ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆମ ଓଡ଼ିଶା

ଭାରତର ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କର ଓଡିଶା ଗସ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ

ଚଳିତ ଜୁଲାଇ ୨୫ ରୁ ୨୭ ତାରିଖ ପର୍ଯ୍ୟନ୍ତ ମାନ୍ୟବର ଭାରତର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କର ଓଡିଶା ଗସ୍ତ ଓ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବାକୁ ଥିବା ପରିପ୍ରେକ୍ଷୀରେ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓ ରଞ୍ଜନ କୁମାର ସିଂ ମାନ୍ୟବର ଭାରତର ରାଷ୍ଟ୍ରପତିଙ୍କ ଓଡିଶାରେ ରହିଥିବା ବିଭିନ୍ନ କାର୍ଯ୍ୟକ୍ରମ ସଂପର୍କରେ ସୂଚନା ଦେଇଥିଲେ। 

ମାନ୍ୟବର ରାଷ୍ଟ୍ରପତିଙ୍କ କାର୍ଯ୍ୟସୂଚୀ:

ମାନ୍ୟବର ରାଷ୍ଟ୍ରପତି ଜୁଲାଇ ୨୫ ତାରିଖରେ ରାଜ ଭବନ ଠାରେ ଓଡିଶାର ଆପଦଗ୍ରସ୍ତ ଜନଜାତି ଗୋଷ୍ଠୀ (ପିଭିଟିଜି) ପ୍ରତିନିଧିଙ୍କ ସହିତ ସାକ୍ଷାତ ଆଲୋଚନା କରିବେ।

୨୬ ତାରିଖରେ କଟକର ଚଣ୍ଡି ମନ୍ଦିର, ଉତ୍କଳଗୌରବ ମଧୁସୁଦନ ଦାସଙ୍କ ବାସ ଭବନ ଏବଂ ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟ ପରିଦର୍ଶନ କରିବେ। ଏହି ଦିନ ମଧ୍ୟ କଟକ ଉଚ୍ଚ ନ୍ୟାୟାଳୟର ୭୫ ତମ ପ୍ରତିଷ୍ଠା ଦିବସର ପୂର୍ତ୍ତି ଉତ୍ସବ, ଜାତୀୟ ଆଇନ୍ ବିଶ୍ୱବିଦ୍ୟାଳୟ, କଟକର ସମାବର୍ତ୍ତନ ଉତ୍ସବ, ଶ୍ରୀରାମ ଚନ୍ଦ୍ର ଭଂଜ ମେଡିକାଲ୍ ଓ ହସ୍ପିଟାଲର ବାର୍ଷିକୋତ୍ସବରେ ଯୋଗଦାନ କରିବେ। ୨୭ ତାରିଖରେ ଭୁବନେଶ୍ୱର ତମାଣ୍ଡୋର ଦଶବାଟିଆଠାରେ ବ୍ରହ୍ମାକୁମାରୀ କେନ୍ଦ୍ର ଲାଇଟ ହାଉସ୍ କମ୍ପ୍ଲେକ୍ସର ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗଦାନ କରିବେ। ସେହିପରି ୨୭ ତାରିଖରେ ମଧ୍ୟ ଭଦ୍ରକ ସ୍ୱୟଂ ଶାସିତ ମହାବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ମାନ୍ୟବର ରାଷ୍ଟ୍ରପତି ଯୋଗଦାନ କରିବାର କାର୍ଯ୍ୟକ୍ରମ ରହିଛି।

ମାନ୍ୟବର ରାଷ୍ଟ୍ରପତିଙ୍କ ଜୁଲାଇ ୨୫ ତାରିଖରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଁଚିବା ଠାରୁ ୨୭ତାରିଖରେ ରାଷ୍ଟ୍ରପତି ଭବନ, ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବା ପର୍ଯ୍ୟନ୍ତ ରାଜ୍ୟ ପ୍ରଶାସନ ଏବଂ ସଂପୃକ୍ତ ଜିଲ୍ଲା ପ୍ରଶାସନ ତରଫରୁ ବ୍ୟାପକ ସୁରକ୍ଷା ଓ ଅନ୍ୟାନ୍ୟ ଆନୁଷଙ୍ଗିକ ପ୍ରସ୍ତୁତି ସଂପର୍କରେ ବୈଠକରେ ବିସ୍ତୃତ ଆଲୋଚନା କରାଯାଇଥିଲା।

କାର୍ଯ୍ୟକ୍ରମ ସୁପରିଚାଳନା ଓ ସୁରକ୍ଷା ବ୍ୟବସ୍ଥା:

