ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ତାଜା ଖବର

ନୂଆ ସଂସଦ ଭବନ ଉଦଘାଟନୀରେ ୭୫ ଟଙ୍କିଆ କଏନ୍ ଜାରି କରିବେ ପ୍ରଧାନମନ୍ତ୍ରୀ, ୪ ଧାତୁରେ ନିର୍ମିତ ଏହି ମୁଦ୍ରା

ନୂଆଦିଲ୍ଲୀ ୨୬/୦୫: ନୂଆ ସଂସଦ ଭବନ ଉଦ୍ ଘାଟନ ଅବସରରେ କେନ୍ଦ୍ର ସରକାର ୭୫ ଟଙ୍କିଆ ସ୍ମାରକୀ କଏନ୍ ଜାରି କରିବେ। ଏନେଇ ଅର୍ଥ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି। ମେ’ ୨୫ରେ ଜାରି କରାଯାଇଥିବା ‘ଗେଜେଟ୍ ’ ବିଜ୍ଞପ୍ତିରେ ଅର୍ଥ ମନ୍ତ୍ରାଳୟ କହିଛି ଯେ, ‘କଏନେଜ୍ ରୁଲ୍ ସ୍ , ୨୦୨୩’ ଅନୁଯାୟୀ ଏହି ସ୍ମାରକୀ ମୁଦ୍ରା ଜାରି କରାଯିବ।

ନୂଆ ସଂସଦ ଭବନ ଉଦଘାଟନ ଉତ୍ସବ ଅବସରରେ ଜାରି ହେବାକୁ ଥିବା ଏହି ୭୫ ଟଙ୍କିଆ ଧାତବ ମୁଦ୍ରା ଟଙ୍କା ଶାଳରେ ନିର୍ମାଣ କରାଯିବ। ୫୦% ରୁପା, ୪୦% ତମ୍ବା, ୫% ନିକେଲ୍ ଏବଂ ୫% ଦସ୍ତା ଧାତୁ ସମ୍ମିଶ୍ରଣରେ ଏହି ୭୫ ଟଙ୍କିଆ ମୁଦ୍ରା ନିର୍ମାଣ କରାଯିବ। ୪୪ ମିଲିମିଟର୍ ଗୋଲେଇ ବିଶିଷ୍ଟ ଏହି ଧାତବ ମୁଦ୍ରାରେ ରହିବ ୨୦୦ଟି ଦାନ୍ତି।

ଏହାର ସମ୍ମୁଖ ପାର୍ଶ୍ବରେ ରହିବ ଅଶୋକ ସ୍ତମ୍ଭରେ ଥିବା ଜାତୀୟ ସଙ୍କେତ ସିଂହ। ତା’ ତଳକୁ ଥିବ ଦେବନାଗରୀ ଲିପିରେ ଲିଖିତ ‘ସତ୍ୟମେବ ଜୟତେ’। ସେହିପରି, ମୁଦ୍ରାର ବାମ ଗୋଲାର୍ଦ୍ଧ ପଟକୁ ରହିବ ଦେବନାଗରୀ ଲିପିରେ ଲିଖିତ ଶବ୍ଦ ‘ଭାରତ’ ଏବଂ ଡାହାଣ ଗୋଲାର୍ଦ୍ଧ ପାର୍ଶ୍ବକୁ ରହିବ ଇଂରାଜୀ ଲିପିରେ ଲିଖିତ ଶବ୍ଦ ‘ଇଣ୍ଡିଆ’। ପୁଣି, ଜାତୀୟ ସଙ୍କେତ ସିଂହ ତଳକୁ ଭାରତୀୟ ଟଙ୍କାର ସଙ୍କେତ (“₹”) ଏବଂ ଇଂରାଜୀ ସଂଖ୍ୟାରେ ଉଲ୍ଲେଖ ଥିବ ୭୫।

ଏହାଛଡ଼ା, ଏହି ମୁଦ୍ରାର ପଛ ପାର୍ଶ୍ବରେ ଖୋଦିତ ହେବ ସଂସଦ ପରିସରର ଚିତ୍ର। ଏହାର ଉପର ଗୋଲାର୍ଦ୍ଧ ଧାରରେ ଦେବନାଗରୀ ଲିପିରେ ଉଲ୍ଲେଖ ରହିବ ସଂସଦ ଭବନ। ତଳ ଗୋଲାର୍ଦ୍ଧ ଧାରରେ ଇଂରାଜୀ ଲିପିରେ ଉଲ୍ଲେଖ ରହିବ ‘ପାର୍ଲାମେଣ୍ଟ୍ କମ୍ପ୍ଲେକ୍ସ’। ସେହିପରି, ପାର୍ଲାମେଣ୍ଟ୍ ଚିତ୍ର ତଳେ ଉଲ୍ଲେଖ ରହିବ ବର୍ଷ ୨୦୨୩।

ବିଦ୍ୟାଧର ସାହୁଙ୍କ ରିପୋର୍ଟ…..

Related posts

ଉଦଘାଟନ ହେଲା ବିଶ୍ୱର ସର୍ବବୃହତ ଗଣତାନ୍ତ୍ରିକ ରାଷ୍ଟ୍ରର ନୂତନ ସଂସଦ ଭବନ l ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ବଦଳିଲା ଦଶମ ବୋର୍ଡ ପରୀକ୍ଷା ଢାଞ୍ଚା: ଆଉ ହେବନି ସମ୍ମେଟିଭ ପରୀକ୍ଷା, ବର୍ଷ ଶେଷରେ ହେବ ଗୋଟିଏ ବୋର୍ଡ ପରୀକ୍ଷା

ଓଡ଼ିଶାରେ ୫ଜି ଟେଲିକମ୍ ସେବା ଉଦଘାଟିତ, ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଏବଂ ଧର୍ମେନ୍ଦ୍ର ପ୍ରଧାନ

Sunil Chandra Nayak

Leave a Comment

error: Content is protected !!