ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଭବାନୀପାଟଣା ଠାରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ଭବାନୀପାଟଣା ତା୦୭.୦୮.୨୦୨୩ // ଆଜି ଭବାନୀପାଟଣା ସ୍ଥିତ ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ଆନନ୍ଦ ପ୍ରସାଦ ଗୁରୁ, ଉପଜିଲ୍ଲାପାଳ, ଭବାନୀପାଟଣା ଡ ବିଶ୍ୱଜିତ୍ ଦାସ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ ୯୪ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୮୩ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୧ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୦୯ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ କଲମପୁର ବ୍ଲକର ସୁନ୍ଦୁରିଯୋର୍ ଗ୍ରାମର ବେଲମତୀ ନିଆଲ୍ ଙ୍କୁ କର୍କଟ ଚିକିତ୍ସା ସହାୟତା ବାବଦ ୩୦୦୦୦ ଟଙ୍କା ଏବଂ କୋକସରା ବ୍ଲକ ର କାଉଡୋଳା ଗ୍ରାମର ଚତୁରୀ ବେଶ୍ରା ଙ୍କୁ ଘର ସହାୟତା ବାବଦ ୫୦୦୦ ଟଂକା ଆର୍ଥିକ ସହାୟତା ମଞ୍ଜୁର କରଯାଇଥିଲା।

ମସିହା ନିୟୁଜ୍ ସର୍ଭିସ୍ 

Related posts

ଧରାକୋଟ ରେ ବ୍ଲକ ସ୍ତରୀୟ ନିପୁଣ ମେଳା

masiha

ବରିଷ୍ଠ ନାଗରିକ ମଞ୍ଚ ତରଫରୁ ଗୃହ ଓ ସହରାଞ୍ଚଳ ମନ୍ତ୍ରୀଙ୍କୁ ଦାବିପତ୍ର 

masiha

ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସଭା

Sunil Chandra Nayak

Leave a Comment

error: Content is protected !!