀ ଲିପିରେ ଲିଖିତ ‘ସତ୍ୟମେବ ଜୟତେ’। ସେହିପରି, ମୁଦ୍ରାର ବାମ ଗୋଲାର୍ଦ୍ଧ ପଟକୁ ରହିବ ଦେବନାଗରୀ ଲିପିରେ ଲିଖିତ ଶବ୍ଦ ‘ଭାରତ’ ଏବଂ ଡାହାଣ ଗୋଲାର୍ଦ୍ଧ ପାର୍ଶ୍ବକୁ ରହିବ ଇଂରାଜୀ ଲିପିରେ ଲିଖିତ ଶବ୍ଦ ‘ଇଣ୍ଡିଆ’। ପୁଣି, ଜାତୀୟ ସଙ୍କେତ ସିଂହ ତଳକୁ ଭାରତୀୟ ଟଙ୍କାର ସଙ୍କେତ (“₹”) ଏବଂ ଇଂରାଜୀ ସଂଖ୍ୟାରେ ଉଲ୍ଲେଖ ଥିବ ୭୫।

ଏହାଛଡ଼ା, ଏହି ମୁଦ୍ରାର ପଛ ପାର୍ଶ୍ବରେ ଖୋଦିତ ହେବ ସଂସଦ ପରିସରର ଚିତ୍ର। ଏହାର ଉପର ଗୋଲାର୍ଦ୍ଧ ଧାରରେ ଦେବନାଗରୀ ଲିପିରେ ଉଲ୍ଲେଖ ରହିବ ସଂସଦ ଭବନ। ତଳ ଗୋଲାର୍ଦ୍ଧ ଧାରରେ ଇଂରାଜୀ ଲିପିରେ ଉଲ୍ଲେଖ ରହିବ ‘ପାର୍ଲାମେଣ୍ଟ୍ କମ୍ପ୍ଲେକ୍ସ’। ସେହିପରି, ପାର୍ଲାମେଣ୍ଟ୍ ଚିତ୍ର ତଳେ ଉଲ୍ଲେଖ ରହିବ ବର୍ଷ ୨୦୨୩।

ବିଦ୍ୟାଧର ସାହୁଙ୍କ ରିପୋର୍ଟ…..

Related posts

ରେଳ ଦୁର୍ଘଟଣାରେ ଆସିଲା ମୃତାହତଙ୍କ ସଂଖ୍ୟା, ଅପରାହ୍ନ ୨ଟା ସୁଦ୍ଧା ୨୮୮ ଜଣଙ୍କ ମୃତ୍ୟୁ ହୋଇଛି। ୭୪୭ ଜଣ ଆହାତ, ୫୬ ଜଣ ସଙ୍କଟାପନ୍ନ ଅଛନ୍ତି । ଏନେଇ ରେଳ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି

ବଜରଙ୍ଗବାଲି ସ୍ବେଚ୍ଛାସେବୀ ସଂଗଠନ ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ

Sunil Chandra Nayak

ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ, ବୈଠକରେ ୧୮ଟି ପ୍ରସ୍ତାବକୁ ଅନୁମୋଦନ , ମୋ ଘର ଯୋଜନା ଉପରେ ମୋହର 

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort