ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଭାରତୀୟ ଷ୍ଟେଟ ବ୍ୟାଙ୍କର ମୃତ୍ୟୁ ଜନିତ ବୀମାରାଶି ପ୍ରଦାନ

ଡାବୁଗାଁ, ୨୯/୫ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ସଦରମହକୁମାସ୍ଥିତ ଭାରତୀୟ ଷ୍ଟେଟ ବ୍ୟାଙ୍କ ଠାରେ ହିତାଧିକାରୀ ଙ୍କୁ ମୃତ୍ୟୁ ଜନିତ ବୀମାରାଶି ସୋମବାର ପ୍ରଦାନ କରାଯାଇଛି | ସୂଚନାଯୋଗ୍ୟ:- ଡାବୁଗାଁ ବ୍ଲକ ର ଘୋଡାଖୁଣ୍ଟା ପଞ୍ଚାୟତ ଅଧୀନ ସିନ୍ଧିଭଟାଗୁଡା ଗ୍ରାମର ସରାବଣି ଶବର ଡାବୁଗାଁ ଭାରତୀୟ ଷ୍ଟେଟ ବ୍ୟାଙ୍କ ଶାଖାରେ ଏକ ଜମା ଖାତା ଖୋଲି ଟଙ୍କା ଦେଣନେଣ କରୁଥିଲେ |୧୫.୦୫.୨୦୨୧ ଦିନ ପ୍ରଧାନ ମନ୍ତ୍ରୀ ଜୀବନ ଜ୍ୟୋତି ବୀମା ଯୋଜନାରେ ୩୩୦ ଟଙ୍କା ଦେଇ ବୀମା କରାଇଥିଲେ | ୧.୧୧.୨୦୨୧ ଦିନ ନିଜ ଘରେ ସରାବଣି ଙ୍କର ପ୍ରସବ ହୋଇ ଏକ କନ୍ୟା ସନ୍ତାନ ଜନ୍ମ ଦେଇଥିଲେ | ପ୍ରସବ ହେବା ପରେ ୯.୧୧.୨୦୨୧ ଦିନ କୌଣସି କାରଣରୁ ତାଙ୍କର ମୃତ୍ୟୁ ଘଟିଥିଲା | ଏହାପରେ ସରାବଣିଙ୍କ ସ୍ଵାମୀ ସଗ୍ରାମ ଶବର ବୀମାରାଶି ପାଇବା ପାଇଁ ବ୍ୟାଙ୍କରେ ଆବେଦନ କରିଥିଲେ | ଏହି ବୀମା ରାଶି ୨ ଲକ୍ଷ ଟଙ୍କା ସଗ୍ରାମ ଶବରଙ୍କ ଜମାଖାତାରେ ବ୍ୟାଙ୍କ ପକ୍ଷରୁ ଜମା କରାଯାଇଛି | ଏଥିରେ ଡାବୁଗାଁ ଭାରତୀୟ ଷ୍ଟେଟ ବ୍ୟାଙ୍କ ଶାଖା ପରିଚାଳକ ନୀତିଶ ସ୍ଵାଇଁ ସଗ୍ରାମ ଙ୍କୁ ଉକ୍ତ ଜମା ଖାତା ପ୍ରଦାନ କରିଛନ୍ତି | ଏଣୁ ବ୍ୟାଙ୍କରେ ଖାତା ଥିବା ଗ୍ରାହକ ମାନେ ପ୍ରଧାନ ମନ୍ତ୍ରୀ ଜୀବନ ଜ୍ୟୋତି ବୀମା ଯୋଜନାରେ ବୀମା କରାଇ ବୀମାର ସୁଯୋଗ ନିଅନ୍ତୁ | ଏଥିରେ କର୍ମଚାରୀ ସଞ୍ଜୟ ପ୍ରସାଦ ମହାଙ୍କୁଡ, ଅଜିତ ବେରିହା ପ୍ରମୁଖ ଉପସ୍ଥିତ ଥିଲେ |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

 

Related posts

ସାହିତ୍ୟିକ ସୁରେଶ ଚନ୍ଦ୍ର ନେଗୀଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକ ପାଳନ

Sunil Chandra Nayak

ମଣିପୁରରେ ମହିଳାଙ୍କ ପ୍ରତି ବଳାତ୍କାର ମାମଲାରେ ରାଇରଙ୍ଗପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚା ତରଫରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଗୃହ ମନ୍ତ୍ରୀ ଅମିତ ଶାହାଙ୍କ କୁଶପୁତ୍ତଳିକା ଦାହ

Sunil Chandra Nayak

ବାଣପୁର ଗସ୍ତରେ ପୂର୍ବତନ ଖୋର୍ଦ୍ଧା ଜିଲ୍ଲା ଏଡିଏମ ମନୋଜ କୁମାର ପାଢ଼ୀ

Leave a Comment

error: Content is protected !!