ମୟୂରଭଞ୍ଜ :ତା ୨୦/୭ ରିଖ.( ମସିହା) ଆଜି ମୟୂରଭଞ୍ଜ ଜିଲ୍ଲାର ବାମନଘାଟି ଉପଖଣ୍ଡ ସଦର ମହକୁମା ରାଇରଙ୍ଗପୁର ଠାରେ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ରେ ଏକ ଯୁଗ୍ମ ଜନ ଶୁଣାଣି ଅଭିଯୋଗ ଶିବିର ଅନୁଷ୍ଠିତ ହୋଇ ଯାଇଛି. ବାମନଘାଟି ଉପଜିଲ୍ଲାପାଳ ଶ୍ରୀଯୁକ୍ତ ସରୋଜ କୁମାର ଦାଶ ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱlବଧାନ ରେ ଆୟୋଜିତ ତଥା ମୟୁରଭଞ୍ଜ ଜିଲ୍ଲାପାଳ ଶ୍ରୀଯୁକ୍ତ ବିନୀତ ଭରଦ୍ୱାଜ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଉକ୍ତ ଶିବିର ରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ବି. ଗଙ୍ଗାଧର , ରାଇରଙ୍ଗପୁର ଉପଖଣ୍ଡ ଆରକ୍ଷୀ ଅଧିକାରୀ ଶ୍ରୀ ଗୋକୁଳା ନନ୍ଦ ସାହୁ ଓ ଉପଖଣ୍ଡ ଚିକିତ୍ସା ଅଧିକାରୀ ଶ୍ରୀ ରବୀନ୍ଦ୍ର ମାରାଣ୍ଡି ପ୍ରମୁଖ ଯୋଗ ଦେଇଥିଲେ .ପ୍ରାରମ୍ଭ ରେ ଜିଲ୍ଲାପାଳ ଜନସାଧାରଣ ଙ୍କ ଠାରୁ ଆସୁଥିବା ଆପତ୍ତି ଅଭିଯୋଗ ଗୁଡିକର ସମାଧାନ ତ୍ୱରିତ ପ୍ରକ୍ରିୟା ରେ ସମ୍ପନ୍ନ କରିବା ପାଇଁ ଉପସ୍ଥିତ ସମସ୍ତ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ. ଆଜିର ଏହି ଶିବିର ରେ ଜନସାଧାରଣ ଙ୍କ ଠାରୁ ମୋଟ ୯୯ ଟି ଅଭିଯୋଗ ପତ୍ର ଗ୍ରହଣ ହୋଇଥିବା ବେଳେ ୮୧ ଟି ବ୍ୟକ୍ତିଗତ ସମସ୍ୟା ଭିତ୍ତିକ ଏବଂ ୧୮ ଟି ଗ୍ରାମବାସୀ ଙ୍କ ବିଭିନ୍ନ ସମସ୍ୟା ଭିତ୍ତିକ ସାମୁହିକ ଅଭିଯୋଗ ଥିଲା. ।ସମସ୍ୟା ମଧ୍ୟରେ ଗୋରୁମହିଷାଣୀ ଛଟେଇ ଲୌହ ଖଣି ଶ୍ରମିକମାନଙ୍କ ବକେୟା ପାଉଣା ଏବଂ ନିଯୁକ୍ତି ନେଇ ଆଜକୁ ୫ ଥର ଜିଲ୍ଲାପାଳଙ୍କ ଜନଶୁଣାଣୀ ରେ ଲିଖିତ ଦାବିପତ୍ର ଦେଲେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଶୂନ । ସେହିଭଳି ଅଧିକାଂଶ ବିଦ୍ୟାଳୟରେ ଆବାସିକ ଛାତ୍ରାବାସରେ ଶଯ୍ୟା ଅଭାବ ନେଇ ୨୦ ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ନାମ ଲେଖାରୁ ବଂଚିତ ନେଇ ଜିଲ୍ଲାପାଳଙ୍କୁ ଲିଖିତ ଦାବିପତ୍ର ; ସେହିଭଳି ବାର୍ଦ୍ଧକ୍ୟ ଭତ୍ତା ଓ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ବଂଚିତ,ଆହାରଵନ୍ଧ ଗ୍ରାମର ରାସ୍ତା ନିର୍ମାଣ,ଜାମବଣି ଗ୍ରାମର ପିଇବା ପାଣି ଅବ୍ୟବସ୍ଥା; ନେଇ ଜିଲ୍ଲାପାଳଙ୍କୁ ଲିଖିତ ଦାବିପତ୍ର, ବିଦ୍ୟୁତ ସମସ୍ୟା ଇତ୍ୟାଦି । ଆପତ୍ତି ଅଭିଯୋଗ ମଧ୍ୟରୁ ଗୋଟିଏ ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା ଏବଂ ଅନ୍ୟାନ୍ୟ ଆପତ୍ତି ଅଭିଯୋଗ ଗୁଡିକର ବିଷୟ ପ୍ରସଙ୍ଗ ଉପରେ ସବିଶେଷ ତଦନ୍ତ କରି ଅନୁଧ୍ୟାନ ପୂର୍ବକ ବିହିତ କାର୍ଯ୍ୟାନୁଷ୍ଠାନ ନେବା ସହ ତ୍ୱରିତ ପ୍ରକ୍ରିୟା ରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦେଶ ଦେଇଥିଲେ. ଅନୁଷ୍ଠିତ ଉକ୍ତ ବୈଠକ ରେ ବାମନଘାଟି ଉପଖଣ୍ଡ ଅଧିନସ୍ଥ ସମସ୍ତ ଉପଖଣ୍ଡ ସ୍ତରୀୟ ବିଭାଗୀୟ ଅଧିକାରୀ, ରାଇରଙ୍ଗପୁର ପୌରପାଳିକା ର କାର୍ଯ୍ୟନିର୍ବାହୀ ଅଧିକାରୀ,ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର,ଗୋଷ୍ଠୀ ଶିକ୍ଷା ଅଧିକାରୀ, ବିଭିନ୍ନ ଲାଇନ ବିଭାଗ ର ଅଧିକାରୀ ପ୍ରମୁଖ ଉପସ୍ଥିତ ଥିବା ବେଳେ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ର କର୍ମଚାରୀ ମାନଙ୍କ ଦ୍ୱାରା ଶିବିର କାର୍ଯ୍ୟକ୍ରମ ପରିଚାଳନା କରାଯାଇଥିଲା.
previous post