ଲାଞ୍ଜିଗଡ,୧୧/୦୩(ମ.ନି.ସ)-ଲାଞ୍ଜିଗଡ ବ୍ଲକ ଗୋବର୍ଦ୍ଧନପୁର ଗ୍ରାମପଞ୍ଚାୟତର ନବନିର୍ବାଚିତ ସରପଞ୍ଚ ବୈଦେହୀ ମାଝୀ ଆଜି ପଦ ଓ ଗୋପନୀୟତାର ଶପଥ ନେବା ସହିତ ବିଧିବଦ୍ଧ ଭାବେ ସରପଞ୍ଚ ଦାୟିତ୍ୱ ଗ୍ରହଣ କରିଛନ୍ତି । ଆଜି ସେ ନୂତନ ସରପଞ୍ଚ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ଗୋବର୍ଦ୍ଧନପୁର ପଞ୍ଚାୟତର ବିଭିନ୍ନ ସମସ୍ୟାର ସମାଧାନ ଦିଗରେ ପଦକ୍ଷେପ ନେବେ ବୋଲି ନିଜ ପ୍ରତିକ୍ରିୟାରେ କହିଛନ୍ତି । ସେ ଦାୟିତ୍ୱ ଗ୍ରହଣ କରିବା ପରେ ଆଜି ପଞ୍ଚାୟତ କର୍ତ୍ତୃପକ୍ଷଙ୍କ ସମେତ ବିଭିନ୍ନ ଅଞ୍ଚଳର ମାନ୍ୟଗଣ୍ୟ ବ୍ୟକ୍ତିମାନେ ତାଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ ।
ଲାଞ୍ଜିଗଡରୁ ସୁଶୀଲ କୁମାର ବାଗଙ୍କ ରିପୋର୍ଟ୍