ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

5T ଉପକ୍ରମରେ ଗୁପ୍ତେଶ୍ୱର ପୀଠର ହେବ ରୂପାନ୍ତର , ୨୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ପ୍ରାକୃତିକ ସୌନ୍ଦର୍ଯ୍ୟରେ କୌଣସି ଆଞ୍ଚ ନ ଆଣି ପୀଠର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ 

କୋରାପୁଟ ଜିଲ୍ଲାର ପ୍ରସିଦ୍ଧ ଗୁପ୍ତେଶ୍ୱର ପୀଠର ରୂପାନ୍ତର ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏଥିରେ ପୀଠର ସର୍ବାଙ୍ଗୀନ ଉନ୍ନତି କରାଯାଇ ଏହାକୁ ଓଡିଶାର ଅନ୍ୟତମ ପ୍ରମୁଖ ଧାର୍ମିକ ତଥା ଐତିହ୍ୟ ଓ ପର୍ଯ୍ୟଟନ ସ୍ଥଳରେ ପରିଣତ କରାଯିବ ।  

ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ 5T ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଗତ ଫ୍ରେବୃୟାରୀ ୩ ତାରିଖ ଦିନ କୋରାପୁଟ ଗସ୍ତ କରି ଗୁପ୍ତେଶ୍ୱର ମନ୍ଦିର ପରିଦର୍ଶନ କରିଥିଲେ । ମନ୍ଦିରର ସେବାୟତ, କମିଟିର ସଦସ୍ୟଗଣ, ଜନପ୍ରତିନିଧୀ ଓ ସ୍ଥାନୀୟ ଲୋକମାନଙ୍କ ସହ ଆଲୋଚନା କରି ମନ୍ଦିରର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ପାଇଁ ଏକ ବିସ୍ତୃତ ପ୍ରକଳ୍ପ ରିପୋର୍ଟ ପ୍ରଦାନ କରିବାକୁ ଜିଲ୍ଲାପାଳଙ୍କୁ ଶ୍ରୀ ପାଣ୍ଡିଆନ ନିର୍ଦ୍ଦେଶ ଦେଇଥିଲେ । ଏହି ନିର୍ଦ୍ଦେଶକ୍ରମେ ଜିଲ୍ଲାପାଳଙ୍କ ପ୍ରସ୍ତାବ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଅର୍ଥ ମଞ୍ଜୁର କରିଛନ୍ତି । 5T ଉପକ୍ରମରେ ଏହି ବିକାଶ କାମ ହାତକୁ ନିଆଯିବ ।

ଏହି ପ୍ରକଳ୍ପରେ ମନ୍ଦିରର ମୁଖ୍ୟରାସ୍ତାର ଉନ୍ନତିକରଣ ଓ ଆଲୋକୀକରଣ, ପାଦଚଲା ରାସ୍ତାରେ ଖଣ୍ଡାଲାଇଟ୍‌ସ ପଥର ବିଛାଇବା, ମନ୍ଦିର ପ୍ରବେଶ ଦ୍ୱାରର ସୌନ୍ଦର୍ଯ୍ୟକରଣ, ଭକ୍ତ ଓ ପର୍ଯ୍ୟଟକଙ୍କ ପାଇଁ ବିଭିନ୍ନ ସୁବିଧା ଯଥା ପାନୀୟ ଜଳ ଓ ଶୌଚାଳୟ, ଗୁମ୍ଫାର ଆଲୋକୀକରଣ, ସାବରୀ ନଦୀ କୂଳର ସୌନ୍ଦର୍ଯ୍ୟକରଣ, ଉଠା ଦୋକନୀମାନଙ୍କ ଥଇଥାନ, ସେମାନଙ୍କ ପାଇଁ ନୂତନ ଦୋକାନ ଘର ନିର୍ମାଣ, ଭୂସ୍ଖଳନ ନିରୋଧ ଓ ପାହାଡ ସୁରକ୍ଷା ପାଇଁ ବ୍ୟବସ୍ଥା ସହିତ ବୃକ୍ଷରୋପଣ ମଧ୍ୟ କରାଯିବ । ପ୍ରାକୃତିକ ସୌନ୍ଦର୍ଯ୍ୟରେ କୌଣସି ଆଞ୍ଚ ନ ଆଣି 5T ଉପକ୍ରମରେ ପୀଠର ଉନ୍ନତି କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

କୋରାପୁଟ ରୁ ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

୧୪ ତମ ଆଦିବାସୀ ଆଦାନ ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ। ଭୋପାଳ ଯାତ୍ରା କରିଥିବା ଯୁବକ ଯୁବତୀ ଙ୍କୁ ସମ୍ବର୍ଦ୍ଧନା

Sunil Chandra Nayak

ନବରଙ୍ଗପୁରରେ ପଲ୍ସ ପୋଲିଓ ଟୀକାକରଣ ଅଭିଯାନର ଶୁଭାରମ୍ଭ, ବିଧାୟକ ନିଜେ ଶିଶୁକୁ ପୋଲିଓ ବୁନ୍ଦା ଖୁଆଇଲେ 

Sunil Chandra Nayak

ସଡ଼କ ଦୁର୍ଘଟଣାରେ ଜଗନ୍ନାଥ ଗିରିଙ୍କ ଅକାଳ ବିୟୋଗ — ଶୋକସନ୍ତପ୍ତ ପରିବାରକୁ କଂଗ୍ରେସ ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ

Sunil Chandra Nayak

Leave a Comment

error: Content is protected !!