ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ଋଣ ଓ ସୁଧ ଫେରସ୍ତ ସଚେତନତା କାର୍ଯ୍ୟକ୍ରମ

ନର୍ଲା (ମନିସ)ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ମାନଙ୍କ ନିମନ୍ତେ ବ୍ୟାଙ୍କ ଋଣ ଓ ସୁଧ ଫେରସ୍ତ ବ୍ୟବସ୍ଥା ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ନର୍ଲା ବ୍ଳକ ସଭା ଗୃହ ଠାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ବିପିଏମୟୁ, ମିଶନ ଶକ୍ତି ନର୍ଲା ଦ୍ଵାରା ଆୟୋଜିତ କରାଯାଇଥିଲା। କାର୍ଯ୍ୟକ୍ରମରେ ନର୍ଲା ବିଧାୟକ ଭୂପିନ୍ଦର ସିଂ, କଳାହାଣ୍ଡି ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂହଦେଓ , ଜିଲ୍ଲା ପରିଷଦ ସଦସ୍ୟ ହରିଶଙ୍କର ମାଝୀ, ନର୍ଲା ବ୍ଳକ ଅଧ୍ୟକ୍ଷ ମନୋରମା ମହାନ୍ତି, ଉପାଧ୍ୟକ୍ଷ ଦୁର୍ଗାପ୍ରସାଦ ମହାନ୍ତି, ନର୍ଲା ଗୋଷ୍ଠୀ ଉନ୍ନୟନ ଅଧିକାରୀ ବାସନ୍ତୀ ସେଠୀ, ନର୍ଲା ସିଡିପିଓ, ଡିଡିଏମ ନାବାର୍ଡ,ଡିପିସି, ମିଶନ ଶକ୍ତି ମହିଳା, ବ୍ୟାଙ୍କ କର୍ମଚାରୀ ଓ ସ୍ବୟଂ ସହାୟକ ଗୋଷ୍ଠୀର ମହିଳାମାନେ ଏଥିରେ ଅଂଶଗ୍ରହଣ କରିଥିଲେ। ସ୍ଵୟଂ ସହାୟକ ଗୋଷ୍ଠୀର ମହିଳାମାନେ କିପରି ଶୃଙ୍ଖଳିତ ଭାବେ ଗୋଷ୍ଠୀ ପରିଚାଳନା ସହ ବ୍ୟାଙ୍କ ଋଣ ଓ ସୁଧ ଫେରସ୍ତ କାର୍ଯ୍ୟକୁ ସୁଚାରୁରୂପେ ସମ୍ପାଦନା କରିବେ ତାହା ଉପରେ ଉପସ୍ଥିତ ଅତିଥି ଓ ଅଧିକାରୀ ମାନେ ଆଲୋକପାତ କରିଥିଲେ।

ଦୀପକ ଠାକୁର,ପ୍ରଦୀପ କୁମାର ଗଉଡ ନର୍ଲା ମସୀହା ପ୍ରତିନିଧି

Related posts

ବୋଡେ଼ନ ବ୍ଲକ ରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ 

masiha

ଵାସିଙ୍ଗୀରେ ମା’ ମନସା ଦେବୀଙ୍କ ପୂଜା ଓ ଘଟ ଶୋଭାଯାତ୍ରା

Sunil Chandra Nayak

ମୋ ବ୍ଲକ – ମୋ ଢେଙ୍କାନାଳ ସମୀକ୍ଷା ବୈଠକ ଅନୁଷ୍ଠିତ

Sunil Chandra Nayak

Leave a Comment

error: Content is protected !!