ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆମ ଓଡ଼ିଶାତାଜା ଖବର

ପାଚିକା-ସହାୟିକାମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରଜ ଭେଟି,ଶାଢ଼ି ପାଇଁ ଦେଲେ ୫୦୦ ଟଙ୍କା ଭତ୍ତା

ମା ପରି ପିଲାମାନଙ୍କ ଖାଇବା ଦାୟିତ୍ୱ ସ୍କୁଲରେ ନେଉଛନ୍ତି ପାଚିକା ଓ ସହାୟିକା।ସାରା ସମାଜ ଆପଣମାନଙ୍କ ନିକଟରେ ଋଣୀ ବୋଲି କହିଲେ ମୁଖ୍ୟମନ୍ତ୍ରୀ….

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସେବା ଭବନରେ ରାଜ୍ୟର ବିଦ୍ୟାଳୟ ଗୁଡିକରେ ନିୟୋଜିତ ଥିବା ପାଚିକା-ସହାୟିକା ମାନଙ୍କ ପାଇଁ ୧୧୭.୭୩ କୋଟି ଟଙ୍କାର ଆର୍ଥିକ ସହାୟତା ମଞ୍ଜୁର କରିଥିବା ବେଳେ ଶାଢ଼ି ପାଇଁ ଭତ୍ତା ମଧ୍ୟ ପ୍ରଦାନ କରିଛନ୍ତି । ଆର୍ଥିକ ସହାୟତା ଭାବେ ୧୧୭.୭୩ କୋଟି ଟଙ୍କା ମଞ୍ଜୁର କରାଯାଇଛି ଏବଂ ପ୍ରତ୍ୟେକ ପାଚିକା ଓ ସହାୟିକାଙ୍କୁ ସାଢି ପାଇଁ ୫୦୦ ଟଙ୍କା ଲେଖାଏ ଭତ୍ତା ପ୍ରଦାନ କରାଯାଇଛି। ରାଜ୍ୟର ଏକ ଲକ୍ଷ ନଅ ହଜାର ପାଚିକାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୫.୪୫ କୋଟି ଟଙ୍କା ପ୍ରଦାନ କରାଯାଇଛି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନ ଦେଇ କହିଛନ୍ତି ଯେ, ପିଲାମାନଙ୍କ ମଧ୍ୟରେ ଶିକ୍ଷାର ପ୍ରସାର ତଥା ପୃଷ୍ଟି ନିରାପତ୍ତା ପାଇଁ ମଧ୍ୟାହ୍ନ ଭୋଜନର ଭୂମିକା ବହୁତ ଗୁରୁତ୍ୱପୂର୍ଣ୍ଣ । ପାଚିକା ଓ ସହାୟିକାମାନେ ଏହି ଗୁରୁ ଦାୟିତ୍ୱ ବହନ କରୁଛନ୍ତି । ୫୦ ହଜାର ରୁ ଅଧିକ ସ୍କୁଲରେ ୪୫ ଲକ୍ଷରୁ ଅଧିକ ପିଲା ପଢୁଛନ୍ତି । ଆପଣମାନେ ମା ପରି ଏ ସବୁ ପିଲାମାନଙ୍କର ଖାଇବା ଦାୟିତ୍ୱ ନେଇଛନ୍ତି । ତେଣୁ ସାରା ସମାଜ ଆପଣମାନଙ୍କ ନିକଟରେ ଋଣୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

୪୭୩୦ ମିଶନ ଶକ୍ତି ଗୋଷ୍ଠୀଙ୍କ ଜରିଆରେ ମଧ୍ୟାହ୍ନ ଭୋଜନ କାର୍ଯ୍ୟକ୍ରମ ଚାଲିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଅନ୍ୟାନ୍ୟ ସବୁ ଦାୟିତ୍ୱ ପରି ଏ ଦାୟିତ୍ୱ ମଧ୍ୟ ଆପଣମାନେ ଭଲ ଭାବରେ ପାଳନ କରୁଛନ୍ତି । ମିଶନ ଶକ୍ତିର ସୁନାମ ଦିନକୁ ଦିନ ବଢି ଚାଲିଛି ବୋଲି ମନ୍ତବ୍ୟ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମିଶନ ଶକ୍ତି ଜରିଆରେ ମା ମାନଙ୍କ ସଶକ୍ତିକରଣ ପାଇଁ ଉଦ୍ୟମ ଜାରି ରହିବ ।

