ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଧର୍ମୀୟ ସଂସ୍କୃତି

ଆଜି ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ଆରମ୍ଭ ହୋଇଯାଇଛି ମହାପ୍ରଭୁଙ୍କ ସ୍ନାନ ଯାତ୍ରା

ଆଜି ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ଆରମ୍ଭ ହୋଇଯାଇଛି ମହାପ୍ରଭୁଙ୍କ ସ୍ନାନ ଯାତ୍ରା

ରତ୍ନବେଦୀ ଛାଡ଼ି ସ୍ନାନବେଦୀକୁ ବିଜେ କରିଛନ୍ତି ଚତୁର୍ଦ୍ଧା ବିଗ୍ରହ ।ସ୍ନାନବେଦୀରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ ଜଗନ୍ନାଥ, ବଳଭଦ୍ର, ଦେବୀ ସୁଭଦ୍ରା ଓ ସୁଦର୍ଶନ । ଆଜି ସ୍ନାନ ମଣ୍ଡପରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବେ ମହାବାହୁ । ଏଥିପାଇଁ ଭୋରୁ ନୀତିକାନ୍ତି ଆରମ୍ଭ ହେବା ପରେ ସ୍ନାନ ମଣ୍ଡପରେ ବିଜେ କରିଛନ୍ତି ମହାପ୍ରଭୁ ।

ନୀତି ନିର୍ଘଣ୍ଟ ଅନୁଯାୟୀ, ରାତି ୩ଟା ୩୦ ମିନିଟରେ ମଙ୍ଗଳାର୍ପଣ ଶେଷ ହେବା ପରେ ସକାଳ ୫ଟାରେ ପହଣ୍ଡି ଆରମ୍ଭ ହୋଇଥିଲା । ପ୍ରଥମେ ରତ୍ନ ବେଦି ଛାଡି ସ୍ନାନ ବେଦିରେ ବିଜେ କରିଥିଲେ ବଳଭଦ୍ର । ପରେପରେ ଦେବୀ ସୁଭଦ୍ରା ଓ ଜଗନ୍ନାଥ ରତ୍ନ ବେଦିକୁ ପହଣ୍ଡି ବିଜେ କରିଥିଲେ । ଏହାପରେ ମଙ୍ଗଳ ଆଳତୀ, ମଇଲମ, ତଡ଼ପଲାଗି, ଅଧରପୋଛା ନୀତି ଅନୁଷ୍ଠିତ ହେବ । ପରେପରେ ଦ୍ଵାରପାଳ ପୂଜା, ଅବକାଶ, ରୋଷହୋମ ନୀତି ଅନୁଷ୍ଠିତ ହେବ।

ସକାଳ ୯.୫୫ ମିନିଟରେ ସୂର୍ଯ୍ୟ ପୂଜା, ୧୦.୨୫ ବେଶଶେଷ, ୧୧.୨୦ ରୁ ୧୨.୪୫ ମଧ୍ୟରେ ଜଳ ବିଜେ, ପୂଜା, ସ୍ନାନ ନୀତି ହେବ। ୧.୫୦ ମିନିଟରେ ମଇଲମ, ମେକାପ ସର୍ବାଙ୍ଗ ଓ ନୂଆ ଲୁଗା ବେଶ, ମଧ୍ୟାହ୍ନ ୨ଟା ରେ ଛେରା ପହଁରା ଏହାପରେ ହାତୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେହେ ମହାପ୍ରଭୁ। ଏହି ବେଶ ଦେଖିବାକୁ ଭକ୍ତ ଉତ୍କଣ୍ଠାର ସହ ଅପେକ୍ଷା କରିଛନ୍ତି। ପରେ ପରେ ଛେରା ପହଁରା ଘଣ୍ଟଛତା ସକାଳ ଧୂପ, ଦକ୍ଷିଣିଘର ଭୋଗ, ସାହାଣମେଲା, ମଇଲମ ପୁଷ୍ପାଞ୍ଜଳି ଓ ଡୋରଲାଗି, ବାହୁଡ଼ା ପହଣ୍ଡି, ସୁନା ଚିତା ଓ ବାହୁରେଖା ମଇଲମ ନୀତି ଅନୁଷ୍ଠିତ ହେବ ।

