ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଶତାୟୁ,ବି.ବି. ହାଇସ୍କୁଲ,ଢେଙ୍କାନାଳ ପରିସରରେ ଆନ୍ତର୍ଜାତୀୟ ଯୋଗ ଦିବସ -୨୦୨୩ ପାଳିତ 

ଢେଙ୍କାନାଳ:ତା.୨୧.୦୬.୨୦୨୩ରିଖ (ବୁଧବାର): ( ) ଦିବା ଘ.୧୦.୦୦ ସମୟରେ ସ୍ଥାନୀୟ ଶତାୟୁ, ବ୍ରଜନାଥ ବଡ଼ଜେନା ଉଚ୍ଚ ବିଦ୍ୟାଳୟ, ଢେଙ୍କାନାଳ ପରିସରରେ କୋଭିଡ-୧୯ ନିୟମ ସବୁକୁ ଅନୁପାଳନ କରି ଆନ୍ତର୍ଜାତୀୟ ଯୋଗ ଦିବସ -୨୦୨୩ ନିରାଡାମ୍ବର ଭାବରେ ପାଳିତ ହୋଇଯାଇଛି। ଏଥିରେ ବିଦ୍ୟାଳୟର ସମର ଶିକ୍ଷାର୍ଥୀ ଜଳ, ସ୍ଥଳ,ଆକାଶ ଓ ବାଳିକା ବାହିନୀର ପ୍ରାୟ ୩୦୦ ଜଣ ସମର ଶିକ୍ଷାର୍ଥୀ ଅଂଶଗ୍ରହଣ କରିଥିଲେ ।

