ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜିଲ୍ଲାପାଳ,ରାୟଗଡ଼ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ l କୋଲନରା ବ୍ଲକ କଟିକଣ।ପଞ୍ଚାୟତ ସଦର ମହକୁମାରେ ଅଭିଯୋଗ ଶୁଣାଣି

ରାୟଗଡ ତା: 31-07-2023 ଆଜି ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ କୋଲନରା ବ୍ଲକ କଟିକଣା ଗ୍ରାମ ପଞ୍ଚାୟତ ସଦର ମହକୁମା ସ୍ଥିତ ପଞ୍ଚାୟତ ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳ ସ୍ୱଧାଦେଵ ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବରରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ, ଭାରପ୍ରାପ୍ତ ନିର୍ବାହୀ ଅଧିକାରୀ ତଥା ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ , ଉପ ଜିଲ୍ଲାପାଳ ଭୀମସେନ ଶବର, ରାୟଗଡ ଆଦିବାସୀ ଉନ୍ନୟନ ସସ୍ଥା, ପ୍ରକଳ୍ପ ପ୍ରଶାସକ ପ୍ରମୁଖ ଯୋଗଦାନ କରି ଶୁଣାଣି କରିଥିଲେ l

       ଆଜି ମୋଟ 32ଟି ଅଭିଯୋଗ ଆସିଥିଲା ସେଥି ମଧ୍ୟରୁ24ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ 8ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା । 

 ଏହି ଅଭିଯୋଗ ଶୁଣାଣି ଶିବିରରେ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଙ୍କ ସମେତ କୋଲନରା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଗୌରଚନ୍ଦ୍ର ପଟ୍ଟନାୟକ, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ, ନିର୍ବାହୀ ଯନ୍ତ୍ରୀ, ଗ୍ରାମ୍ୟ ଉନ୍ନୟନ, ନିର୍ବାହୀ ଯନ୍ତ୍ରୀ ଉଠା ଜଳସେଚନ, ଚାନ୍ଦିଲି ଥାନା ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ । ଆଜିର ଅଭିଯୋଗ ଗୁଡିକରେ ବିଶେଷ କରି ରାସ୍ତା, ପାନୀୟ ଜଳ, ବିଦ୍ୟୁତିକରଣ, ଆଦି ନିମନ୍ତେ ଦରଖାସ୍ତ ଆସିଥିବା ଜଣା ପଡ଼ିଥିଲା । ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ।ଅଭିଯୋଗ ଶୁଣାଣି ପ୍ରକୋଷ୍ଠକୁ କଟିକଣା ପଞ୍ଚାୟତ ନିର୍ବାହୀ ଅଧିକାରୀ, ଗ୍ରାମ ରୋଜଗାର ସେବକ, ଯୋଗାଣ ସହାୟକ ପ୍ରମୁଖ ପରିଚାଳନା କରିଥିଲେ ।

ରାୟଗଡ଼ା ରୁ ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ଜୟ ତ୍ରିରଙ୍ଗା ସାହିତ୍ୟ ସମାରୋହ

masiha

ବିକାଶ ଆବାସିକ ବିଦ୍ୟାଳୟରେ ଗ୍ରାଣ୍ଡ ପେରେଣ୍ଟସ ଡେ ପାଳିତ

masiha

ଓଡିଆ ପକ୍ଷ ପାଳନ ଅବସରରେ ଜିଲ୍ଲାସ୍ତରୀୟ ଖଡିଛୁଆଁ ଦିବସ 

masiha

Leave a Comment

error: Content is protected !!