ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରାୟଗଡା ଅତିରିକ୍ତ ଜିଲ୍ଳାପାଳ ସାଧାରଣ ଭାବେ ଭାସ୍କର ରୋଇତଙ୍କ ଯୋଗଦାନ

ରାୟଗଡା/17/8/23 : ରାୟଗଡା ଜିଲ୍ଳା ଅତିରିକ୍ତ ଜିଲ୍ଳାପାଳ ସାଧାରଣ ଭାବେ ଭାସ୍କର ରlଇତ, ଓଏଏସ (ବରିଷ୍ଠ) ଗତକାଲି ତା 16/08/23ରିଖରେ କାର୍ଯ୍ୟରେ ଯୋଗଦାନ କରି ଦାୟିତ୍ୱ ଗ୍ରହଣ କରିଛନ୍ତି । ଅତିରକ୍ତ ଜିଲ୍ଲାପାଳ ଦାୟିତ୍ୱରେ ଥିବା ପ୍ରକଳ୍ପ ପ୍ରଶାସକ ଆଇତିଡିଏ ଶ୍ରୀ ଦିଲ୍ଲୀପ କୁମାର ବେହେରାଙ୍କ ନିକଟରୁ ଦାୟିତ୍ୱ ଗ୍ରହଣ କରିଛନ୍ତି । ନୂତନ ଅତିରିକ୍ତ ଜିଲ୍ଳାପାଳ ଶ୍ରୀ ରlଇତଙ୍କୁ ଜିଲ୍ଳାପାଳଙ୍କ କାର୍ଯ୍ୟାଳୟର ଅଧିକାରୀ ତଥା କର୍ମଚାରୀମାନେ ସ୍ୱାଗତ କରିଥିଲେ । ଶ୍ରୀ ରୋଇତ ଏଥି ପୂର୍ବରୁ ନବରଙ୍ଗପୁର ଜିଲ୍ଳାର ଅତିରିକ୍ତ ଜିଲ୍ଳାପାଳ ଭାବେ ପାଖାପାଖି ୨ବର୍ଷ ଧରି ନିଜ ଦାୟିତ୍ୱ ସୂଚାରୁ ରୂପେ ତୁଲାଇ ଆସୁଥିଲେ । ସେ ନବରଙ୍ଗପୁର ଜିଲ୍ଳାରେ. ଗୋଷ୍ଠୀ ଉନ୍ନୟନ ଅଧିକାରୀ,ଉପଜିଲ୍ଳାପାଳ ଭାବେ ଦୀର୍ଘ ୩ବର୍ଷରୁ ଉର୍ଦ୍ଧ ସମୟ ଧରି ଦାୟିତ୍ୱ ତୁଲାଇ ଥିଲେ । ବର୍ତମାନ ରାୟଗଡା ଜିଲ୍ଳା ଅତିରିକ୍ତ ଜିଲ୍ଳାପାଳ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ଜିଲ୍ଳାର ବିକାଶରେ ପ୍ରଶାସନିକ କ୍ଷେତ୍ରରେ ଆବଶ୍ୟକ ସମସ୍ତ ଦାୟିତ୍ୱକୁ ସୂଚାରୁ ରୂପେ ତୁଲାଇବେ ବୋଲି ଶ୍ରୀ ପ୍ରଧାନ ପ୍ରକାଶ କରିଛନ୍ତି । ପ୍ରକାଶ ଥାଉ କି,ତତ୍କାଳୀନ ଅତିରିକ୍ତ ଜିଲ୍ଳାପାଳ ଧର୍ମାନନ୍ଦ ବେହେରାଙ୍କ ଦେଓଗଡ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଭାବେ ବଦଳି ହେବା ଥିବା ବେଳେ ଶ୍ରୀ ରାଇତଙ୍କୁ ରାୟଗଡା ଜିଲ୍ଳା ଅତିରିକ୍ତ ଜିଲ୍ଳାପାଳ ଭାବେ ବଦଳି ହୋଇଥିଲା ।

ରାୟଗଡ଼ା ରୁ ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍

Related posts

ରାଜ୍ୟସ୍ତରୀୟ ରାଜୀବ ଗାନ୍ଧୀ ସେବା ସମ୍ମାନ 2025 ପୁରସ୍କାର ସମାରୋହ

Sunil Chandra Nayak

ସତ୍ୟସାଇ ବିଦ୍ୟାମନ୍ଦିରର ୩୩ ତମ ପ୍ରତିଷ୍ଠା ଦିବସ

Sunil Chandra Nayak

ନେଟଓ୍ଵାର୍କ ଫର ପିପୁଲ ୟୁଥ୍ ସ୍ବେଛାସେବୀ ଅନୁଷ୍ଠାନ ତରଫରୁ ୨୧ ଜଣ ଯକ୍ଷ୍ମା ରୋଗୀଙ୍କୁ ପୁଷ୍ଟିକର ଖାଦ୍ୟ ଵଣ୍ଟନ

Sunil Chandra Nayak

Leave a Comment

error: Content is protected !!