ବିଦ୍ୟାଳୟର ବର୍ତ୍ତମାନର ପ୍ରଧାନ ଶିକ୍ଷୟିତ୍ରୀ ବ୍ରହ୍ମୋତ୍ରୀ ବିଶ୍ୱାଳ ,ଓଡ଼ିଶା ଶିକ୍ଷାସେବା(ଏସ. ବି)(ଗ୍ରୁପ -ଏ)ଜୁନିୟର, ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି ସ୍ଵୀୟ ଅଭିଭାଷଣରେ ଯୋଗ, ଆସନ, ପ୍ରାଣାୟାମ ଆଦି ପ୍ରତିଦିନ ଅଭ୍ୟାସ କଲେ ସମସ୍ତେ ନିଜ ଦେହ,ମନକୁ ନିରୋଗ,ସୁସ୍ଥ ,ସୁରକ୍ଷିତ ଓ ଅକ୍ଷୁର୍ଣ୍ଣ ରଖିବାକୁ ସମସ୍ତେ ଚେଷ୍ଟିତ ହେବାକୁ ଦୃଢ଼ ଆହ୍ୱାନ ଜଣାଇଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ବ୍ରହ୍ମୋତ୍ରୀ ବିଶ୍ୱାଳ,ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ସାରଙ୍ଗଧର ସାହୁ, ଉପସଭାପତି ସୁପ୍ରଭା ସ୍ୱାଇଁ, ସଦସ୍ୟା ଝରଣା ପାତ୍ର, ମୀନା ନାଏକ,ସୀମା ରାଣୀ ସାହୁ, ପ୍ରଭାସିନୀ ସାହୁ, ବିଜୟଲକ୍ଷ୍ମୀ ଜେନା, ଲକ୍ଷ୍ମୀକାନ୍ତ ଜେନା, ଦିଲାବର ହୁସେନ,ବିରଞ୍ଚି ନାଏକ,ବରିଷ୍ଠ ଶିକ୍ଷକ ତଥା ସମର ଶିକ୍ଷାର୍ଥୀ ଆକାଶ ବାହିନୀ ଚିଫ ଅଫିସର ଡ଼ା.ଦେବୀ ପ୍ରସାଦ ମିଶ୍ର, ବରିଷ୍ଠ ଶିକ୍ଷୟିତ୍ରୀ ସ୍ଵର୍ଣ୍ଣମୟୀ ଶତପଥୀ,ସମର ଶିକ୍ଷାର୍ଥୀ ନୌବାହିନୀ ପ୍ରାକ୍ତନ ଚିଫ ଅଫିସର ଧ୍ୟାନଚାନ୍ଦ ମିଶ୍ର, ବରିଷ୍ଠ ସୁନିତାବାଳା ଷଡ଼ଙ୍ଗୀ, ସ୍ୱାଗତିକା ରଥ,ସୁଜାତା ପଣ୍ଡା, ସମର ଶିକ୍ଷାର୍ଥୀ ସ୍ଥଳ ବାଳିକା ବାହିନୀ ଥାର୍ଡ ଅଫିସର ଅନୁପମା ପଣ୍ଡା,ଗାଇଡ଼ ଶିକ୍ଷୟିତ୍ରୀ କ୍ଷୀରାବଧିତନୟା ମହାପାତ୍ର,ସୁଚିତ୍ରା ସାହୁ, ସଂସ୍କୃତ ଶିକ୍ଷୟିତ୍ରୀ ଡ଼ଃ ଅନୁପମା ମିଶ୍ର,ସଂସ୍କୃତ ଶିକ୍ଷକ ତଥା ସମର ଶିକ୍ଷାର୍ଥୀ ସ୍ଥଳ ବାହିନୀ ବାଳକ ବିଭାଗ ଦାୟିତ୍ୱରେ ଥିବା କେୟାର ଟେକର ଅଫିସର୍ ଦିପ୍ତିଶ କୁମାର ଶତପଥୀ, ସମର ଶିକ୍ଷାର୍ଥୀ ନୌବାହିନୀ ବାଳକ ଓ ବାଳିକା ବିଭାଗ ଦାୟିତ୍ୱରେ ଥିବା କେୟାର ଟେକର ଅଫିସର୍ କିରଣମୟୀ ମହାଳିକ, କଲ୍ୟାଣୀ ବଡ଼ଜେନା, ଡେପୁଟେସନରେ କାର୍ଯ୍ୟରତା ଶିକ୍ଷୟିତ୍ରୀ ସୁନିତା ନାଥ,ସ୍ମିତା ପଟ୍ଟନାୟକ,ଅନିତା ସାହୁ,ସୁଜିତ କୁମାର ବାରା, ଏକମାତ୍ର ବରିଷ୍ଠ କାର୍ଯ୍ୟାଳୟ ସହକାରୀ ପ୍ରଫୁଲ୍ଲ କୁମାର ବିଶ୍ବାଳ,ବାସୁଦେବ ରଣା,ମମତା ବେହେରା, ରୁଦ୍ରାକ୍ଷ ଗଡନାୟକ, ସନ୍ତୋଷ ଜେନା,ନରହରି ଗୋଛାୟତ ପ୍ରମୁଖ ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀ ବୃନ୍ଦ କୋଭିଡ-୧୯ ନିୟମାବଳୀ ଅନୁପାଳନ କରି ଯୋଗଦାନ କରି ଆନ୍ତର୍ଜାତୀୟ ଯୋଗ ଦିବସ -୨୦୨୩ ପାଳନ ଉତ୍ସବକୁ ସାଫଲ୍ୟ ମଣ୍ଡିତ କରିଥିଲେ।ପରିଶେଷରେ ସମର ଶିକ୍ଷାର୍ଥୀ ଆକାଶ ବାହିନୀ ଚିଫ ଅଫିସର ଡା.ଦେବୀ ପ୍ରସାଦ ମିଶ୍ର ଆନ୍ତର୍ଜାତୀୟ ଯୋଗ ଦିବସ -୨୦୨୩ କୁ ପରିଚାଳନା କରିବା ସଙ୍ଗେ ସଙ୍ଗେ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

ଡା. ଦେବୀ ପ୍ରସାଦ ମିଶ୍ର,
ସହକାରୀ ଶିକ୍ଷକ,ସମର ଶିକ୍ଷାର୍ଥୀ ଆକାଶ ବାହିନୀ ଚିଫ ଅଫିସର ଶତାୟୁ,ବ୍ରଜନାଥ ବଡ଼ଜେନା ଉଚ୍ଚ ବିଦ୍ୟାଳୟ,
ଢେଙ୍କାନାଳ।
ଦୂରଭାଷ :୯୪୩୭୧୦୬୫୬୯

Related posts

ବ୍ରିଜ ଡିଭାଇଡର ରେ ପିଟିହୋଇ ବାଇକ ଦୁର୍ଘଟଣା, ଜଣେ ମୃତ ଜଣେ ଗୁରୁତର

masiha

Tributes Paid to Rabindranath Tagore on His Death Anniversary.

Sunil Chandra Nayak

ବିଧାୟକ ଦୁର୍ଗା ତନ୍ତୀଙ୍କ ଅଚାନକ ତିଲିକାନଗର ଅର୍ବାନ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରର ପରିଦର୍ଶନ 

masiha

Leave a Comment

error: Content is protected !!