ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୭ ତମ ସ୍ବାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ 

କନ୍ଧମାଳ,03/08/23:(ମନିସ): କନ୍ଧମାଳ ଜିଲ୍ଲା ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୭ ତମ ସ୍ବାଧୀନତା ଦିବସ ବାଲିଗୁଡା ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମ ଖେଳ ପଡିଆ ଠାରେ ବର୍ଣ୍ଣାଢ଼୍ୟ ସମାରୋହର ପାଳନ କରାଯିବା ନିମନ୍ତେ ବାଲିଗୁଡା ଉପ ଜିଲ୍ଲାପାଳ ଶ୍ରୀମତୀ ମଧୁମିତାଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଗୁରୁବାର ସନ୍ଧ୍ୟାରେ ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ପୂର୍ବ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଏହି ଜାତୀୟ ଦିବସ କୁ ଜାକଜକମକରେ ଉତ୍ସାହ ଓ ଉଦ୍ଦୀପନାର ସହିତ ପାଳନ କରିବା ପାଇଁ ଉପ ଜିଲ୍ଲାପାଳ ଶ୍ରୀମତୀ ମଧୁମିତା ସମସ୍ତଙ୍କ ଠାରୁ ଆଶା ପ୍ରକଟ କରିଥିଲେ । ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ପ୍ରଭାତ ଫେରି, ରାମ ଧୂନ ଗାନ ସମଗ୍ର ବାଲିଗୁଡା ସହରରେ ପରିକ୍ରମା କରାଯିବ । ଏହି ଜାତୀୟ ଦିବସ ପାଳନ ଉପଲକ୍ଷେ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରରେ ଓଡିଆ ଏବଂ ଇଂରାଜୀ ବକ୍ତୃତା ଓ ପ୍ରବନ୍ଧ, ଦେଶାତ୍ମବୋଧ ସଙ୍ଗୀତ ଓ ସାଧାରଣଜ୍ଞାନ ପ୍ରତିଯୋଗିତା ଅନୁଷ୍ଠିତ ହେବ l ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନ ଗୁଡିକରେ ସ୍ବାଧୀନତା ଦିବସ ଦିନ ସକାଳ ଘ, ୭,୩୦ମି ସମୟରେ ଜାତୀୟ ପତାକା ଉତ୍ତୋଳନ କରାଯିବ । ଘ.୮.୦୦ମି ସମୟରେ ଉପଖଣ୍ଡ ର ସମସ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଗୁଡିକରେ ଜାତୀୟ ସଙ୍ଗୀତ ଗାନ ପୂର୍ବକ ଜାତୀୟ ପତାକା ଉତ୍ତୋଳନ କରି ଦେଶ ସ୍ଵାଧୀନତା ନିମନ୍ତେ ଉତ୍ସର୍ଗ କରିଥିବା ବୀର ପୁରୁଷ ମାନଙ୍କର ସ୍ମୃତି ଚାରଣ କରିବାକୁ କୁହାଯାଇଛି l ପୂର୍ବାହ୍ନ ଘ.