ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ନର୍ଲା ଠାରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ଭବାନୀପାଟଣା ତା୧୦.୦୭.୨୦୨୩ // ଆଜି ନର୍ଲା ସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପ ଜିଲ୍ଲାପାଳ,ଭବାନୀପାଟଣା ଡ ବିଶ୍ୱଜିତ୍ ଦାସ, ଅତିରିକ୍ତ ଏସ ପି ଶ୍ରୀ ଆନନ୍ଦ ପ୍ରସାଦ ଗୁରୁ, ବ୍ଲକ୍ ଅଧ୍ୟକ୍ଷ ଶ୍ରୀମତୀ ମନୋରମା ମହାନ୍ତି,ବି ଡି ଓ ବାସନ୍ତୀ ସେଠୀଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ମୋଟ ୬୯ ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୫୨ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୭ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୧ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ମୂଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୮ ଜଣଙ୍କୁ ମୋଟ ୨୧୦୦୦/- ଟଂକା ର ସହାୟତା ରାଶି ମଞ୍ଜୁର କରଯାଇଥିଲା।

ମସିହା ନିୟୁଜ ସର୍ଭିସ୍ 

Related posts

ଜାତୀୟ ବାଳିକା ଦିବସ ପାଳିତ 

masiha

ରୁପ୍ରାଠାରେ ରଥଯାତ୍ରା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

Sunil Chandra Nayak

ନୂତନ ତହସିଲଦାର କୁ ସୌଜନ୍ୟ ମୂଳକ ସାକ୍ଷାତ କଲେ ସାମ୍ବାଦିକ ସଙ୍ଘ 

Sunil Chandra Nayak

Leave a Comment

error: Content is protected !!