ପାଚିକା ଓ ସହାୟିକାମାନଙ୍କୁ ଖାଦ୍ୟ ଓ ସ୍ୱଚ୍ଛତା ସମ୍ପର୍କରେ ତାଲିମ ଦିଆଯାଇଛି ବୋଲି ପ୍ରକାଶ କରି ସେମାନେ ମଧ୍ୟାହ୍ନ ଭୋଜନରେ ସ୍ୱଚ୍ଛତା ଓ ଖାଦ୍ୟ ସୁରକ୍ଷା ବଜାୟ ରଖିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ ।

ଏହି ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି ଅଭିଭାଷଣ ଦେଇ ରାଜ୍ୟରେ ଚାଲିଥିବା ମଧ୍ୟାନ୍ନ ଭୋଜନ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋକପାତ କରିଥିଲେ । ବିଦ୍ୟାଳୟ ଗୁଡିକରେ ଉପସ୍ଥାପନ ଓ ପୃଷ୍ଟିହୀନତା ଦୂର କରିବାରେ ମଧ୍ୟାହ୍ନ ଭୋଜନ କାର୍ଯ୍ୟକ୍ରମ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ସେ କହିଥିଲେ ।

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ତଥା ସଚିବ ଅଶ୍ୱଥି. ଏସ୍. ସ୍ୱାଗତ ଭାଷଣ ଦେଇଥିଲେ ଏବଂ ମଧ୍ୟାହ୍ନ ଭୋଜନ କାର୍ଯ୍ୟକ୍ରମର ନୋଡାଲ ଅଫିସର ଧନ୍ୟବାଦ ଅର୍ପଣ କରିଥିଲେ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ୫୦,୮୬୨ଟି ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୪୫.୫୦ ଲକ୍ଷ ଛାତ୍ରଛାତ୍ରୀ ଉପକୃତ ହେଉଛନ୍ତି । ୪୭୩୦ ମିଶନ ଶକ୍ତି ଗୋଷ୍ଠୀର ୧.୦୯ ଲକ୍ଷ ପାଚିକା ଓ ସହାୟିକାମାନେ ମଧ୍ୟାହ୍ନ ଭୋଜନ ପ୍ରସ୍ତୁତିରେ ସାମିଲ ଅଛନ୍ତି । ପୂର୍ବରୁ ୨୦୧୭-୧୮ ମସିହାରେ ସେମାନଙ୍କ ପାଇଁ ଶାଢ଼ି ଭତ୍ତା ବାବଦରେ ଜଣ ପିଛା ୨୫୦ ଟଙ୍କା ମଞ୍ଜୁର କରାଯାଇଥିଲା।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ବିଜ୍ଞାନ ଓ ବାଣିଜ୍ୟ ଛାତ୍ର ଛାତ୍ରୀ ମାନଙ୍କ ପାଇଁ ବଡ଼ ଖବର – ମେ ୨୮ରେ +୨ ରେଜଲ୍ଟ ତାରିଖ ଘୋଷଣା, ପ୍ରଥମେ ପ୍ରକାଶ ପାଇବ ବିଜ୍ଞାନ ଓ ବାଣିଜ୍ୟର ଫଳ

ମୋ-ସରକାର’ ଅଧୀନରେ ଆଉଟ୍‌ସୋର୍ସିଂ ସଂସ୍ଥା। ଆଉଟସୋର୍ସିଂ କର୍ମଚାରୀଙ୍କୁ ମିଳିଲା ସାମାନ୍ୟ ଆଶ୍ୱସ୍ତି

Sunil Chandra Nayak

ରେଳ ଦୁର୍ଘଟଣାରେ ଆସିଲା ମୃତାହତଙ୍କ ସଂଖ୍ୟା, ଅପରାହ୍ନ ୨ଟା ସୁଦ୍ଧା ୨୮୮ ଜଣଙ୍କ ମୃତ୍ୟୁ ହୋଇଛି। ୭୪୭ ଜଣ ଆହାତ, ୫୬ ଜଣ ସଙ୍କଟାପନ୍ନ ଅଛନ୍ତି । ଏନେଇ ରେଳ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି

Leave a Comment

error: Content is protected !!