ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଖଡଗ ନଦୀ ଗର୍ଭ ଜଳାଶୟକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ଉପକୃତ ହେବେ ୩ ଜିଲ୍ଲାର ୨୦ ହଜାର ଲୋକ

କନ୍ଧମାଳ:21/07.(ମନିସ): କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅଞ୍ଚଳ ଦେଇ ଯାଇଥିବା ଖଡଗ ନଦୀରେ ନିର୍ମାଣ ହେବ ନଦୀଗର୍ଭ ଜଳାଶୟ । ଖର୍ଚ୍ଚ ହେବ ୧୨୬ କୋଟି ଟଙ୍କା । ଏହି ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ପୂର୍ବରୁ ଏହି ପ୍ରକଳ୍ପକୁ ବୈଷୟିକ ପରାମର୍ଶଦାତା କମିଟି ମଧ୍ଯ ସ୍ବୀକୃତି ପ୍ରଦାନ କରିଥିଲେ । ଏହି ପ୍ରକଳ୍ପ ନିର୍ମାଣ ହେବା ଦ୍ବାରା କନ୍ଧମାଳ ଜିଲ୍ଲାର ବାଲିଗୁଡା ବ୍ଲକ ସମେତ ୩ ଜିଲ୍ଲା ବୌଦ୍ଧର କଣ୍ଟାମାଳ ବ୍ଲକ, ଓ ବଲାଙ୍ଗୀରର ଗୁଡ଼ଭେଲା ବ୍ଳକର ପ୍ରାୟ ୨୦ ହଜାରରୁ ଅଧ‌ିକ ଲୋକ ଉପକୃତ ହେବେ ବୋଲି ଜଣାପଡିଛି । ଏହି ଯୋଜନାରେ ବାଲିଗୁଡା ବ୍ଲକର ଲଣ୍ଡାଗାଁ ଗ୍ରାମ ନିକଟରେ ପ୍ରାୟ ୧୨୬ କୋଟି ଟଙ୍କା ବ୍ୟୟରେ ଏହି ପ୍ରକଳ୍ପ କାର୍ଯ୍ୟ କରାଯିବ । କୌଣସି ବିସ୍ଥାପନ ବିନା ଏହି ପ୍ରକଳ୍ପ ନିର୍ମାଣ କରାଯିବ ଓ ଏହା ନଦୀଗର୍ଭ ଜଳ ସଂରକ୍ଷଣ କରିବା ସହିତ ଖରାଦିନେ ଏହି ଅଞ୍ଚଳର ପାନୀୟ ଜଳର ଆବଶ୍ୟକତା ପୂରଣ, ମାଛ ଚାଷ ଓ ଭୂତଳ ଜଳସ୍ତର ବୃଦ୍ଧିରେ ମଧ୍ଯ ବିଶେଷ ସହାୟକ ହେବ । ସୂଚନାଯୋଗ୍ୟ ଯେ, ଚଳିତ ମାସ ୫ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଭି.କେ. ପାଣ୍ଡିଆନ ବୌଦ୍ଧ ଜିଲ୍ଲା ଗସ୍ତ ସମୟରେ ସ୍ଥାନୀୟ ଜନସାଧାରଣ ଖଡଗ ନଦୀରେ ଏକ ବ୍ୟାରେଜ ନିର୍ମାଣ ପାଇଁ ଦାବୀ ପତ୍ର ଦେଇଥିଲେ । ଏ ସଂପର୍କରେ ୫-ଟି ସଚିବ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ଜନସାଧାରଣଙ୍କ ଦାବି ସଂପର୍କରେ ଅବଗତ କରାଇଥିଲେ ଏବଂ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କ ଅନୁରୋଧକୁ ଗ୍ରହଣ କରିଥିଲେ ।

କନ୍ଧମାଳ ଜିଲ୍ଲାରୁ ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ

Related posts

ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ ୧୫୦ ତମ ଜନ୍ମଜୟନ୍ତୀ ଉପଲକ୍ଷେ ରାଜନଗର ପୋଲିସ୍ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ଅନୁଷ୍ଠିତ       

Sunil Chandra Nayak

ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ମୃତ

masiha

ସଂକିର୍ତ୍ତନ ନାଏକଙ୍କୁ ବୁଥ ସ୍ତରୀୟ ଅଧିକାରୀ ଭାବରେ ସମ୍ମାନିତ କଲେ ମହାମହିମ ରାଜ୍ୟପାଳ 

Sunil Chandra Nayak

Leave a Comment

error: Content is protected !!