ରାଜ୍ୟ ପୁଲିସ୍ ମହାନିର୍ଦ୍ଦେଶକ, ପୁଲିସ୍ ମହାନିରୀକ୍ଷକ ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମର ସୁରକ୍ଷା ଦାୟିତ୍ୱରେ ରହିବେ। ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମକୁ ସୁଚାରୁରୂପେ ସଂପାଦନ କରିବା ପାଇଁ ଗୃହ ବିଭାଗ ତରଫରୁ ଏକ ନିୟନ୍ତ୍ରଣ କକ୍ଷ କାର୍ଯ୍ୟ କରିବ ବୋଲି ସୂଚନା ଦିଆଯାଇଛି।

ବୈଠକରେ ମାନ୍ୟବର ରାଷ୍ଟ୍ରପତିଙ୍କର ରହଣି, ସୁରକ୍ଷା ବ୍ୟବସ୍ଥା, କାର୍ଯ୍ୟକ୍ରମର ଗଣମାଧ୍ୟମରେ ପ୍ରକାଶନ ଓ ପ୍ରସାରଣ, ସ୍ୱାସ୍ଥ୍ୟସେବା ଓ ଚିକିତ୍ସା, ଆମ୍ବୁଲାନ୍, ଉତ୍ସବ ସ୍ଥଳକୁ ଯାତାୟତ ରାସ୍ତାର ରକ୍ଷଣାବେକ୍ଷଣ ତଦାରଖ, ରାସ୍ତାର ପରିମଳ ବ୍ୟବସ୍ଥା ସଂପର୍କରେ ଆଲୋଚନା କରାଯାଇଛି।

ସମସ୍ତ କାର୍ଯ୍ୟକ୍ରମ ସ୍ଥଳରେ ନିରବଚ୍ଛିନ୍ନ ବିଦ୍ୟୁତ ସରବରାହକୁ ସୁନିଶ୍ଚିତ କରିବା ପାଇଁ ଶକ୍ତି ବିଭାଗ, ଟିପିସିଓଡିଏଲ୍, ଟିପିଏନଓଡିଏଲ୍ କୁ ଭଲଭାବେ ତଦାରଖ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସମସ୍ତ କାର୍ଯ୍ୟକ୍ରମ ସ୍ଥଳକୁ ବିଦ୍ୟୁତ୍ ଯୋଗାଣ ବ୍ୟବସ୍ଥା ଯାଂଚ ନିମନ୍ତେ ସମ୍ପୃକ୍ତ ଅଭିଜ୍ଞ ନିର୍ବାହୀ ଯନ୍ତ୍ରୀମାନେ ଉପସ୍ଥିତ ରହିବେ। 

ଯଥେଷ୍ଟ ସଂଖ୍ୟକ ଜେନେରେଟର ମହଜୁଦ ରହିବା ସହ ସେସବୁର କାର୍ଯ୍ୟକ୍ଷମ ବ୍ୟବସ୍ଥାକୁ ସୁନିଶ୍ଚିତ କରିବେ। କାର୍ଯ୍ୟକ୍ରମ ସ୍ଥଳରେ ପାନୀୟଜଳ ଯୋଗାଣ, ଅନୁମୋଦିତ ଯୋଜନା ଅନୁସାରେ ସଭା ମଂଚ ପ୍ରସ୍ତୁତି, ଅତିଥିମାନଙ୍କ ବସିବା ବ୍ୟବସ୍ଥା, ବେରିକେଡିଂ ବ୍ୟବସ୍ଥା, ଆବଶ୍ୟକ ପାସ୍ ବ୍ୟବସ୍ଥା, ସୂଚନା ଓ ଲୋକ ସଂପର୍କ ବିଭାଗ ତରଫରୁ ବିଭିନ୍ନ ଗଣମାଧ୍ୟମକୁ ସୂଚନା ପ୍ରଦାନ, କାର୍ଯ୍ୟକ୍ରମ ସ୍ଥଳକୁ ଇଣ୍ଟରନେଟ୍ ସୁବିଧା, ଅଗ୍ନି ନିର୍ବାପକ ବ୍ୟବସ୍ଥା ସଂପର୍କରେ ବୈଠକରେ ବ୍ୟାପକ ଆଲୋଚନା କରାଯାଇଥିଲା।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ବର୍ଷର ପ୍ରଥମ କ୍ୟାବିନେଟ୍ ବୈଠକ..୧୨ଟି ପ୍ରସ୍ତାବ ଉପରେ କ୍ୟାବିନେଟ୍ ମୋହର

Sunil Chandra Nayak

ମେ ତୃତୀୟ ସପ୍ତାହରେ ମାଟ୍ରିକ୍ ରେଜଲ୍ଟ ! 

ବଜରଙ୍ଗବାଲି ସ୍ବେଚ୍ଛାସେବୀ ସଂଗଠନ ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ

Sunil Chandra Nayak

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort