ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଅପରାଧ

ବେକରେ ଦଉଡି ବାନ୍ଧି ଯୁବକଙ୍କ ଆତ୍ମହତ୍ୟା

ଡାବୁଗାଁ, ୧/୮ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଧୀନ ଚାରଗାଁ ଗ୍ରାମରେ ଜଣେ ଯୁବକ ବେକରେ ଦଉଡି ଦେଇ ଆତ୍ମହତ୍ୟା କରିଥିବା ନେଇ ମଙ୍ଗଳବାର ଡାବୁଗାଁ ଥାନାରେ ଅଭିଯୋଗ ହୋଇଥିଲା | ସୂଚନାଯୋଗ୍ୟ:- ଡାବୁଗାଁ ଥାନା ଅଧୀନ ଚାରଗାଁ ଗ୍ରାମର ସେନାପତି ମାଝି (୨୦) ସୋମବାର ମଧ୍ୟାନ୍ନରେ ଖାଇ ସାରି ଅପରାହ୍ନ ପ୍ରାୟ ୩ ଘ.ସମୟରେ ଘରୁ ବାହାରକୁ ଯାଇଥିଲେ | ରାତିରେ ଘରୁକୁ ନଫେରିବାରୁ ପରିବାର ଲୋକେ ବିଭିନ୍ନ ସ୍ଥାନରେ ଖୋଜା ଖୋଜି କରିଥିଲେ କିନ୍ତୁ ପାଇ ନଥିଲେ | ମଙ୍ଗଳବାର ପ୍ରାୟ ସକାଳ ୯ ଘ ସମୟରେ ଖବର ପାଇଥିଲେ ଯେ ଗାଁ ପାଖ କାଜୁ ବଗିଚା ମଧ୍ୟରେ ସେନାପତି ଆତ୍ମହତ୍ୟା କରିଛି | ଖବରପାଇ ପରିବାର ଲୋକେ ଯାଇ ଦେଖିଥିଲେ ଯେ ଏକ ମହୁଲ ଗଛରେ ସେନାପତି ବେକରେ ଦଉଡି ବାନ୍ଧି ଆତ୍ମହତ୍ୟା କରିଛି | ଏନେଇ ମୃତକର ସାନବାପା ରବି ମାଝି ଡାବୁଗାଁ ଥାନାରେ ଏତଲା ଦେଇଥିଲେ | ଉକ୍ତ ଏତଲା କୁ ଭିତ୍ତି କରି ଥାନା ଏଏସଆଇ ସିମାଞ୍ଚଳ ମହାରଣା ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରି ପଞ୍ଚନାମା କରି ବ୍ୟବଚ୍ଛେଦ ପାଇଁ ଡାବୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ପଠାଇଥିଲେ | ଶବ ବ୍ୟବଚ୍ଛେଦ ପରେ ପରିବାର ବର୍ଗ ଙ୍କୁ ହସ୍ତାନ୍ତର କରାଯାଇଛି | ଏନେଇ ଥାନା କେସ ନଂ ୨୮/୨୩ ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ଏଟିଏମ ମେସିନ କାଟି ପଇସା ଲୁଟି ନେଲେ ଦୁର୍ବୁତ୍ତ 

Sunil Chandra Nayak

୯ଦିନ ପରେ ପୂର୍ବତନ ଲ୍ୟାମ୍ପ ଶାଖା ପରିଚାଳକ ଙ୍କ ମୃତଦେହ ଠାବ

Sunil Chandra Nayak

ଜୀବନ୍ତ ବ୍ରଜକାପ୍ତା ସହ ୨ଟି ମୋବାଇଲ, ୨ଟି ବାଇକ, ବ୍ରଜକାପ୍ତା କାତି ଜବତ୍ , ଶିକ୍ଷକ ଓ ସମ୍ପର୍କୀୟ ଭାଇ କୋଟ ଚାଲାଣ

masiha

Leave a Comment

error: Content is protected !!