ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜିଲ୍ଲାପାଳ,ରାୟଗଡ଼ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

 ରାୟଗଡ : 7-08-2023 ଆଜି ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲା ସଦର ମହକୁମା ସ୍ଥିତ ଜିଲ୍ଲା ପରିଷଦ ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳ ସ୍ୱଧାଦେଵ ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବିଷ୍ଣୁ ପ୍ରସାଦ ପାତ୍ର, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା ଲାଲମୋହନ ରାଉତରାୟ , ଅତିରକ୍ତ ନିର୍ବାହୀ ଅଧିକାରୀ ତଥା ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ , ରାୟଗଡ ଉପ ଜିଲ୍ଲାପାଳ ଭୀମସେନ ଶବର, ଆଦିବାସୀ ଉନ୍ନୟନ ସସ୍ଥା, ପ୍ରକଳ୍ପ ପ୍ରଶାସକ ଦିଲ୍ଲୀପ କୁମାର ବେହେରା ପ୍ରମୁଖ ଯୋଗଦାନ କରି ଶୁଣାଣି କରିଥିଲେ l

         ଆଜି ମୋଟ 66ଟି ଅଭିଯୋଗ ଆସିଥିଲା ସେଥି ମଧ୍ୟରୁ52ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ 14ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l

ଜିଲ୍ଲାପାଳ ଶ୍ରୀମତୀ ସିଂ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡରୁ ଛଅ ଜଣଙ୍କୁ 85ହଜାର ଟଙ୍କା ଓ ଜଣକୁ ରେଡ଼କ୍ରସରୁ 10ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରିଥିଲେ ।       

ଏହି ଅଭିଯୋଗ ଶିବିରରେ ପ୍ରକଳ୍ପ ନିର୍ଦେଶକ ଜଳବିଭାଜିକା ମିଶନ, ଡ଼ଃ ଦୟାନିଧି ବାଗ, ଏଡିଏମଓ, ଡ଼ଃ ପୃଷ୍ଟି,ଜିଲ୍ଲା ଶିକ୍ଷା ଅଧିକାରୀ ପୂର୍ଣ୍ଣ ଚନ୍ଦ୍ର ବରିହା, ଜିଲ୍ଲା ମଙ୍ଗଳ ଅଧିକାରୀ, ଅଶୋକ କୁମାର ଶତପଥି,ନିର୍ବାହୀ ଯନ୍ତ୍ରୀ ବିଦ୍ୟୁତ,ରାୟଗଡ, ନାରାୟଣ ନାୟକ,ତହସିଲଦାର ପର୍ଶୁରାମ ଭତରା ,, ସଦର ବିଡ଼ିଓ ଲଷ୍ମୀ ନାରାୟଣ ସାବତ,ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ଯାଜ୍ଞସେନି ବେହେରା, ସାମାଜିକ ସୁରକ୍ଷା ଅଧିକାରୀ, ଶ୍ରୀକାନ୍ତ ପାଣିଗ୍ରାହୀ,ଜିଲ୍ଲା କ୍ରୀଡା ଅଧିକାରୀ, ଶେଖ ଆଲେନୁର,ଜିଲ୍ଲା ସ୍ୱଳ୍ପ ସଂଚୟ ଅଧିକାରୀ, ଧ୍ରୁବ ଚରଣ ନାୟକ,ଜିଲ୍ଲା ପଂଚାୟତ ଅଧିକାରୀ, ସକିଲା ଚରଣ ବାସ୍କେ,ବରିଷ୍ଠ ଶିଳ୍ପ ବିକାଶ ଅଧିକାରୀ ସବ୍ୟସାଚୀ ସାହୁ,ଜିଲ୍ଲା କର୍ମ ନିୟୋଜନ ଅଧିକାରୀ ତତ୍ୱମୋସୀ ମହାପାତ୍ର ଓ ଅନ୍ୟାନ୍ୟ ଜିଲ୍ଲା ସ୍ଥାରୀୟ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ ।ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।

ରାୟଗଡ଼ା ରୁ ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

   

Related posts

ଜୟପାଟଣାରେ ସାଧାରଣତନ୍ତ୍ର ଦିବସ ପାଳିତ 

Sunil Chandra Nayak

ଓଡ଼ିଆ ଭାଷା ବିକାଶ ମଞ୍ଚ ର ସ୍ବଭାବକବି ଗଙ୍ଗାଧର ମେହେର ଙ୍କ ତିରୋଧାନ ଦିବସ ପାଳିତ

Sunil Chandra Nayak

ଉମରକୋଟ ରେ ପଶ୍ଚିମବଙ୍ଗରେ ଡାକ୍ଟର ଛାତ୍ରୀ ମମିତା ଦେବନାଥ ଙ୍କୁ ଧର୍ଷଣ ଓ ନିର୍ମମ ହତ୍ୟା ପ୍ରତିବାଦରେ କ୍ଯାଣ୍ଡେଲ ଯାତ୍ରା ଅନୁ୍ଷ୍ଠିତ 

masiha

Leave a Comment

error: Content is protected !!