୯ ଟା ୧୫ମି ସମୟରେ ବାଲିଗୁଡା ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମ ଖେଳ ପଡିଆ ଠାରେ ମୁଖ୍ୟ ଅତିଥିଙ୍କ ଦ୍ବାରା ଆନୁଷ୍ଠାନିକ ଭାବେ ଜାତୀୟ ପତାକା ଉତ୍ତୋଳନ ଓ ସମ୍ମିଳିତ ପ୍ୟାରେଡ୍ ର ଅଭିବାଦନ ଗ୍ରହଣ କରିବେ । ଏହି ପ୍ୟାରେଡ୍ ସକାଶେ ଆୟୋଜିତ ହେବାକୁ ଥିବା ଜାତୀୟ କାର୍ଯ୍ୟକ୍ରମ ସମ୍ପର୍କରେ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ପ୍ରହଲ୍ଲାଦ ଖୋସ୍ଲା ସମସ୍ତ ଆନୁସଙ୍ଗୀକ ବ୍ୟବସ୍ଥା ସମ୍ପର୍କରେ ଅବଗତ କରାଇବା ସହ କେନ୍ଦ୍ର ଓ ରାଜ୍ୟ ତରଫରୁ ବିଭିନ୍ନ କ୍ଷେତ୍ରରେ ପୁରସ୍କୃତ ହୋଇଥିବା ବ୍ୟକ୍ତି ବିଶେଷ ଙ୍କୁ ସ୍ୱାଧୀନତା ଦିବସରେ ଉପଖଣ୍ଡ ପ୍ରଶାସନ ତରଫରୁ ପୁରସ୍କୃତ କରାଯିବା ପାଇଁ ସ୍ଥିର କରାଯାଇଛି l ଏତଦ ବ୍ୟତୀତ ଅଞ୍ଚଳର ବିଭିନ୍ନ ସମାଜସେବା କ୍ଷେତ୍ରରେ ଉଲ୍ଲେଖ ନୀୟ ଅବଦାନ ଥିବା ବ୍ୟକ୍ତି କିମ୍ବା ଅନୁଷ୍ଠାନ ଏଥି ନିମନ୍ତେ ଆବେଦନ କରିପାରିବେ ବୋଲି କହିଥିଲେ। ଅଗଷ୍ଟ ୧୪ ତାରିଖ ରେ ଏକ ଗଣ ଦୌଡ଼ କାର୍ଯ୍ୟକ୍ରମ ଆୟୋଜନ କରାଯିବା ପାଇଁ ସ୍ଥିର କରାଯାଇଛି l ୧୫ ତାରିଖ ଅପରାହ୍ନ ରେ ଏକ ବନ୍ଧୁତ୍ଵପୂର୍ଣ୍ଣ ଫୁଟବଲ୍‌ ମ୍ୟାଚ୍ ସ୍ଥାନୀୟ ଷ୍ଟାଡିୟମ୍ ଠାରେ ଅନୁଷ୍ଠିତ ହେବ । ପ୍ୟାରେଡ୍ ଅଭ୍ୟାସ ଅଗଷ୍ଟ ମାସ ୧୧ ତାରିଖ ଠାରୁ ୧୩ ତାରିଖ ପର୍ଯ୍ୟନ୍ତ ହେବ l ପ୍ୟାରେଡ୍ ପଡିଆ ପ୍ରସ୍ତୁତି, ବିଭିନ୍ନ ପ୍ରତିଯୋଗିତା ଆୟୋଜନ ସମ୍ପର୍କରେ ସୁବିସ୍ତୃତ ଆଲୋଚନା ହୋଇଯାଇଛି । ଏହି ବୈଠକରେ ଅନ୍ୟ ମାନଙ୍କ ମଧ୍ୟରେ ଏନ୍.ଏ.ସି. ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ, ପ୍ରଧାନ, ଉପଖଣ୍ଡ ଆରକ୍ଷୀ ଅଧୀକ୍ଷକ ୟସ ପ୍ରତାପ ଶ୍ରୀମଲ, ସମସ୍ତ ଶିକ୍ଷାନୁଷ୍ଠାନର ମୁଖ୍ୟ, ବ୍ୟାବସାୟିକ ପ୍ରତିଷ୍ଠାନ, ସରକାରୀ ଓ ବେସରକାରୀ ଅନୁଷ୍ଠାନର ମୁଖ୍ୟ ବରିଷ୍ଠ ନାଗରିକଗଣ, ସମସ୍ତ ଗଣମାଧ୍ୟମ ପ୍ରତିନିଧି, ସଂପୃକ୍ତ ବିଭାଗୀୟ ଅଧିକାରୀଗଣ ପ୍ରମୁଖ ଉପସ୍ଥିତ ରହି ନିଜ ନିଜର ସୁଚିନ୍ତିତ ମତାମତ ପ୍ରଦାନ କରିଥିଲେ l

କନ୍ଧମାଳ ଜିଲ୍ଲାରୁ ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ

Related posts

ରାଇରଙ୍ଗପୁରରେ ବିଜୁ ଯୁବ ଜନତା ୨୭ ତମ ପ୍ରତିଷ୍ଠା ଦିବସ ଅବସରରେ ରକ୍ତଦାନ କାର୍ଯ୍ୟକ୍ରମରେ ୯୧ ୟୁନିଟ ରକ୍ତ ସଂଗୃହୀତ 

masiha

ଜହ୍ନ ରାଇଜରେ ସାଙ୍ଗ କୁ ଖଣ୍ଡେ ଜାଗା ଦେଲେ ସମାଜସେବୀ ସୌମ୍ୟା 

Sunil Chandra Nayak

ବିଦ୍ୟାଳୟରେ କଦଳୀ ଗଛ ଲଗାଇ ଦିଦି ଖାଇବାକୁ ଦେଲେ ଛାତ୍ର/ଛାତ୍ରୀ ମାନଙ୍କୁ ପାଚିଲା କଦଳୀ     

Sunil Chandra Nayak

Leave a Comment

error: Content is protected !!