ଭବାନୀପାଟଣା ତାo୫.୦୬.୨୦୨୩// ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପ ଜିଲ୍ଲାପାଳ , ଭବାନୀପାଟଣା ଡ ବିଶ୍ୱଜିତ୍ ଦାସ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୧୨୨ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୧୩ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୯ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୨୨ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ କେସିଙ୍ଗା ବ୍ଲକ ଅନ୍ତର୍ଗତ ଲଇତରା ପଂଚାୟତ ର ନିତ୍ଯ ନାଏକ ଙ୍କୁ ୫୦୦୦ ଟଙ୍କା ଆର୍ଥିକ ସହାୟତା ମଞ୍ଜୁର କରଯାଇଥିଲା।