ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଗଛପଡ଼ି ଜାତୀୟ ରାଜପଥ ଅବରୋଧ : ଏକାଧିକ ବିଦ୍ୟୁତ୍‌ ଖୁଣ୍ଟ ଭାଙ୍ଗିଲା, ୧୦ରୁ ଊର୍ଦ୍ଧ୍ୱ ପଞ୍ଚାୟତ ଅନ୍ଧାରରେ

କନ୍ଧମାଳ:01/08/23(ମନିସ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ରେ ଗତ ଏକ ସପ୍ତାହ ହେଲା ଲଘୁଚାପ ଜନିତ ଲଗାଣ ବର୍ଷା ଲାଗି ରହିବା ଫଳରେ ଜୀବନ ଯାତ୍ରା ବ୍ୟାହତ ହେବା ସହ ଛୋଟ ବଡ଼ ଧରଣର କ୍ଷୟକ୍ଷତି ହେଉଛି l ଏପରି ସ୍ଥଳେ ମଙ୍ଗଳବାର ଅପରାହ୍ନ ରେ 59ନଂ. ଜାତୀୟ ରାଜପଥର ମହାସିଙ୍ଗି ରାସ୍ତା ପାର୍ଶ୍ୱରେ ଥିବା ଏକ ବଡ଼ ବରଗଛ ଉପୁଡି ପଡିବା ଫଳରେ ଯାତାୟାତ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହେବା ସହ ବିଦ୍ୟୁତ ସେବା ମଧ୍ୟ ବ୍ୟାହତ ହୋଇଥିଲା l ରାସ୍ତାର ଦୁଇ ପାର୍ଶ୍ଵରେ ଶତାଧିକ ଯାନବାହାନ ଅଟକି ରହିଥିଲା l ଖବର ପାଇବା ପରେ ବିଦ୍ୟୁତ ବିଭାଗ କର୍ମଚାରୀ ଓ ଦମକଳ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ବିଦ୍ୟୁତ ତାର ଓ ରାସ୍ତାରୁ ଗଛ ହଟାଇବା ପରେ ସନ୍ଧ୍ୟାରେ ଯାନବାହାନ ଚଳାଚଳ ସ୍ୱାଭାବିକ ହୋଇପାରିଥିଲା l ସେହିପରି ଦାରିଙ୍ଗବାଡି ବ୍ଲକ ସିମନବାଡି ଅଞ୍ଚଳରେ ବହୁ ୟୁକାଲ ପଟାସ ଗଛ ପଡି ଏକାଧିକ ବିଦ୍ୟୁତ ଖୁଣ୍ଟ ଭାଙ୍ଗି ଯାଇଛି। ତାର ଛିଣ୍ଡି ବିଦ୍ୟୁତ୍‌ ସେବା ବାଧାପ୍ରାପ୍ତ ହୋଇଛି। ସିମନବାଡି ସମେତ ଶ୍ରାନିକେତା, କିରିକୁଟି, ତିଲୋରୀ, ବୁଡ଼ାଗୁଡା, ଗୁମିକିଆ, କୋଟଗଡ଼ ବ୍ଲକ ପକାରୀ, ବାଲିଗୁଡା ବ୍ଲକ ଋତୁଙ୍ଗିଆ ଆଦି ୧୦ ପଞ୍ଚାୟତର ଅଧିକ ଲୋକ ପ୍ରଭାବିତ ହୋଇଛନ୍ତି।

କନ୍ଧମାଳ ଜିଲ୍ଲାରୁ ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ

Related posts

ସ୍ମୃତି ସାନ୍ତ୍ଵନା ର ସ୍ବତନ୍ତ୍ର ଲେଖିକା ସମ୍ମିଳନୀ  ସମ୍ମାନିତ ହେଲେ ଅଙ୍ଗୁରବାଳା, ସ୍ନେହଲତା,ସୁଧୀରାଲକ୍ଷ୍ମୀ ଓ  ସୈ।ଦାମିନୀ 

Sunil Chandra Nayak

ଖୋଲିଲା ବିଦ୍ୟାଳୟ, ମଧ୍ୟାହ୍ନ ଭୋଜନ କୁ ନେଇ ଚିନ୍ତାରେ ଶିକ୍ଷକ ଓ ଅଭିଭାବକ 

masiha

ଗଞ୍ଜାମ ପଞ୍ଚାୟତ ସମିତିର ନବମ ସାଧାରଣ ଅଧିବେଶନ ଅନୁଷ୍ଠିତ  ,ଗ୍ରାମାଞ୍ଚଳ ଜଳ ସେଚନ ଓ ଅନ୍ୟାନ୍ୟ ସମସ୍ୟାର ତ୍ୱରିତ ସମାଧାନ ଉପରେ ଗୁରୁତ୍ୱାରୋପ 

Leave a Comment

error: Content is protected !!