ସ୍ନାନ ପୂର୍ଣ୍ଣିମାକୁ ଦୃଷ୍ଟିରେ ରଖି ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ଭକ୍ତଙ୍କ ଜନସମାଗମକୁ ଦୃଷ୍ଟିରେ ରଖି ମାର୍କେଟ ଛକଠାରୁ ବ୍ୟାରିକେଡ୍‌ ବ୍ୟବସ୍ଥା ସହ ପର୍ଯ୍ୟାପ୍ତ ସିସିଟିଭି, ୬୦ ପ୍ଲାଟୁନ ପୋଲିସ ଫୋର୍ସ, ପଞ୍ଚସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଏଥିସହ ୩ ଜଣ କମାଣ୍ଡାଣ୍ଟ, ୧୨ ଅତିରିକ୍ତ ଏସପି, ୨୨ ଡିଏସପି ୫୯ ଇନ୍ସପେକ୍ଟର, ୨୯୧ ସବ ଇନ୍ସପେକ୍ଟର, ୪୧ ହାବିଲଦାର, ୧୨ ଟ୍ରାଫିକ ହାବିଲଦାର, ୩୩୧ କନଷ୍ଟେବଳ, ୪୮ ଟ୍ରାଫିକ କନଷ୍ଟେବଳ, ୫୪୪ ହୋମଗାର୍ଡ ସୁରକ୍ଷା ଦାୟିତ୍ବରେ ରହିଛନ୍ତି ।

ଆଜିଠାରୁ ଦୀର୍ଘ ଏକମାସ ଧରି ମହାପ୍ରଭୁଙ୍କ ସ୍ନାନ ଯାତ୍ରା, ଅଣସର ନୀତି, ଶ୍ରୀଗୁଣ୍ଡିଚା, ବାହୁଡା଼, ସୁନାବେଶ ଓ ନୀଳାଦ୍ରିବିଜେ ନୀତି ସମ୍ପାଦନ କରିବେ ଦଇତାପତି ସେବକ । ଏନେଇ ଆଜିଠାରୁ ଦଇତା ପ୍ରବେଶ ନୀତି ଆରମ୍ଭ ହେବା ସହ କୋଠ ସୁଆଁସିଆ ସେବକଙ୍କ ଦ୍ୱାରା ଶ୍ରୀମନ୍ଦିରର ରତ୍ନ ସିଂହାସନରେ ଚାରମାଳ ବନ୍ଧାଯିବ । ଆଜି ମହାପ୍ରଭୁଙ୍କ ଘୋଷଯାତ୍ରା ନେଇ ବଉଳ କାଠରେ ସେନାପଟା ନିର୍ମାଣ ମଧ୍ଯ କରାଯିବ ।

ଦେବସ୍ନାନ ପୂର୍ଣ୍ଣିମା ବା ସ୍ନାନଯାତ୍ରା…

ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ପାଳନ କରାଯାଏ । ଏହି ଦିନ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯାଏ । ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଇଥାଏ । ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ । ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ । ଏହା ରଥଯାତ୍ରା ଆଗରୁ ପାଳିତ ହେଉଥିବା ଏକ ପୂଜା ବିଧି।

ଜଳରେ ସ୍ନାନ କରାଯାଏ l ଏହି ଜଳରୁ ୩୫ ଗରା ଜଗନ୍ନାଥଙ୍କୁ, ୩୩ ଗରା ବଳଭଦ୍ରଙ୍କୁ, ୨୨ ଗରା ସୁଭଦ୍ରାଙ୍କୁ ଓ ୧୮ ଗରା ସୁଦର୍ଶନଙ୍କୁ ସ୍ନାନ କରାଯାଏ ।ଏହାକୁ “ପ୍ରତ୍ୟେକ୍ଷ ଅବକାଶ” କହନ୍ତି । ପ୍ରଭୁଙ୍କୁ ଏହି ଦିନ ଗଜାନନ ବେଶ କରାଯାଏ ।ଏହି ଦିନ ରାଘବଦାସ ମଠ ପକ୍ଷରୁ ଦେବୀ ସୁଭଦ୍ରାଙ୍କୁ ଫୁଲଚୂଳ, ଚନ୍ଦ୍ରିକା ଓ ଛତ୍ରି ନାଗି କରାଯାଇ ବେଶ କରାଯାଏ । ଗୋପାଳତୀର୍ଥ ମଠଦ୍ୱାରା ପ୍ରଦତ୍ତ ଶ୍ରୀବଳଭଦ୍ରଙ୍କୁ ଗଜାନନ ବେଶ ଓ ଶୁଦର୍ଶନଙ୍କୁ ଚକ୍ର ଲାଗି କରାଯାଏ । ଏହି ଦିନ ତିନି ଧୂପ ବଦଳରେ ଗୋଟିଏ ଧୂପ ଦିଆଯାଏ।

