ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ପାଣିରେ ବୁଡ଼ି ଯୁବକର ମୃତ୍ୟୁ

ଡାବୁଗାଁ, ୨୯ /୬ – (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଧୀନ ମାଝୀଗୁଡା ଗ୍ରାମର ଜଣେ ଯୁବକ ଗୁରୁବାର ମଧ୍ୟାନ୍ନ ରେ ପାଣିରେ ବୁଡ଼ିଯାଇ ମୃତ୍ୟୁ ବରଣ କରିଛି | ସୂଚନାଯୋଗ୍ୟ:- ଡାବୁଗାଁ ଥାନା ଅଧୀନ ମାଝୀଗୁଡା ଗ୍ରାମର ଜଗଲ ଗୌଡ଼ ଙ୍କ ପୁଅ କୃଷ୍ଠ ଗୌଡ଼ (୨୫) ଗ୍ରାମ ପାଖ ନିଜ ଜମିରେ ହଳ କରିବାକୁ ଯାଇଥିଲେ | ହଳ କରି ସାରିବା ପରେ ପାଖରେ ଥିବା ଏକ ନାଳରେ ଗାଧୋଇବା ପାଇଁ ଯାଇଥିଲେ | ଗାଧୋଉଥିବା ସମୟରେ ତାଙ୍କ ଗୋଡ ଖସି ଯିବାରୁ ସେ ପାଣିରେ ବୁଡ଼ି ଯାଇଥିଲେ | ପାଖରେ କାମ କରୁଥିବା ଲୋକେ ଦେଖି ଉଦ୍ଧାର କରିବାକୁ ଚେଷ୍ଟା କରିଥିଲେ କିନ୍ତୁ ଉଦ୍ଧାର କରିପାରିନଥିଲେ | ପରେ ଡାବୁଗାଁ ଅଗ୍ନିଶମ କେନ୍ଦ୍ର କୁ ଖବର ଦେଇଥିଲେ | ଖବର ପାଇ ଅଗ୍ନିଶମ କେନ୍ଦ୍ର କର୍ମଚାରୀ ମାନେ ପହଞ୍ଚି ଖୋଜା ଖୋଜି କରି କୃଷ୍ଠ ଙ୍କୁ ପାଣି ରୁ ଉଦ୍ଧାର କରିଥିଲେ | ପରେ ତାଙ୍କୁ ଡାବୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ | ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ | ଏନେଇ ମୃତକର ଭାଇ କୃଶ ଗୌଡ଼ ଡାବୁଗାଁ ଥାନା ରେ ଏତଲା ଦେଇଥିଲେ | ଉକ୍ତ ଏତଲା କୁ ଭିତ୍ତି କରି ଥାନା ସବଇନିସ୍ପେକ୍ଟର ଚନ୍ଦନ ସାହୁ ଘଟଣା ସ୍ଥଳ ରେ ପହଞ୍ଚି ଶବ ଜବତ କରିବା ସହ ପଞ୍ଚନାମା କରି ବ୍ୟବଛେଦ ପାଇଁ ପଠାଇ ଥିଲେ | ଶବ ବ୍ୟବଛେଦ ପରେ ପରିବାର ବର୍ଗ ଙ୍କୁ ହସ୍ତାନ୍ତର କରାଯାଇଛି | ଏନେଇ ଥାନା କେସ ନଂ ୨୩ /୨୩ ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି |

ଡାବୁଗାଁ ରୁ ପ୍ରଜ୍ଞା ରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

କନିଷ୍ଟ ଶିକ୍ଷକ ମାନେ ନିଜ ଦାବି ହାସଲ ପାଇଁ ପୋଷ୍ଟ କାର୍ଡ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ କଲେ ଗୁହାରୀ

Sunil Chandra Nayak

କୁମଝରିଆ ହାଇସ୍କୁଲରେ ଜଙ୍ଗଲ ସୁରକ୍ଷା ନେଇ ସଚେତନତା ଶିବିର ଅନୁଷ୍ଠିତ

Sunil Chandra Nayak

ଧର୍ମଗଡ ତାଲୁକ ଆଇନ ସେବା ସମିତି ତରଫରୁ ଅନ୍ତର୍ଜାତୀୟ ବରିଷ୍ଠ ବ୍ୟକ୍ତି ଦିବସ ପାଳିତ 

masiha

Leave a Comment

error: Content is protected !!