ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜିଲ୍ଲା ସ୍ତରୀୟ ଲୋକ ଅଦାଲତ

ନବରଙ୍ଗପୁର, ୦୮/୦୭(ମସିହା ) ଆଜି ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ତରଫରୁ ଜିଲ୍ଲା କୋର୍ଟ ପରିସରରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ର ଅଧ୍ୟକ୍ଷ ତଥା ଜିଲ୍ଲା ଦୌରାଜର୍ଜ ଶ୍ରୀଯୁକ୍ତ. ସଂଜୀବ ଦୁବେଙ୍କ ଅଧ୍ୟକ୍ଷତାରେ ଏକ ଜିଲ୍ଲା ସ୍ତରୀୟ ଲୋକ ଅଦାଲତ ଅନୁଷ୍ଟିତ ହୋଇଯାଇଛି। ଏହି ଲୋକ ଅଦାଲତ ରେ ପରିବାର ବିଚାର ବିଭାଗୀୟ ଜର୍ଜ ଡକ୍ଟର ମୁନରାନୀ ମିଶ୍ର ୮ ଗୋଟି ପାରିବାରିକ ବିବାଦ କେସ ସମାଧାନ କରିଛନ୍ତି, ସେଥି ମଧ୍ୟରୁ ୨ ଗୋଟି କେସରେ ଆପୋସ ମିଳାମିଶା କରାଯାଇଛି। ଉପଖଣ୍ଡ ବିଚାର ବିଭାଗୀୟ ଦଣ୍ଡାଧିକାରୀ ଶ୍ରୀମତୀ ପ୍ରଜ୍ଞା ପଣ୍ଡା ୨ ଗୋଟି ପାରିବାରିକ ବିବାଦ କେସ ସମାଧାନ କରିଛନ୍ତି । ଏହି ଜିଲ୍ଲା ସ୍ତରୀୟ ଲୋକ ଅଦାଲତ ରେ ୬୮୪୨ ଗୋଟି ରାଜସ୍ୱ କେସ (Revenue Case) ର ଫଇସଲା କରାଯାଇଛି। ଏହି ଜିଲ୍ଲା ସ୍ତରୀୟ ଲୋକ ଅଦାଲତ ରେ ଅତିରିକ୍ତ ଜିଲ୍ଲା ଜର୍ଜ ଶ୍ରୀଯୁକ୍ତ ଶିବ ପ୍ରସାଦ ମିଶ୍ର, ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁରର ସଚିବ ଶ୍ରୀଯୁକ୍ତ ଜନକ ରାଉତ, ବରିଷ୍ଟ ଦେବାନୀ ଜର୍ଜ ଶ୍ରୀମତୀ ଅନ୍ନପୂର୍ଣ୍ଣା ନାୟକ, ରେଜିସ୍ଟ୍ରାର ଜିଲ୍ଲା କୋର୍ଟ ଶ୍ରୀଯୁକ୍ତ ସୁକାନ୍ତ କିଶୋର ଜେନା, ବରିଷ୍ଟ ଦେବାନୀ ଜର୍ଜ (ମହିଳା କୋର୍ଟ) ଶ୍ରୀମତୀ ସୁଦୀପା ପାତ୍ର, ଉପଖଣ୍ଡ ବିଚାର ବିଭାଗୀୟ ଦଣ୍ଡାଧିକାରୀ ଶ୍ରୀମତୀ ପ୍ରଜ୍ଞା ପଣ୍ଡା ପ୍ରମୁଖ ଯୋଗ ଦେଇଥିଲେ। ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀଯୁକ୍ତ ଜନକ ରାଉତ ଏହି ଜିଲ୍ଲା ସ୍ତରୀୟ ଲୋକ ଅଦାଲତର ପରିଚାଳନା କରିଥିବା ବେଳେ କୋର୍ଟର ଆଇନଜୀବୀ ଓ କର୍ମଚାରୀ ସହଯୋଗ କରିଥିଲେ।

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନ୍ୟୁଜ 

Related posts

ଜୁନାଗଡ଼କୁ ଜିଲ୍ଲା ମାନ୍ୟତ ଦାବୀ ନେଇ ଆନ୍ଦୋଳନ କୁ ତୀବ୍ରତର କରାଯିବ- ବହୁଜନ ସଂଗ୍ରାମ ସମିତି

masiha

ସୂଚନା ଅଧିକାର ଆଇନର ବ୍ଯବହାର ବ୍ୟାପକ ହେଉ — ଗୌତମ ରାୟ

Sunil Chandra Nayak

ତେରେସିଂହା ଶିବ ମନ୍ଦିର ପରିଚାଳନା କମିଟି ଗଠିତ

Sunil Chandra Nayak

Leave a Comment

error: Content is protected !!