ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ସ୍ଵାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ଡାବୁଗାଁ, ୫/୮ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ସମ୍ମିଳନୀ କକ୍ଷଠାରେ ସ୍ଵାଧୀନତା ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ବିଡିଓ ଶରତ ମାଝିଙ୍କ ଅଧ୍ୟକ୍ଷତାରେ ଶନିବାର ଅନୁଷ୍ଠିତ ହୋଇଯାଇଛି | ଏଥିରେ କିପରି ସ୍ଵାଧୀନତା ଦିବସ ପାଳନ କରାଯିବ, ବିଭିନ୍ନ କମିଟି ଗଠନ, ଅତିଥି ଚୟନ, ଜାନୁଆରୀ ୧୪ ତାରିଖ ଦିନ ପ୍ୟାରେଡ ଅଭ୍ୟାସ ଅନୁଷ୍ଠିତ ହେବା ନେଇ ଆଲୋଚନା ହୋଇଥିଲା | ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବେ | ଏହି ବୈଠକରେ ଏବିଡିଓ ପଦ୍ମନାଭ ତ୍ରିପାଠୀ, ସାଂସଦ ପ୍ରତିନିଧି ଏମ୍॰ଆପ୍ପା ରାଓ, ବ୍ଲକ ବିଜେଡି ସଭାପତି ସୁରେନ୍ଦ୍ର କୁମାର ମିଶ୍ର, ଜିଲାପରିଷଦ ସଭ୍ୟ ଗୁପ୍ତ ବିଶୋଇ, , ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ସନ୍ତୋଷ କୁମାର ସାହୁ, ସବଇନିସ୍ପେକ୍ଟର ବିଜୁରାମ ବାଗ, କନିଷ୍ଠ ଯନ୍ତ୍ରୀ ପ୍ରଶାନ୍ତ କୁମାର ଚୌଧୁରୀ, ରୋହିତ କିଶାନ, ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଧନଞ୍ଜୟ ବଡଜେନା, ଗ୍ରାମପଞ୍ଚାୟତ ସଂପ୍ରସାରଣ ଅଧିକାରୀ ଏ.ଡି ପ୍ରସାଦ, ମୃତ୍ତିକା ସଂରକ୍ଷଣ ରେଞ୍ଜର ଗୌତମ ସେଠୀ, ଟି. ମୁରଲୀ ରାଓ, ଡ଼ଙ୍ଗରିଗୁଡା ସରପଞ୍ଚ ରାମକୁମାର ଗଣ୍ଡ, ବିଶ୍ଵନାଥ ରାୟ, ଶିକ୍ଷୟତ୍ରୀ ବନଲତା ମହାନ୍ତି, ଶିକ୍ଷକ ହେମନ୍ତ କୁମାର ସାମଲ, ମହେଶ୍ଵର ନାଥ, ବଲ୍ଲଭ ନାରାୟଣ ପଣ୍ଡା, ବିଶ୍ଵେଶ କୁମାର ତ୍ରିପାଠୀ, ବିକାଶ ରଞ୍ଜନ ନିଶଙ୍କ, ସନ୍ୟାସୀ ସାହୁ ଓ ବିଭିନ୍ନ ବିଦ୍ୟାଳୟର ଶିକ୍ଷୟତ୍ରୀ ଶିକ୍ଷକ ମାନେ ଉପସ୍ଥିତ ଥିଲେ | ସାମାଜିକ ସୁରକ୍ଷା ଅଧିକାରୀ ଯତୀନ ପାଣିଗ୍ରାହୀ ବୈଠକକୁ ପରିଚାଳନା କରିଥିଲେ |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ଜାତୀୟ ସଡକ ସୁରକ୍ଷା ସପ୍ତାହ ୨୦୨୩ ପାଳନ

Sunil Chandra Nayak

ଧର୍ମଗଡ଼ ରେ ବିଶ୍ୱ ପରିବେଶ ଦିବସ ପାଳିତ

ଖରିଫ ଧାନ ମଣ୍ଡି ଶୁଭାରମ୍ଭ କଲେ ଜିଲ୍ଲାପାଳ

masiha

Leave a Comment

error: Content is protected !!