ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କନିଷ୍ଠ ବର୍ଗ ବକ୍ତୃତା ପ୍ରତିଯୋଗିତାରେ ସମଗ୍ର ରାଜ୍ୟରେ ପିନୁପ୍ରଭା ଙ୍କ ଦ୍ୱିତୀୟ ସ୍ଥାନ ଅଧିକାର

ଓଡ଼ିଶା ସାହିତ୍ୟ ଏକାଡେମୀର ସ୍ଵନକ୍ଷତ୍ର ଦିବସ ଅବସରରେ ରାଜ୍ୟ ସ୍ତରୀୟ ବକ୍ତୃତା ପ୍ରବନ୍ଧ ଚିତ୍ରାଙ୍କନ ସାଧାରଣ ଜ୍ଞାନ କବିତା ଆବୃତି ଏପରି ଅନେକ ପ୍ରତିଯୋଗିତାରେ ସଫଳତାର ସହ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ର ଛାତ୍ରୀ ମାନଙ୍କୁ ସଂସ୍କୃତି ଭବନ ଭୁବନେଶ୍ୱର ଠାରେ ସମ୍ବର୍ଦ୍ଧିତ କରାଯାଇଥିଲା । କେନ୍ଦୁଝର ଜିଲ୍ଲାର ଆନନ୍ଦପୁର ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ସପ୍ତମ ଶ୍ରେଣୀ ର ଛାତ୍ରୀ ପିନୁପ୍ରଭା ସାହୁ କନିଷ୍ଠ ବର୍ଗ ବକ୍ତୃତା ପ୍ରତିଯୋଗିତାରେ ସମଗ୍ର ରାଜ୍ୟରେ ଦ୍ୱିତୀୟ ସ୍ଥାନ ଅଧିକାର କରିଥିବା ରୁ ଓଡ଼ିଶା ସାହିତ୍ୟ ଏକାଡେମୀର ସଭାପତି ଶ୍ରୀଯୁକ୍ତ ହୃଷିକେଶ ମଲିକ ଏବଂ ଅନ୍ୟ ଅତିଥି ଙ୍କ ଗହଣରେ ଟ୍ରଫି ଏବଂ ମାନପତ୍ର ଦେଇ ସମ୍ମାନୀତ କରାଯାଇଥିଲା ।ରାଜ୍ୟ ସ୍ତରରେ କୃତିତ୍ବ ଅର୍ଜ୍ଜୁନ କରିଥିବାରୁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ସହପାଠୀ ଖୁସି ବ୍ୟକ୍ତ କରିଛନ୍ତି ।ପିନୁପ୍ରଭା ସାହୁ ଙ୍କ ପିତା ସିଆର ସିସି ସଞ୍ଜୟ କୁମାର ସାହୁ ଏବଂ ମାତା ଅର୍ଣ୍ଣପୁରନା ସାହୁ ଝିଅର ସଫଳତା ରେ ବେଶ ଖୁସି ଅନୁଭବ କରିଛନ୍ତି ।

ଆନନ୍ଦପୁର ରୁ ସତ୍ୟ ଦାସ ଙ୍କ ରିପୋର୍ଟ

Related posts

ସୁନ୍ଦରଗଡ଼ ଠାରେ ରଥଯାତ୍ରା ନିମନ୍ତେ ପ୍ରସ୍ତୁତି ବୈଠକ

masiha

ଘର ସର୍ଭେରେ ଅଙ୍ଗନ ବାଡ଼ି କର୍ମୀଙ୍କୁ ପ୍ରଶାସନିକ ଅଧିକାରୀ ଦୁର୍ବ୍ୟବହାର ନେଇ ବିଡ଼ିଓଙ୍କ ନିକଟରେ ଅଭିଯୋଗ କଲେ ଅଙ୍ଗନବାଡ଼ି କର୍ମୀ ସଂଘ 

Sunil Chandra Nayak

କିସ ଆଦିବାସୀ ବିଶ୍ୱବିଦ୍ୟାଳୟ ଭଳିଆ ଆଦିବାସୀ ଛାତ୍ରଛାତ୍ରୀ ଙ୍କୁ ଶିକ୍ଷା ଦିଅ, ଧାନ ର ଏମ.ଏସ.ପି ଡବଲ କର, ପେସା ଆକ୍ଟ ଲାଗୁ କର ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ରେ ସାଂସଦ ରାଜ୍ୟସଭା ଶ୍ରୀ ନିରଞ୍ଜନ ବିଶି ଙ୍କ କଡା ମନ୍ତବ୍ୟ

masiha

Leave a Comment

error: Content is protected !!