ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ତେନ୍ତୁଳିଖୁଣ୍ଟି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ପାପଡାହାଣ୍ଡି ବ୍ଲକର ଅତିରିକ୍ତ ଦାୟିତ୍ବ ଗ୍ରହଣ

ପାପଡାହାଣ୍ଡି,2/6, ମନିସ — ଗତ ତା ୩୦.୦୪.୨୦୨୩ରିଖ ଦିନ ପାପଡାହାଣ୍ଡି ବ୍ଲକ୍ ଶିକ୍ଷାଧିକାରୀ ଶ୍ରୀ ବୀରେନ୍ଦ୍ର କୁମାର ପାଢୀ ମହୋଦୟଙ୍କ ଅବସର ଗ୍ରହଣ ପରେ ପାପଡାହାଣ୍ଡି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ଗତ ୩୦.୦୫.୨୦୨୩ରିଖରେ ତେନ୍ତୁଳିଖୁଣ୍ଟି ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ସୋମରେନ୍ଦ୍ର ଭୈ।ମିକ୍ ଅତିରିକ୍ତ ଦାୟିତ୍ବ ଗ୍ରହଣ କରିଛନ୍ତି। ଏଥିପୂର୍ବରୁ ଶ୍ରୀ ଭୈ। ମିକ୍ ନନ୍ଦାହାଣ୍ଡି ବ୍ଲକର ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ରୂପେ ଦାୟିତ୍ୱ ନିର୍ବାହ କରିଥିଲେ।ଆଜି ପାପଡାହାଣ୍ଡି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ଉପସ୍ଥିତ ରହି ବିଭିନ୍ନ ବିଭାଗର ସମୀକ୍ଷା କରିଥିଲେ । ଏହି ସମୟରେ କାର୍ଯ୍ୟାଳୟର ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ତଥା ଗୋଷ୍ଠୀ ସଂଜଯୋକ ଶ୍ରୀ ପୂର୍ଣ୍ଣଚନ୍ଦ୍ର ପୂଜାରୀ,ସହ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ସୁଦର୍ଶନ ନାୟକ,ସହ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ବାଳକ ଦାସ ରନ୍ଧାରୀ, ପାପଡାହାଣ୍ଡି ବ୍ଲକର ସମସ୍ତ ସିଆରସିସି ଏବଂ ସମଗ୍ର ଶିକ୍ଷା ବିଭାଗର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ।* *ଶ୍ରୀ ଭୈ।ମିକ୍ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟର ସମସ୍ତ କାର୍ଯ୍ୟ ଗୁଡିକୁ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ସମାପନ କରିବା ପାଇଁ ଆଲୋଚନା କରିଥିଲେ।

ପାପଡାହାଣ୍ଡି ରୁ ସ୍ବପ୍ନ ଜୀତ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ଧର୍ମଗଡ କୁ ସ୍ୱତନ୍ତ୍ର ଜିଲ୍ଲା ମାନ୍ୟତା ପ୍ରଦାନ ସହ ଅନ୍ୟାନ୍ୟ ସମସ୍ୟା ସଂପର୍କିତ ଦାବୀନେଇ ଆଜି ମୁଖ୍ୟମନ୍ତ୍ରୀ ଙ୍କୁ ଭେଟିଲା ଜଗନ୍ନାଥ ସେବା ସମିତି

Sunil Chandra Nayak

ତାତିରେ ସାରା ଓଡ଼ିଶା ନିଆଁ; ଅମଲାଙ୍କ ଆନ୍ଦୋଳନ ନିଆଁ ; ସରକାରୀ କାର୍ଯ୍ୟ ଠପ୍ ,ଜନତା ଅସନ୍ତୋଷରେ ନିଆଁ

Sunil Chandra Nayak

ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ ରୋଷେୟା ଏବଂ ସେବାୟତ ସଂଘର ମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ 

masiha

Leave a Comment

error: Content is protected !!