ତାପରେ ଠାକୁରମାନେ ଶ୍ରୀମନ୍ଦିରକୁ ଗୋଟି ପହଣ୍ଡିରେ ଫେରନ୍ତି । ଭିତର କାଠପାଖ ଅଣସର ପିଣ୍ଡିରେ ଠାକୁରମାନେ ବିଜେ କରିବାପରେ ତାଟି ବନ୍ଧାଯାଏ ଓ ପଟିମୂର୍ତି ସ୍ଥାପନା କରାଯାଏ । ତାପରେ ଏହି ଚତୁର୍ଧାମୂର୍ତ୍ତି ସ୍ନାନପୂର୍ଣ୍ଣିମାଠାରୁ ନେତ୍ରୋତ୍ସବ ପର୍ଯ୍ୟନ୍ତ ଦିର୍ଘ ୧୫ ଦିନ ଧରି ଜ୍ୱରରେ ପଡ଼ନ୍ତି । ଏହାକୁ ଅଣସର କୁହାଯାଏ । ଏହି ୧୫ ଦିନ ଭକ୍ତମାନେ ଜିଉମାନଙ୍କର ଦର୍ଶନ ପାଆନ୍ତି ନାହିଁ । ଏହି ସମୟରେ ଭକ୍ତମାନେ ନିକଟସ୍ଥ ବ୍ରହ୍ମଗିରିରେ ପୂଜିତ ହେଉଥିବା ଅଲାରନାଥଙ୍କୁ ଦର୍ଶନ କରନ୍ତି ।

କିମ୍ବଦନ୍ତୀ….

ଦେବସ୍ନାନ ପୂର୍ଣ୍ଣିମା ଦିନ ଚତୁର୍ଦ୍ଧା ମୂର୍ତ୍ତି, ସ୍ନାନ ପରେ ଗଜବେଶରେ ସଜ୍ଜିତ ହୁଅନ୍ତି । ଏହା ପଛରେ ଏକ କିମ୍ବଦନ୍ତୀ ନିହିତ । ମହାରାଷ୍ଟ୍ରର ଏକ ବ୍ରାହ୍ମଣ ଗଣପତି ଭଟ୍ଟ ଥରେ ଶ୍ରୀ କ୍ଷେତ୍ରର ମହିମା ବିଷୟରେ ଶୁଣି, ମହାପ୍ରଭୁଙ୍କ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ଆସିଲେ। ସେ ଭଗବାନ ଗଣେଶଙ୍କର ଭକ୍ତ ଥିଲେ । ତେଣୁ ଦାରୁ ବିଗ୍ରହଙ୍କ ଦର୍ଶନ କରି, ଗଜ ରୂପ ନଦେଖି ସେ ତାଙ୍କୁ ପରମବ୍ରହ୍ମ ବୋଲି ମାନିବାକୁ ଅସ୍ୱୀକାର କଲେ ଏବଂ କ୍ଷୁବ୍ଧ ହୋଇ ମନ୍ଦିର ତ୍ୟାଗ କଲେ । ପରଦିନ ଦେବସ୍ନାନ ପୂର୍ଣ୍ଣିମା ଥିଲା । ମହାପ୍ରଭୁଙ୍କ ଆଦେଶରେ ବଡ଼ପଣ୍ଡା ଗଣପତି ଭଟ୍ଟଙ୍କୁ ସ୍ନାନ ଯାତ୍ରା ଦେଖିବା ପାଇଁ ଆମନ୍ତ୍ରଣ କଲେ । ତାଙ୍କ ଦୃଷ୍ଟି ସମ୍ମୁଖରେ ଦାରୁ ବିଗ୍ରହ ଶ୍ରୀ ଜଗନ୍ନାଥଙ୍କ ରୂପ ପରିବର୍ତ୍ତନ ହୋଇ ଗଣପତି ରୂପ ହୋଇଗଲା । ଏ ଅଲୌକିକ ଘଟଣା ଦେଖି ତାଙ୍କର ଜ୍ଞାନୋଦୟ ହେଲା ଏବଂ ସେ ନିଜର ଭୂଲ ବୁଝିପାରିଲେ । ତାଙ୍କ ପ୍ରାର୍ଥନାରେ ସନ୍ତୁଷ୍ଟ ହୋଇ ମହାପ୍ରଭୁ ତାଙ୍କୁ ବର ପ୍ରଦାନ କଲେ ଯେ, ପ୍ରତିବର୍ଷ ଏହି ଦିନରେ ସେ ଗଜବେଶ ଧାରଣ କରିବେ । ଏହି ଘଟଣା ପରଠାରୁ ପ୍ରତିବର୍ଷ ଚତୁର୍ଦ୍ଧା ମୂର୍ତ୍ତି ସ୍ନାନ ପୂର୍ଣ୍ଣିମାରେ ଗଜବେଶ ଧାରଣ କରନ୍ତି ।

ବିଦ୍ୟାଧର ସାହୁଙ୍କ ଉପସ୍ଥାପନା….

Related posts

କୁମ୍ଭାରି ଓ ଗୋଲାମୁଣ୍ଡାଠାରେ ମାସେ ଧରି ଓଁ ଶ୍ରୀ ଶ୍ରୀ ମହାଭାରତ ମହାପାରାୟଣ ମହାଯଜ୍ଞ ସମାପନ

ମ.ରାମପୁରରେ ଜଗତର ନାଥ ଜଗନ୍ନାଥଙ୍କ ଦେବସ୍ନାନ

ଶେଷ ହେଲା ଐତିହାସିକ ବାଲିଯାତ୍ରା

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort