ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବିଶ୍ଵ ପରିବେଶ ଦିବସରେ ପ୍ରକୃତି ମିତ୍ର ପୁରସ୍କାରରେ ସମ୍ମାନିତ ହେଲା ସରିଆଁ ହାଇସ୍କୁଲ

ନର୍ଲା (ମନିସ)ପରିବେଶ ସୁରକ୍ଷା ଓ ସଂରକ୍ଷଣ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ରାଜ୍ୟ ଜଙ୍ଗଲ ଓ ପରିବେଶ ବିଭାଗ ତରଫରୁ ବିଶ୍ୱ ପରିବେଶ ଦିବସ ଉପଲକ୍ଷେ ନର୍ଲା ବ୍ଳକ ଅନ୍ତର୍ଗତ ସରିଆଁ ହାଇସ୍କୁଲକୁ ପ୍ରକୃତି ମିତ୍ର ପୁରସ୍କାରରେ ସମ୍ମାନିତ କରାଯାଇଛି। ଭୁବନେଶ୍ୱର ସ୍ଥିତ ରାଜ୍ୟ କନଭେନସନ ସେଣ୍ଟର ଠାରେ ଉକ୍ତ ବିଦ୍ୟାଳୟକୁ ଚଳିତ ବର୍ଷ “ପ୍ରକୃତି ମିତ୍ର” ପୁରସ୍କାର ସହିତ ୨୦୦୦୦ ଟଙ୍କା ଅର୍ଥ ରାଶି ପ୍ରଦାନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ମାନ୍ୟବର ମନ୍ତ୍ରୀ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ପଞ୍ଚାୟତିରାଜ ଓ ପାନୀୟ ଜଳ, ସୂଚନା ଓ ଲୋକ ସମ୍ପର୍କ ଓଡିଶା ସରକାରଙ୍କ ଶ୍ରୀ ପ୍ରଦୀପ କୁମାର ଆମାତ, ମୁଖ୍ୟ ବନ ସଂରକ୍ଷକ, ରାଜ୍ୟ ଜଙ୍ଗଲ ବାହିନୀ ମୁଖ୍ୟ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଶ୍ରୀ ଦେବୀଦତ୍ତ ବିଶ୍ୱାଳ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଜଙ୍ଗଲ, ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଶ୍ରୀ ସତ୍ୟବ୍ରତ ସାହୁ ଏବଂ ଅବସରପ୍ରାପ୍ତ ଅଧ୍ୟକ୍ଷ ଓଡିଶା ରିଏଲ ଇଷ୍ଟେଟ ରେଗୁଲେଟାରୀ ଅଥରିଟି ଶ୍ରୀ ସିଦ୍ଧାନ୍ତ ଦାସ ପ୍ରମୂଖ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ପୁରସ୍କାର ବିତରଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ସରିଆଁର ବିଜ୍ଞାନ ଶିକ୍ଷକ ଗଙ୍ଗାନାରାୟଣ ଦାସ ପୁରସ୍କାର ଗ୍ରହଣ କରିଥିଲେ। ଏହି ଖବର ପ୍ରାସାରିତ ହେବା ପରେ ନର୍ଲା ଅଞ୍ଚଳରେ ବିଭିନ୍ନ ମହଲରୁ ଶୁଭେଚ୍ଛାର ବାର୍ତ୍ତା ଛୁଟୁଛି । ସ୍ଥାନୀୟ ଭବାନୀ ଶଙ୍କର ସାଂସ୍କୃତିକ ଅନୁଷ୍ଠାନର ସଭାପତି ଦୁର୍ବାଦଲ ଭୋଇ ଏବଂ ସମ୍ପାଦକ ମିଲନ କୁମାର ଭୋଇ ମଧ୍ୟ ଶୁଭେଚ୍ଛା ଜଣେଇଛନ୍ତି। ଆଗାମୀ ଦିନରେ ପରିବେଶ ସୁରକ୍ଷା ଓ ଅଭିବୃଦ୍ଧି ଦିଗରେ ସରିଆଁ ଅଞ୍ଚଳରେ ବ୍ୟାପକ ବନୀକରଣ ନିମନ୍ତେ ବିଦ୍ୟାଳୟ ପକ୍ଷରୁ ଅନେକ କାର୍ଯ୍ୟକ୍ରମ ହାତକୁ ନିଆଯିବ ବୋଲି ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସାଧୁରାମ ଭୋଇ ଜଣାଇଛନ୍ତି।

ପ୍ରଦୀପ କୁମାର ଗଉଡ ନର୍ଲା ମସୀହା ପ୍ରତିନିଧି

Related posts

ଉତ୍କଳ ସମ୍ମିଳନୀ ରାଉରକେଲା ଶାଖା ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତ ଓଡ଼ିଆ ଅସ୍ମିତା ଓ ସ୍ୱାଭିମାନର ମୂର୍ତ୍ତିମନ୍ତ ପ୍ରତୀକ ଥିଲେ ମଧୁବାବୁ 

Sunil Chandra Nayak

ପ୍ରଥମ ଥର ପାଇଁ ରାୟଗଡା ଠାରେ ମା ମଝିଘରିଆଣି ଏଣ୍ଟରଟେନମେଣ୍ଟ ଟ୍ରଷ୍ଟ ପକ୍ଷରୁ ସଫଳତାର ସହ ଅନୁଷ୍ଠିତ ହେଲା ରାୟଗଡା ଟେଲେଣ୍ଟ ଆୱାର୍ଡ 2024

masiha

ଧବଳେଶ୍ଵର କ୍ରୀଡା ଓ ସାଂସ୍କୃତିକ ଅନୁଷ୍ଠାନ : ରାଜ୍ୟ ସ୍ତରୀୟ କ୍ରିକେଟ ଟୁର୍ଣାମେଣ୍ଟ 

masiha

Leave a Comment

error: Content is protected !!